ଗ୍ଲୋବାଲ ଟେଣ୍ଡର ପ୍ରକ୍ରିୟା ୭ ଦିନ ଘୁଞ୍ଚିଲା

ଭୁବନେଶ୍ୱର,୨୯।୫(ବ୍ୟୁରୋ): କରୋନା ଟିକା କିଣିବା ଲାଗି ଡକାଯାଇଥିବା ଗ୍ଲୋବାଲ ଟେଣ୍ଡରକୁ ରାଜ୍ୟ ସରକାର ଆଉ ଗୋଟିଏ ସପ୍ତାହ ପାଇଁ ଘୁଞ୍ଚାଇ ଦେଇଛନ୍ତି। ଶୁକ୍ରବାର ଟେଣ୍ଡର ଖୋଲିବା ପ୍ରକ୍ରିୟା ବନ୍ଦ କରାଯାଇଛି। ଫଳରେ ଆସନ୍ତା ଜୁନ୍‌ ୪କୁ ଏହା ଘୁଞ୍ଚାଇ ଦିଆଯାଇଛି। କୋଭିଡ୍‌ ମହାମାରୀରୁ ଲୋକମାନଙ୍କୁ ସୁରକ୍ଷା ଯୋଗାଇବା ପାଇଁ ରାଜ୍ୟ ସରକାର ବିଶ୍ୱ ବଜାରରୁ ଟିକା କିଣିବା ଲାଗି ଗ୍ଲୋବାଲ ଟେଣ୍ଡର ଆହ୍ବାନ କରିଥିଲେ। ଏଥିରେ ବିଦେଶର ଅନେକ ଟିକା ଉତ୍ପାଦନକାରୀ କମ୍ପାନୀ ଅଂଶଗ୍ରହଣ କରିଥିଲେ। ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ଟେକ୍ନିକାଲ୍‌ ବିଡ୍‌ ଖୋଲାଯିବାର ଥିଲା। ଏହା ପରେ ଫାଇନାନ୍ସିଆଲ୍‌ ବିଡ୍‌ ଖୋଲା ଯାଇଥାଆନ୍ତା। ହେଲେ ସରକାରଙ୍କ ପକ୍ଷରୁ ଏହାକୁ ଆଉ ୭ ଦିନ ପାଇଁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ଜୁନ୍‌ ୪ ତାରିଖ ପୂର୍ବାହ୍ନ ୧୦ଟା ଯାଏ ଅନ୍‌ଲାଇନ ବିଡ୍‌ ଦାଖଲ କରାଯାଇ ପାରିବ। ୧୧ଟା ୩୦ ମିନିଟ୍‌ରେ ଟେକ୍ନିକାଲ ବିଡ୍‌ ଖୋଲାଯିବ। ଅପରାହ୍ନ ୫ଟାରେ ଟେଣ୍ଡର ମୂଲ୍ୟ ନିର୍ଦ୍ଧାରଣ ବିଡ୍‌ ଖୋଲାଯିବ।
ଦେଶରେ ଉତ୍ପାଦନ ହେଉଥିବା କୋଭାକ୍ସିନ ଓ କୋଭିଶିଲ୍ଡ ଆବଶ୍ୟକ ପରିମାଣର ମିଳି ପାରୁ ନ ଥିବାରୁ ଗ୍ଲୋବାଲ୍‌ ଟେଣ୍ଡର ଜରିଆରେ ରାଜ୍ୟ ସରକାର ଟିକା କିଣି ଲୋକଙ୍କୁ ଦେବା ଲାଗି ଯୋଜନା କରିଛନ୍ତି। ରାଜ୍ୟ ସରକାର ନିଜ ଖର୍ଚ୍ଚରେ ୧୮ରୁ ୪୪ ବର୍ଷର ଲୋକଙ୍କୁ ମାଗଣାରେ ଟିକା ଦେବେ ବୋଲି ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ ଯେ ମେ ୧୫ରେ ଓଡ଼ିଶା ଔଷଧ ନିଗମ(ଓଏମ୍‌ସି) ପକ୍ଷରୁ ୩.୮୦ କୋଟି କରୋନା ଟିକା କ୍ରୟ ପାଇଁ ଗ୍ଲୋବାଲ ଇ- ଟେଣ୍ଡର ଡକାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri