Posted inଜାତୀୟ

ଅପରେସନ୍ ପରେ ପେଟ ଭିତରେ ରହିଗଲା ଗ୍ଲୋଭସ୍-ନାପକିନ୍! ୧୯ ବର୍ଷୀୟା ମା’ଙ୍କ ଅବସ୍ଥା….

ମୁମ୍ବାଇ,୧୯ା୮: ମହାରାଷ୍ଟ୍ରର ବୀଡ୍‌ରୁ ସରକାରୀ ହସ୍ପିଟାଲର ଚିକିତ୍ସା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ୧୯ ବର୍ଷୀୟା ସନ୍ଧ୍ୟା ସୂରଜ ଗାଏକୱାଡ୍‌ ଅଗଷ୍ଟ ୧ ତାରିଖରେ ବୀଡ୍‌ ଜିଲା ହସ୍ପିଟାଲରେ ସିଜେରିଆନରେ ଶିଶୁକୁ ଜନ୍ମ ଦେଇଥିଲେ। ଅପରେସନ୍‌ର ଚାରି ଦିନ ପରେ ତାଙ୍କୁ ହସ୍ପିଟାଲରୁ ଡିସ୍‌ଚାର୍ଜ କରାଯାଇଥିଲା।

ତେବେ ଘରକୁ ଫେରିବା ପରେ ସନ୍ଧ୍ୟାଙ୍କ ପେଟରେ ପ୍ରବଳ ଯନ୍ତ୍ରଣା ହେବା ସହ ତାଙ୍କ ସ୍ୱାସ୍ଥ୍ୟ ଧୀରେ ଧୀରେ ଖରାପ ହେବାକୁ ଲାଗିଥିଲା। ପରିବାର ଲୋକେ ତାଙ୍କୁ ଏକ ଘରୋଇ ହସ୍ପିଟାଲକୁ ନେଇଥିଲେ। ସେଠାରେ ପରୀକ୍ଷା ପରେ ତାଙ୍କ ପେଟ ଭିତରେ କିଛି ଅଜଣା ଜିନିଷ ଥିବା ଜଣାପଡ଼ିଥିଲା। ଏହାପରେ ସନ୍ଧ୍ୟାଙ୍କୁ ପୁଣେର ଏକ ବେସରକାରୀ ହସ୍ପିଟାଲକୁ ନିଆଯାଇଥିଲା। ପରିବାରର ଅଭିଯୋଗ ଅନୁସାରେ, ସେଠାରେ ପୁଣିଥରେ ଅପରେସନ୍‌ କରାଯିବା ପରେ ତାଙ୍କ ପେଟରୁ ଗ୍ଲୋଭ୍ସ ଓ ପେପର ନାପକିନ୍ ବାହାର କରାଯାଇଥିଲା।

ସନ୍ଧ୍ୟାଙ୍କ ସ୍ୱାମୀ ସୂରଜ ଗାଏକୱାଡ୍‌ ଅଭିଯୋଗ କରିଛନ୍ତି ଯେ, ଡାକ୍ତର ଓ ହସ୍ପିଟାଲ କର୍ମଚାରୀଙ୍କ କଥିତ ଅବହେଳା ଯୋଗୁଁ ତାଙ୍କ ପତ୍ନୀଙ୍କ ଏଭଳି ଅବସ୍ଥା ହୋଇଛି। ସନ୍ଧ୍ୟାଙ୍କ ମାଆଙ୍କ କହିବା ଅନୁସାରେ, ଝିଅ ସିଜେରିଆନରେ ଶିଶୁକୁ ଜନ୍ମ ଦେଇଥିଲେ। କିନ୍ତୁ ପରେ ତାଙ୍କ ସ୍ୱାସ୍ଥ୍ୟ ଏତେ ଖରାପ ହୋଇଗଲା ଯେ ତାଙ୍କୁ ପୁଣିଥରେ ସର୍ଜରୀ କରାଇବାକୁ ପଡ଼ିଲା। ବର୍ତ୍ତମାନ ସନ୍ଧ୍ୟା ନିଜ ନବଜାତ ଶିଶୁକୁ କୋଳରେ ନେବା ସ୍ଥିତିରେ ମଧ୍ୟ ନାହାନ୍ତି ବୋଲି ପରିବାର ଲୋକେ କହିଛନ୍ତି ।

ଘଟଣା ସାମ୍ନାକୁ ଆସିବା ପରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଜିଲା ସର୍ଜନ୍‌ଙ୍କ ସୂଚନା ଅନୁସାରେ, ସମ୍ପୃକ୍ତ ମହିଳା ଡାକ୍ତର ଓ ହସ୍ପିଟାଲ କର୍ମଚାରୀଙ୍କୁ ନୋଟିସ୍‌ ଜାରି କରାଯାଇଛି। ବିଭାଗ ପକ୍ଷରୁ କୁହାଯାଇଛି ଯେ, ଘଟଣାର ସମ୍ପୂର୍ଣ୍ଣ ତଦନ୍ତ କରାଯିବ। ଯଦି କାହାର ଅବହେଳା ପ୍ରମାଣିତ ହୁଏ, ତେବେ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

୫୦୦୦ ବର୍ଷ ପରେ ଖୋଲିଲା ଭୟଙ୍କର ରହସ୍ୟ, ରାଜାଙ୍କ ମୃତ୍ୟୁ ପରେ ସେବକ….

କାଏରୋ,୬।୧୦: ପ୍ରାଚୀନ ଇଜିପ୍ଟରେ ମୃତ ରାଜାଙ୍କ ସହିତ ସେବକମାନଙ୍କୁ ମଧ୍ୟ ଜିଅନ୍ତା ପୋତି ଦିଆଯାଉଥିବା କଥାକୁ ନେଇ ବିଭିନ୍ନ ପ୍ରକାରର ଆଲୋଚନା ହୋଇଥାଏ। ଶତାବ୍ଦୀ ଧରି ପ୍ରତ୍ନତତ୍ତ୍ୱବିତମାନଙ୍କୁ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?