ମହାକାଳପଡ଼ାରେ ପ୍ରତିଷ୍ଠା ହେବ ବିଶ୍ୱସ୍ତରୀୟ ଇସ୍ପାତ ପ୍ରକଳ୍ପ, ସ୍ଥିତି ପରଖିଲେ ୫-ଟି ସଚିବ

ମହାକାଳପଡ଼ା,୨୭ା୪(ଡି.ଏନ୍‌.ଏ.): ଚଳିତ ମାସ ପ୍ରଥମ ସପ୍ତାହରେ ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳଙ୍କ ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାପାନ ଗସ୍ତ କରିଥିଲେ। ଏହି ଗସ୍ତ ସମୟରେ ଜାପାନର ସମୁଦ୍ର ପୋତାଯାଇ ନିପନ ଷ୍ଟିଲ କାରଖାନା ଦେଖି ଅଭିଭୂତ ହୋଇଥିଲେ ଏହି ପ୍ରତିନିଧି ଦଳ। ଓଡ଼ିଶାର କେନ୍ଦ୍ରାପଡ଼ା ଜିଲାରେ କିପରି ଏହି ବିଶ୍ୱସ୍ତରୀୟ ଇସ୍ପାତ ପ୍ରକଳ୍ପ ପ୍ରତିଷ୍ଠା ହେବ ସେନେଇ ରାଜ୍ୟ ସରକାର ଦମ୍‌ ଖଟାଇଛନ୍ତି। ଏହି ପରିପ୍ରେକ୍ଷୀରେ ୫- ଟି ସଚିବ ଭି କେ ପାଣ୍ଡିଆନ ଗୁରୁବାର ଅପରାହ୍ନରେ ଜିଲା ପ୍ରଶାସନ ସହଯୋଗରେ ମହାକାଳପଡ଼ା ବ୍ଲକ ଆଡୋଇସ୍ଥିତ ନବ ନିର୍ମିତ ଆଦର୍ଶ ବିଦ୍ୟାଳୟ ପରିସରରେ ପହଞ୍ଚିିଥିଲେ। ଏହି ଅଞ୍ଚଳରେ ପ୍ରସ୍ତାବିତ ଶିଳ୍ପ ପ୍ରତିଷ୍ଠା ପାଇଁ ଉପଯୁକ୍ତ ସ୍ଥାନ ନିରୂପଣ ତଥା ଭୌଗୌଳିକ ଅବସ୍ଥିତି ( ନକ୍ସା ) ଦେଖିଥିଲେ। ଘରୋଇ, ସରକାରୀ ଜମି ତଥ୍ୟ ସମ୍ପର୍କରେ ପ୍ରଶାସନ ସହିତ ଆଲୋଚନା କରିଥିଲେ। ୧୦୦ କୋଟି ଟଙ୍କାର ଜମ୍ବୁ-ମାର୍ଶାଘାଇ ମୁଖ୍ୟ ରାସ୍ତା ନିର୍ମାଣ ପାଇଁ ମଞ୍ଜୁରୀ ମିଳିଛି ବୋଲି କହିଥିଲେ। ଏହି ବ୍ଲକର ବତୀଘର, ଖରିନାସି ଓ ରାମନଗର ପଞ୍ଚାୟତର ୧୧ଟି ଗ୍ରାମର ଦୁଇଟି ପର୍ଯ୍ୟାୟରେ ୧୦ ହଜାର ଏକର ଜମିରେ ପ୍ରସ୍ତାବିତ ଇସ୍ପାତ ପ୍ରକଳ୍ପ ନିର୍ମାଣ ହେବ ବୋଲି ପ୍ରାଥମିକ ସର୍ଭେରୁ ତହସିଲ କାର୍ଯ୍ୟଳୟ ପକ୍ଷରୁ ସୂଚନା ମିଳିଛି।

 

ଏହି ପ୍ରସ୍ତାବିତ ପ୍ରକଳ୍ପ ଅଞ୍ଚଳକୁ ରାସ୍ତାଘାଟର ଗମନାଗମନ ଉପରେ ପର୍ଯ୍ୟବେସିତ ଆଲୋଚନା କରିଥିଲେ। ପରେ ସଚିବ ପ୍ରସିଦ୍ଧ ଶକ୍ତି ପୀଠ ମା’ ରାମଚଣ୍ଡୀ ମନ୍ଦିର ପରିଦର୍ଶନ କରିଥିଲେ। ସଚିବଙ୍କ ଏହି ଗସ୍ତ ସମୟରେ ଶିଳ୍ପ ସଚିବ ହେମନ୍ତ ଶର୍ମା, ପୂର୍ତ୍ତ ସଚିବ ବିକ୍ରମ ଯାଦବ , ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭିନିଲ କ୍ରିଷ୍ଣା , କେନ୍ଦ୍ରାପଡ଼ା ଜିଲାପାଳ ଅମୃତ ଋତୁରାଜ, ଉପଜିଲାପାଳ ନିରଞ୍ଜନ ବେହେରା, ତହସିଲଦାର ମାନସ ରଞ୍ଜନ ତ୍ରିପାଠୀ , ବିଡିଓ ଦେବାଶିଷ ରାଉତଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ପ୍ରଶାସନିକ ଅଧିକାରୀ ଓ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...

ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…

ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri