ଜିଏମ୍‌ ଆଇରନ୍‌ ଏବଂ ଷ୍ଟିଲ୍‌ କମ୍ପାନୀ ପ୍ରଦୂଷଣ ମାମଲା: ୪ ସପ୍ତାହରେ ରିପୋର୍ଟ ଦାଖଲ ନିର୍ଦ୍ଦେଶ

ପରଜଙ୍ଗ, ୧୯।୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ଅନ୍ତର୍ଗତ କୁଲେଇସ୍ଥିତ ଜିଏମ୍‌ ଆଇରନ୍‌ ଆଣ୍ଡ୍‌ ଷ୍ଟିଲ୍‌ ପ୍ଲାଣ୍ଟକୁ ଜାତୀୟ ସବୁଜ ପ୍ରାଧିକରଣ (ଏନ୍‌ଜିଟି) ପକ୍ଷରୁ ଝଟ୍‌କା ଲାଗିଛି। ପ୍ରଦୂଷଣ ଏବଂ ପରିବେଶ ସମ୍ପର୍କିତ ନିୟମ ଉଲ୍ଲଂଘନ କରି କମ୍ପାନୀ ଚାଲିଥିବା ଅଭିଯୋଗ ଆସିବା ପରେ ଏହାକୁ ଗୁରୁତ୍ୱର ସହ ନେଇଛନ୍ତି ଏନ୍‌ଜିଟି। ଏହାର ସତ୍ୟାସତ୍ୟ ଅନୁଧ୍ୟାନ କରିବାକୁ ଏକ କମିଟି ଗଠନ କରାଯାଇଥିବାବେଳେ ୪ ସପ୍ତାହ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ମାମଲାର ପରବର୍ତ୍ତୀ ଶୁଣାଣି ଜୁଲାଇ ୪ ତାରିଖରେ ହେବ ବୋଲି ଜଣାପଡ଼ିଛି।
ଜିଏମ୍‌ ଆଇରନ୍‌ ଆଣ୍ଡ୍‌ ଷ୍ଟିଲ୍‌ ପ୍ଲାଣ୍ଟକୁ ପୂର୍ବରୁ ରାଣା ସ୍ପଞ୍ଜ ନାମକ ଏକ ଘରୋଇ ସଂସ୍ଥା ଚଳାଉଥିଲା। ତେବେ ପ୍ରଦୂଷଣ ମାତ୍ରା ବଢ଼ିବା ପରେ ଜନଅସନ୍ତୋଷ ତେଜିବାରୁ ୨୦୧୨ରେ କାରଖାନା ବନ୍ଦ ହୋଇଯାଇଥିଲା। ଏହାପରେ ୨୦୨୦ରେ ଜିଏମ୍‌ ଆଇରନ୍‌ ଆଣ୍ଡ୍‌ ଷ୍ଟିଲ୍‌ ଏହାର ପରିଚାଳନା କରୁଛି। ତେବେ କମ୍ପାନୀ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ସର୍ତ୍ତକୁ ଉଲ୍ଲଂଘନ କରୁଛି। ମାତ୍ରାଧିକ ପ୍ରଦୂଷଣରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ନେଇ ଅଭିଯୋଗ ହୋଇଥିଲା। ସ୍ଥାନୀୟ ବାସିନ୍ଦା ଏହାର ପ୍ରତିକାର କରିବା ଲାଗି ଜନପ୍ରତିନିଧି, ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିଲା। ଫଳରେ ଗେଙ୍ଗୁଟିଆ ପଞ୍ଚାୟତର ପୂର୍ବତନ ସରପଞ୍ଚ ସୀମାନ୍ତ ଜେନା ଏବଂ ସାମାଜିକ କର୍ମୀ ଶାନ୍ତନୁ କୁମାର ଭୁକ୍ତା ଗତ ୨୦୨୨ ମାର୍ଚ୍ଚ ୨୯ରେ କମ୍ପାନୀ ବିରୋଧରେ ଏନ୍‌ଜିଟିର ଦ୍ୱାରସ୍ଥ ହୋଇଥିଲେ।
ଆବେଦନକାରୀ ଅଭିଯୋଗରେ ଦର୍ଶାଇଥିଲେ, କମ୍ପାନୀ ପାଖାପାଖି ୯ ଏକର ଜଙ୍ଗଲ ଜମି ଦଖଲ କରି ରଖିଛି। କାରଖାନାରୁ ନିର୍ଗତ ପ୍ରଦୂଷିତ ଧୂଅଁାରେ ଅଞ୍ଚଳବାସୀ ଅଣନିଃଶ୍ୱାସୀ ହୋଇପଡୁଛନ୍ତି। ରାଜ୍ୟ ପରିବେଶ ପ୍ରଦୂଷଣ ନିୟନ୍ତ୍ରଣ ପ୍ଲାଣ୍ଟ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ଏହାକୁ କମ୍ପାନୀ କର୍ତ୍ତୃପକ୍ଷ ଅଣଦେଖା କରି ଚାଲିଛନ୍ତି।
ଗତ ମେ’ ୧୦ରେ ଏନ୍‌ଜିଟିରେ ଏହି ମାମଲାର ଶୁଣାଣି ହୋଇଥିଲା। ବିଚାରପତି ଜଷ୍ଟିସ ବି. ଅମିତ ସ୍ଥାଲେକର, ଜଷ୍ଟିସ୍‌ ସାଇବାଲ ଦାସଗୁପ୍ତା ଏହାର ଶୁଣାଣି କରି ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ଉକ୍ତ କମିଟିରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ରାଜ୍ୟ ପରିବେଶ ନିୟନ୍ତ୍ରଣ ବୋର୍ଡ, ପରିବେଶ ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ, ଢେଙ୍କାନାଳ ଜିଲାପାଳ, ଜିଲା ବନଖଣ୍ଡ ଅଧିକାରୀଙ୍କୁ ସାମିଲ କରାଯାଇଛି। ଉକ୍ତ କମିଟି କାରଖାନା ସ୍ଥାପିତ ଅଞ୍ଚଳ ପରିଦର୍ଶନ କରି ୪ ସପ୍ତାହ ମଧ୍ୟରେ ରିପୋର୍ଟ ଦାଖଲ କରିବେ ବୋଲି ଏନ୍‌ଜିଟିଙ୍କ ନିର୍ଦ୍ଦେଶ ରହିଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଶଙ୍କର ପ୍ରସାଦ ପାଣି ମାମଲାର ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ବେଆଇନ ଇଟାଭାଟି ଉଚ୍ଛେଦ କଲା ପ୍ରଶାସନ

ପରଜଙ୍ଗ,୧୮ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମ ଝରାସାଇ ନିକଟରେ ହୋଇଥିବା ଏକ ବେଆଇନ ଇଟାଭାଟି ସହିତ ଗଢ଼ା ହୋଇଥିବା କିଛି ଇଟାକୁ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri