ଓଡ଼ିଶା ପାଇଁ ଗୌରବ, ଦମନକୁ ଜାତୀୟ ପୁରସ୍କାର

ଭୁବନେଶ୍ୱର,୮।୧୦: ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର। ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହରେ ଦମନ ପୁରସ୍କୃତ ହୋଇଛି। ଦିଲ୍ଲୀ ବିଜ୍ଞାନ ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରସ୍କାର ପ୍ରଦାନ କରୁଛନ୍ତି। ବିଭିନ୍ନ ବର୍ଗରେ ମନୋନୀତ ଫିଲ୍ମ, ଅଭିନେତା, ଅଭିନେତ୍ରୀ, ସଙ୍ଗୀତ ନିର୍ଦ୍ଦେଶକ, କଣ୍ଠଶିଳ୍ପୀଙ୍କୁ ସମ୍ମାନିତ କରୁଛନ୍ତି ରାଷ୍ଟ୍ରପତି।

ଦମନ ଫିଲ୍ମ ପାଇଁ ରାଷ୍ଟ୍ରପତିଙ୍କ ଠାରୁ ପୁରସ୍କାର ଗ୍ରହଣ କରିଛନ୍ତି ଦମନର ପ୍ରଯୋଜକ ଓ ୨ ନିର୍ଦ୍ଦେଶକ। ଫିଲ୍ମର ପ୍ରଯୋଜକ ଦୀପେନ୍ଦ୍ର ସାମଲଙ୍କୁ ମିଳିଛି ପୁରସ୍କାର। ନିର୍ଦ୍ଦେଶକ ବିଶାଲ ମୌର୍ଯ୍ୟ ଓ ଦେବୀପ୍ରସାଦ ଲେଙ୍କା ମଧ୍ୟ ପୁରସ୍କୃତ ହୋଇଛନ୍ତି।

ସୂଚନାଥାଉ କି, ନବାଗତ ଦୀପେନ୍ଦ୍ର ସାମଲଙ୍କ ପ୍ରଯୋଜିତ ଏବଂ ଦେବୀ ପ୍ରସାଦ ଲେଙ୍କା ଓ ବିଶାଳ ମୌର୍ଯ୍ୟଙ୍କ ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ଦମନ’ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ‘ଶ୍ରେଷ୍ଠ ଆଞ୍ଚଳିକ ଚଳଚ୍ଚିତ୍ର’ ଭାବେ ପୁରସ୍କୃତ ହେବାକୁ ଘୋଷଣା ହୋଇଛି। ଉକ୍ତ ଚିତ୍ରଟିକୁ ପୂର୍ବରୁ ରାଜ୍ୟ ସରକାର ଟିକସମୁକ୍ତ କରିଥିଲେ। ଏହାର ମୁଖ୍ୟ ଚରିତ୍ରରେ ବାବୁସାନ ମହାନ୍ତି ଓ ଦ୍ୱୀପାନ୍ବିତ ଦାଶମହାପାତ୍ର ଅଭିନୟ କରିଛନ୍ତି।

ସିନେମା ‘ଦମନ’ର କଥାବସ୍ତୁ ହେଲା-ମ୍ୟାଲେରିଆ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ଦୁର୍ଗମ ଅଞ୍ଚଳରେ ‘ଦମନ’ ନାମରେ ଏକ ଯୋଜନା ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଥିଲା। ଏହି ଯୋଜନାରେ ସ୍ବତନ୍ତ୍ର ଭାବେ ମ୍ୟାଲେରିଆ କ୍ୟାମ୍ପ କରାଯାଇ ଏହାର ସଚେତନତା ଉପରେ ଗୁରୁତ୍ୱ ଦିଆଯାଇଥିଲା। ଓଡ଼ିଶାରେ ସଚେତନତାର ବାର୍ତ୍ତା ବୃହତ୍ତର ସ୍ବାର୍ଥ ଦୃଷ୍ଟିରୁ ସାଧାରଣ ବ୍ୟକ୍ତିବିଶେଷଙ୍କ ପାଖରେ ପହଞ୍ଚତ୍ବା ଦରକାର। ଜନ ସଚେତନତା ସିନେମା ମାଧ୍ୟମରେ ହେଲେ ଏହା ଉଭୟ ସମାଜ ଏବଂ ବ୍ୟକ୍ତିବିଶେଷଙ୍କ ଠାରେ ବିଶେଷ ପ୍ରଭାବ ପକାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ: ୨୪ ତାରିଖ ପରୀକ୍ଷା ସ୍ଥଗିତ

ଭଞ୍ଜନଗର,୨୨।୯ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା…

ବଳାତ୍କାର ମାମଲାରେ କେଉଁ ରାଜ୍ୟ ଆଗରେ? ଓଡ଼ିଶାର ସ୍ଥିତି ଜାଣି ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ବିହାରର ଜମୁଇ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ଜଣେ ନାବାଳିକା…

ରାଣୀ ମୁଖାର୍ଜୀଙ୍କ ଉପରେ ଭାଙ୍ଗିପଡିଲା ଦୁଃଖର ପାହାଡ଼, ଏମିତି କେବେ ଘଟିବ ବୋଲି…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ରାଣୀ ମୁଖାର୍ଜୀଙ୍କ ଉପରେ ଦୁଃଖର ପାହାଡ଼ ଭାଙ୍ଗିପଡ଼ିଛି। ତାଙ୍କ ମାଆ କୃଷ୍ଣା ମୁଖାର୍ଜୀଙ୍କର ୭୫ ବର୍ଷ ବୟସରେ ପରଲୋକ ଘଟିଛି। ମଙ୍ଗଳବାର, ସେପ୍ଟେମ୍ବର…

ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ମନ୍ତ୍ରୀ: ଏହି ୭ ଜିଲାରେ ଭୀଷଣ ବର୍ଷା! ରେଡ୍‌ ୱାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୨।୯: ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ୨୩ ଓ ୨୪ ପାଇଁ କୋରାପୁଟ, ଗଜପତି, ଗଞ୍ଜାମକୁ ରେଡ…

ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ, ଆତଙ୍କିତ କୃଷ୍ଣପ୍ରସାଦବାସୀ

କୃଷ୍ଣପ୍ରସାଦ, ୨୨।୯(କୈଳାଶ ଚନ୍ଦ୍ର ପଟନାୟକ ): ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ଏହାକୁ ନେଇ ପୁରୀ ଜିଲା ଉପକୂଳବାସୀଙ୍କ ମନରେ ଛନକା ପଶିଛି…

ନବରଙ୍ଗପୁର ଜିଲାପାଳଙ୍କ ବଡ଼ ଘୋଷଣା: ସରକାରୀ ଅଧିକାରୀଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଉଛି। ଫଳରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?