ବରଗଡ଼ର ଗୌରବ: କଲିକତାରେ ସମ୍ବର୍ଦ୍ଧିତ ହେଲେ କଳାକାର

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ)- କଳା, ସଂସ୍କୃତି ସାହିତ୍ୟ, ସଙ୍ଗୀତ ଓ ନୃତ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସର୍ବଭାରତୀୟସ୍ତରରେ ବରଗଡ଼ ଜିଲାର କଳାକାରମାନେ ସମ୍ବର୍ଦ୍ଧିତ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ଜିଲାର ସଙ୍କୀର୍ତ୍ତନ ଗୁରୁ ପ୍ରମୋଦ ଦାଶ ଏବଂ ସୁଶିଲ ଦାଶଙ୍କୁ ଶ୍ରୀ ଚୈତନ୍ୟ ସମ୍ମାନ, ବାସୁଦେବ ପ୍ରଧାନଙ୍କୁ ଗୁରୁ ରତ୍ନଜ୍ୟୋତି ସମ୍ମାନ, ପ୍ରମୋଦ ପ୍ରଧାନଙ୍କୁ କଳା ଗୌରବ ସମ୍ମାନ, ମୀନକେତନ ମେହେରଙ୍କୁ ଗାୟକ ଶିରୋମଣି ସମ୍ମାନ, ଏମ୍‌.ଡି ତୋଫିକ ଖାନ୍‌ ଓ ଅନିରୁଦ୍ଧ ପାଇକଙ୍କୁ କଳା ଗୌରବ ସମ୍ମାନ, ନୃତ୍ୟ ନିର୍ଦ୍ଦେଶକ ରାଜେଶ ବାରିକଙ୍କୁ ନୃତ୍ୟ ଜ୍ୟୋତି ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଛି ।

ସର୍ବଭାରତୀୟ ସଂସ୍କୃତି ଉନ୍ନୟନ ସଂସ୍ଥା ପକ୍ଷରୁ ପଶ୍ଚିମବଙ୍ଗ କଲିକତାସ୍ଥିତ ଆଇସିସିଆର୍‌ ଭବନଠାରେ ଶୁକ୍ରବାର ଆୟୋଜିତ ଆନ୍ତର୍ଜାତୀୟ ଶାସ୍ତ୍ରୀୟ ନୃତ୍ୟ ସମ୍ବର୍ଦ୍ଧନା ଉତ୍ସବ ‘ମହାମାୟା’-୨୦୨୫ ଅବସରରେ ବରଗଡ଼ ଜିଲାର ଏହି କଳାକାରମାନଙ୍କୁ ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା ।

କାର୍ଯ୍ୟକ୍ରମରେ କଲଚର୍‌ ଡେଭଲପମେଣ୍ଟ ଫାଉଣ୍ଡେଶନ ଅଧ୍ୟକ୍ଷ ଡ.ଷ୍ଟାଲିନ ପରିଜା, ଆନ୍ତର୍ଜାତୀୟ ନୃତ୍ୟ ପରିଷଦ ସଭ୍ୟ ଡ.ଉପେନ୍ଦ୍ର କୁମାର ଶର୍ମା, ସର୍ବ ଭାରତୀୟ ଆର୍ଟ ଏଣ୍ଡ କଲଚର ଫାଉଣ୍ଡେଶନର ସଭାପତି ଚୈତନ୍ୟ ପାଇକ, ଉପସଭାପତି ଅର୍ପିତା ଚାଟାର୍ଜୀ, ସହ ସମ୍ପାଦକ ତୁଷାରକାନ୍ତ ବେହେରା, ରବୀନ୍ଦ୍ର ଭାରତୀ ବିଶ୍ୱ ବିଦ୍ୟାଳୟର ପ୍ରଫେସର ବାବୁ ମାନ୍ନା ପ୍ରମୁଖ ଅତିଥିଭାବେ ଯୋଗଦେଇ ବିଭିନ୍ନ ରାଜ୍ୟରୁ ଆସିଥିବା କଳାକାରମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ବରଗଡ଼ ଜିଲାର କଳାକାରମାନେ ସମ୍ବର୍ଦ୍ଧନା ଉତ୍ସବରେ ଜିଲା ପାଇଁ ଗୌରବ ଆଣିଥିବା ଯୋଗୁ ସେମାନଙ୍କୁ ବିଭିନ୍ନ ମହଲରେ ଅଭିନନ୍ଦନ ଜ୍ଞାପନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri