ନୀତା ଅମ୍ବାନୀଙ୍କୁ ଗ୍ଲୋବାଲ ଲିଡରଶିପ ପୁରସ୍କାର

ନୂଆଦିଲ୍ଲୀ,୩୧।୧୦: ରିଲାଏନ୍ସ ଫାଉଣ୍ଡେଶନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଅମ୍ବାନୀଙ୍କୁ ଗ୍ଲୋବାଲ ଲିଡରଶିପ ପୁରସ୍କାରରେ ସମ୍ମାନିତ କରାଯାଇଛି। ଦିଲ୍ଲୀରେ ଆମେରିକା ଇଣ୍ଡିଆ ଷ୍ଟ୍ରାଟେଜିକ ପାର୍ଟନରଶିପ ଫୋରମ (ୟୁଏସ୍‌ଆଇଏସ୍‌ପିଏଫ୍‌) ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ନୀତା ଅମ୍ବାନୀଙ୍କୁ ଫୋରମ ଚେୟାରମ୍ୟାନ ଜନ ଚାମ୍ବର୍ସ ପୁରସ୍କାର ପ୍ରଦାନ କରିଛନ୍ତି । ଏ ଅବସରରେ ନୀତା ଅମ୍ବାନୀ କହିଛନ୍ତି ଯେ, ସେ ରିଲାଏନ୍ସ ଫାଉଣ୍ଡେଶନକୁ ପ୍ରତିନିଧିତ୍ୱ କରନ୍ତି। ଯାହା ମାଧ୍ୟମରେ ୭ କୋଟିରୁ ଅଧିକ ଲୋକଙ୍କ ସଂସ୍ପର୍ଶରେ ଆସିପାରିଛନ୍ତି। ସେହିପରି ୟୁଏସ୍‌ଆଇଏସ୍‌ପିଏଫ ଏକ ବିବୃତି ଜାରି କରି କହିଛି ଯେ, ନୀତା ଅମ୍ବାନୀ ସାମାଜିକ କାର୍ଯ୍ୟରେ ସକ୍ରିୟ ଭାବରେ ଜଡ଼ିତ ରହିଥିବା ଜଣେ ବିଜ୍‌ନେସ ଲିଡର । ତାଙ୍କ ନେତୃତ୍ୱରେ ରିଲାଏନ୍ସ ଫାଉଣ୍ଡେଶନ ଶିକ୍ଷା, କଳା, କ୍ରୀଡା ଏବଂ ସ୍ବାସ୍ଥ୍ୟସେବା ପ୍ରଦାନ ସହ ମହିଳା ସଶକ୍ତୀକରଣ ଓ ଶିଶୁ ସୁରକ୍ଷା ଦିଗରେ କାର୍ଯ୍ୟ କରୁଛନ୍ତି। ୟୁଏସ୍‌ଆଇଏସ୍‌ପିଏଫ କଳା ଏବଂ ସଂସ୍କୃତିରେ ନୀତା ଅମ୍ବାନୀଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ଥିବାରୁ ନିକଟରେ ସେ ନ୍ୟୁୟର୍କର ମେଟ୍ରୋପଲିଟାନ ମ୍ୟୁଜିୟମ ଅଫ୍‌ ଆର୍ଟ ବୋର୍ଡରେ ସମ୍ମାନିତ ଟ୍ରଷ୍ଟି ଭାବରେ ମନୋନୀତ ହୋଇଥିଲେ । ଗତ ବର୍ଷ ମୁମ୍ବାଇରେ ନୀତା ମୁକେଶ ଅମ୍ବାନୀ ସାଂସ୍କୃତିକ କେନ୍ଦ୍ର (ଏନ୍‌ଏମଏସିସି) ଶୁଭାରମ୍ଭ କରାଯାଇଥିଲା, ଯାହାକୁ ଅନେକ ପ୍ରଶଂସା ମିଳିଥିଲା। ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି)ରେ ଭାରତର ପ୍ରତିନିଧି ଭାବରେ ନୀତା ଅମ୍ବାନୀ ସଫଳତାର ସହ ଭାରତୀୟ ପ୍ରତିନିଧି ମଣ୍ଡଳୀର ନେତୃତ୍ୱ ନେଇଥିଲେ, ଯାହା ଚାରି ଦଶନ୍ଧି ପରେ ଭାରତରେ ୧୪୧ତମ ଆଇଓସି ଅଧିବେଶନ ଆୟୋଜନ କରିବାର ଅଧିକାର ଜିତିଥିଲା । ଅକ୍ଟୋବର ୨୦୨୩ରେ ମୁମ୍ବାଇରେ ଏହି ଅଧିବେଶନ ସଫଳତାର ସହିତ ଅନୁଷ୍ଠିତ ହୋଇଥିଲା। ଏହାଦ୍ୱାରା ୨୦୩୬ ରେ ଅଲିମ୍ପିକ ଖେଳ ଆୟୋଜନ କରିବା ନେଇ ଆଶା କରାଯାଉଛି। ୟୁଏସଆଇଏସପିଏଫ ଅଧ୍ୟକ୍ଷ ଜନ ଚାମ୍ବରସ ନୀତା ଅମ୍ବାନୀଙ୍କୁ ପ୍ରଦାନ କରାଯାଇଥିବା ପୁରସ୍କାର ସମ୍ପର୍କରେ ସୂଚନା ଦେଇ କହିଛନ୍ତି, ଯେଉଁମାନେ ଜୀବନରେ ସଫଳ ହୋଇଛନ୍ତି ସେମାନଙ୍କ ପାଇଁ ଅନ୍ୟମାନଙ୍କୁ ସଫଳ ହେବାରେ ସାହାଯ୍ୟ କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଏହିପରି ଜଣେ ବ୍ୟକ୍ତିତ୍ୱ ହେଉଛନ୍ତି ନୀତା ଏମ ଅମ୍ବାନୀ। ସେ ରିଲାଏନ୍ସ ଫାଉଣ୍ଡେଶନରେ କଳା, କ୍ରୀଡା, ସଂସ୍କୃତି ଏବଂ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?