ବିଶ୍ୱସ୍ତରରେ ଭାରତ ଉପରେ ବିଶ୍ୱାସ ବଢ଼ିଛି: ଧର୍ମେନ୍ଦ୍ର

ଭୁବନେଶ୍ବର, ୫।୭(ସୁନିତ୍‌ ମିଶ୍ର): ବର୍ତ୍ତମାନ ସମୟରେ ଭାରତ ଉପରେ ବିଶ୍ୱର ଭରସା ବଢୁଥିବା ବେଳେ ଦେଶର ଘରେ ଘରେ କୁଶଳୀ ମା’ ଭଉଣୀମାନେ ପ୍ରସ୍ତୁତ କରୁଥିବା ସିଲେଇ ଓ ଅନ୍ୟ ଡିଜାଇନକୁ ବିଶ୍ୱ ବଜାରରେ ପହଞ୍ଚାଇବା ପାଇଁ ଷ୍ଟେକ୍‌ହୋଲ୍‌ଡର ମାନଙ୍କୁ ଉଦ୍ୟମ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆହ୍ବାନ କରିଛନ୍ତି। ମଙ୍ଗଳବାର ନୂଆଦିଲ୍ଲୀଠାରେ ‘ସୋସିଆଲ ଏଣ୍ଟରପ୍ରାଇଜ୍‌ କନ୍‌କ୍ଲେଭ’ର ଶୁଭାରମ୍ଭ କରିବା ଅବସରରେ ଧର୍ମେନ୍ଦ୍ର କହିଛନ୍ତି, ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ରୁରାଲ ମ୍ୟାନେଜମେଣ୍ଟ ଆନନ୍ଦ(ଆଇଆର୍‌ଏମ୍‌ଏ) ଓ ଏଲ୍‌ଆଇସି ହାଉସିଂ ଫାଇନାନ୍ସର ମିଳିତ ଭାଗୀଦାରିରେ ଆୟୋଜିତ ଏହି କାର୍ଯ୍ୟକ୍ରମ ଅମୃତ କାଳରେ ଭାରତ ନୂଆ ଦିଶା ଓ ଦୃଷ୍ଟିକୋଣ ରଖିଛି। ବିଶ୍ୱସ୍ତରରେ ଭାରତ ଉପରେ ବିଶ୍ୱାସ ବଢ଼ିଛି। ଆମକୁ ଏବେ ଆମର ପାରମ୍ପରିକ ସାମଗ୍ରୀକୁ ବୈଶ୍ୱିକ ବଜାରରେ ଯୋଡ଼ିବାର ଉପାୟ ଅନ୍ବେଷଣ କରିବାକୁ ହେବ। ଦେଶରେ ପ୍ରଶିକ୍ଷଣ ପାଇ ଘରେ ମାଆ ଓ ଭଉଣୀମାନେ ପ୍ରସ୍ତୁତ କରିଥିବା ସିଲେଇ କିମ୍ବା ଅନ୍ୟାନ୍ୟ ଡିଜାଇନକୁ ବିଶ୍ୱ ବଜାରରେ ଆଣିବା ଆବଶ୍ୟକ। ଏଥିପାଇଁ ଏହା ଉପରେ ଉଦ୍ୟମ କରିବା ଦରକାର। ଆଗାମୀ ଦିନରେ ଦେଶ ଦ୍ରୁତଗତିରେ ଅଭିବୃଦ୍ଧି କରିବ। ଭାରତ ବର୍ତ୍ତମାନ ବିଶ୍ୱର ୫ମ ବୃହତ୍ତମ ଅର୍ଥନୀତିରେ ପରିଣତ ହୋଇଛି। ବିଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ମାନ ବଢୁଛି। ଏଭଳି ସମୟରେ ସୋସିଆଲ ଏଣ୍ଟରପ୍ରାଇଜ କ୍ଷେତ୍ରରେ ଅନେକ ଚ୍ୟାଲେଞ୍ଜ ଅଛି। ତାହାକୁ ଦୃଷ୍ଟିରେ ରଖି ସରକାରୀ ଫଣ୍ଡ୍‌ ଉପରେ ନିର୍ଭର ନ ହୋଇ ନିବେଶକଙ୍କ ପ୍ରତି ସଚ୍ଚୋଟପଣ ଦେଖାଇବାକୁ ଧର୍ମେନ୍ଦ୍ର ପରାମର୍ଶ ଦେଇଛନ୍ତି। ସେ ଆହୁରି କହିଛନ୍ତି, ୟୁରୋପୀୟ ଓ ଭାରତୀୟ ବିଚାରଧାରାର ମୂଳ ଅନ୍ତର ରହିଛି। ୟୁରୋପୀୟ ବିଚାର ‘ମୁଁ’, ମୋର ଦୁନିଆ, ମୋର ଆଇଡିଆକୁ ଦର୍ଶାଉଥିବା ବେଳେ ଭାରତ ‘ଆମେ’ରେ ବିଶ୍ୱାସକରେ। ଏହିଭଳି ଭାବେ ଦୁନିଆ ସାମ୍ନାରେ ଅନ୍ୟମାନଙ୍କ ପାଇଁ ବଞ୍ଚିବାର ମଡେଲ ବନାଇବା ପାଇଁ ଉପସ୍ଥିତ ସୋସିଆଲ ଏଣ୍ଟରପ୍ରାଇଜର ଅଂଶୀଦାରମାନଙ୍କୁ ଧର୍ମେନ୍ଦ୍ର ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri