ମହାକାଳପଡ଼ାରେ ପ୍ରତିଷ୍ଠା ହେବ ବିଶ୍ୱସ୍ତରୀୟ ଇସ୍ପାତ ପ୍ରକଳ୍ପ, ସ୍ଥିତି ପରଖିଲେ ୫-ଟି ସଚିବ

ମହାକାଳପଡ଼ା,୨୭ା୪(ଡି.ଏନ୍‌.ଏ.): ଚଳିତ ମାସ ପ୍ରଥମ ସପ୍ତାହରେ ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳଙ୍କ ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାପାନ ଗସ୍ତ କରିଥିଲେ। ଏହି ଗସ୍ତ ସମୟରେ ଜାପାନର ସମୁଦ୍ର ପୋତାଯାଇ ନିପନ ଷ୍ଟିଲ କାରଖାନା ଦେଖି ଅଭିଭୂତ ହୋଇଥିଲେ ଏହି ପ୍ରତିନିଧି ଦଳ। ଓଡ଼ିଶାର କେନ୍ଦ୍ରାପଡ଼ା ଜିଲାରେ କିପରି ଏହି ବିଶ୍ୱସ୍ତରୀୟ ଇସ୍ପାତ ପ୍ରକଳ୍ପ ପ୍ରତିଷ୍ଠା ହେବ ସେନେଇ ରାଜ୍ୟ ସରକାର ଦମ୍‌ ଖଟାଇଛନ୍ତି। ଏହି ପରିପ୍ରେକ୍ଷୀରେ ୫- ଟି ସଚିବ ଭି କେ ପାଣ୍ଡିଆନ ଗୁରୁବାର ଅପରାହ୍ନରେ ଜିଲା ପ୍ରଶାସନ ସହଯୋଗରେ ମହାକାଳପଡ଼ା ବ୍ଲକ ଆଡୋଇସ୍ଥିତ ନବ ନିର୍ମିତ ଆଦର୍ଶ ବିଦ୍ୟାଳୟ ପରିସରରେ ପହଞ୍ଚିିଥିଲେ। ଏହି ଅଞ୍ଚଳରେ ପ୍ରସ୍ତାବିତ ଶିଳ୍ପ ପ୍ରତିଷ୍ଠା ପାଇଁ ଉପଯୁକ୍ତ ସ୍ଥାନ ନିରୂପଣ ତଥା ଭୌଗୌଳିକ ଅବସ୍ଥିତି ( ନକ୍ସା ) ଦେଖିଥିଲେ। ଘରୋଇ, ସରକାରୀ ଜମି ତଥ୍ୟ ସମ୍ପର୍କରେ ପ୍ରଶାସନ ସହିତ ଆଲୋଚନା କରିଥିଲେ। ୧୦୦ କୋଟି ଟଙ୍କାର ଜମ୍ବୁ-ମାର୍ଶାଘାଇ ମୁଖ୍ୟ ରାସ୍ତା ନିର୍ମାଣ ପାଇଁ ମଞ୍ଜୁରୀ ମିଳିଛି ବୋଲି କହିଥିଲେ। ଏହି ବ୍ଲକର ବତୀଘର, ଖରିନାସି ଓ ରାମନଗର ପଞ୍ଚାୟତର ୧୧ଟି ଗ୍ରାମର ଦୁଇଟି ପର୍ଯ୍ୟାୟରେ ୧୦ ହଜାର ଏକର ଜମିରେ ପ୍ରସ୍ତାବିତ ଇସ୍ପାତ ପ୍ରକଳ୍ପ ନିର୍ମାଣ ହେବ ବୋଲି ପ୍ରାଥମିକ ସର୍ଭେରୁ ତହସିଲ କାର୍ଯ୍ୟଳୟ ପକ୍ଷରୁ ସୂଚନା ମିଳିଛି।

 

ଏହି ପ୍ରସ୍ତାବିତ ପ୍ରକଳ୍ପ ଅଞ୍ଚଳକୁ ରାସ୍ତାଘାଟର ଗମନାଗମନ ଉପରେ ପର୍ଯ୍ୟବେସିତ ଆଲୋଚନା କରିଥିଲେ। ପରେ ସଚିବ ପ୍ରସିଦ୍ଧ ଶକ୍ତି ପୀଠ ମା’ ରାମଚଣ୍ଡୀ ମନ୍ଦିର ପରିଦର୍ଶନ କରିଥିଲେ। ସଚିବଙ୍କ ଏହି ଗସ୍ତ ସମୟରେ ଶିଳ୍ପ ସଚିବ ହେମନ୍ତ ଶର୍ମା, ପୂର୍ତ୍ତ ସଚିବ ବିକ୍ରମ ଯାଦବ , ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭିନିଲ କ୍ରିଷ୍ଣା , କେନ୍ଦ୍ରାପଡ଼ା ଜିଲାପାଳ ଅମୃତ ଋତୁରାଜ, ଉପଜିଲାପାଳ ନିରଞ୍ଜନ ବେହେରା, ତହସିଲଦାର ମାନସ ରଞ୍ଜନ ତ୍ରିପାଠୀ , ବିଡିଓ ଦେବାଶିଷ ରାଉତଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ପ୍ରଶାସନିକ ଅଧିକାରୀ ଓ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?