ବରଗଡ଼ର ଗୌରବ: କଲିକତାରେ ସମ୍ବର୍ଦ୍ଧିତ ହେଲେ କଳାକାର

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ)- କଳା, ସଂସ୍କୃତି ସାହିତ୍ୟ, ସଙ୍ଗୀତ ଓ ନୃତ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସର୍ବଭାରତୀୟସ୍ତରରେ ବରଗଡ଼ ଜିଲାର କଳାକାରମାନେ ସମ୍ବର୍ଦ୍ଧିତ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ଜିଲାର ସଙ୍କୀର୍ତ୍ତନ ଗୁରୁ ପ୍ରମୋଦ ଦାଶ ଏବଂ ସୁଶିଲ ଦାଶଙ୍କୁ ଶ୍ରୀ ଚୈତନ୍ୟ ସମ୍ମାନ, ବାସୁଦେବ ପ୍ରଧାନଙ୍କୁ ଗୁରୁ ରତ୍ନଜ୍ୟୋତି ସମ୍ମାନ, ପ୍ରମୋଦ ପ୍ରଧାନଙ୍କୁ କଳା ଗୌରବ ସମ୍ମାନ, ମୀନକେତନ ମେହେରଙ୍କୁ ଗାୟକ ଶିରୋମଣି ସମ୍ମାନ, ଏମ୍‌.ଡି ତୋଫିକ ଖାନ୍‌ ଓ ଅନିରୁଦ୍ଧ ପାଇକଙ୍କୁ କଳା ଗୌରବ ସମ୍ମାନ, ନୃତ୍ୟ ନିର୍ଦ୍ଦେଶକ ରାଜେଶ ବାରିକଙ୍କୁ ନୃତ୍ୟ ଜ୍ୟୋତି ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଛି ।

ସର୍ବଭାରତୀୟ ସଂସ୍କୃତି ଉନ୍ନୟନ ସଂସ୍ଥା ପକ୍ଷରୁ ପଶ୍ଚିମବଙ୍ଗ କଲିକତାସ୍ଥିତ ଆଇସିସିଆର୍‌ ଭବନଠାରେ ଶୁକ୍ରବାର ଆୟୋଜିତ ଆନ୍ତର୍ଜାତୀୟ ଶାସ୍ତ୍ରୀୟ ନୃତ୍ୟ ସମ୍ବର୍ଦ୍ଧନା ଉତ୍ସବ ‘ମହାମାୟା’-୨୦୨୫ ଅବସରରେ ବରଗଡ଼ ଜିଲାର ଏହି କଳାକାରମାନଙ୍କୁ ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା ।

କାର୍ଯ୍ୟକ୍ରମରେ କଲଚର୍‌ ଡେଭଲପମେଣ୍ଟ ଫାଉଣ୍ଡେଶନ ଅଧ୍ୟକ୍ଷ ଡ.ଷ୍ଟାଲିନ ପରିଜା, ଆନ୍ତର୍ଜାତୀୟ ନୃତ୍ୟ ପରିଷଦ ସଭ୍ୟ ଡ.ଉପେନ୍ଦ୍ର କୁମାର ଶର୍ମା, ସର୍ବ ଭାରତୀୟ ଆର୍ଟ ଏଣ୍ଡ କଲଚର ଫାଉଣ୍ଡେଶନର ସଭାପତି ଚୈତନ୍ୟ ପାଇକ, ଉପସଭାପତି ଅର୍ପିତା ଚାଟାର୍ଜୀ, ସହ ସମ୍ପାଦକ ତୁଷାରକାନ୍ତ ବେହେରା, ରବୀନ୍ଦ୍ର ଭାରତୀ ବିଶ୍ୱ ବିଦ୍ୟାଳୟର ପ୍ରଫେସର ବାବୁ ମାନ୍ନା ପ୍ରମୁଖ ଅତିଥିଭାବେ ଯୋଗଦେଇ ବିଭିନ୍ନ ରାଜ୍ୟରୁ ଆସିଥିବା କଳାକାରମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ବରଗଡ଼ ଜିଲାର କଳାକାରମାନେ ସମ୍ବର୍ଦ୍ଧନା ଉତ୍ସବରେ ଜିଲା ପାଇଁ ଗୌରବ ଆଣିଥିବା ଯୋଗୁ ସେମାନଙ୍କୁ ବିଭିନ୍ନ ମହଲରେ ଅଭିନନ୍ଦନ ଜ୍ଞାପନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri