Posted inଜାତୀୟ

ବଢିଲା ‘ଗୋ ଫାଷ୍ଟ’ର ସମସ୍ୟା: ୨ ସପ୍ତାହ ମଧ୍ୟରେ ୧୫୦ରୁ ଅଧିକ କର୍ମଚାରୀ ଦେଲେ ଇସ୍ତଫା

ନୂଆଦିଲ୍ଲୀ,୧୭।୮: ଆର୍ଥିକ ଅସୁବିଧାର ସମ୍ମୁଖୀନ ହେଉଥିବା ଏୟାରଲାଇନ କମ୍ପାନୀ ଗୋ ଫାଷ୍ଟର ସମସ୍ୟା କମିବାର ନାଁ ନେଉନାହିଁ । ଗୋଟିଏ ପଟେ କମ୍ପାନୀ ଦୀର୍ଘ ଦିନ ଧରି ଏହାର ବିମାନ ଚଳାଚଳ ଆରମ୍ଭ କରିବାକୁ ଚେଷ୍ଟା କରିଆସୁଥିବା ବେଳେ ଅନ୍ୟପକ୍ଷରେ ଏହାକୁ ଅନ୍ୟ ଏକ ସମସ୍ୟାର ସାମ୍ନା କରିବାକୁ ପଡିଛି। ଦୀର୍ଘ ସମୟ ଧରି ଦରମା ନ ଦେବା କାରଣରୁ ଗତ ଦୁଇ ସପ୍ତାହ ମଧ୍ୟରେ ୧୫୦ରୁ ଅଧିକ ଗୋ ଫାଷ୍ଟ କର୍ମଚାରୀ ଇସ୍ତଫା ଦେଇଛନ୍ତି। ରିପୋର୍ଟ ଅନୁଯାୟୀ, କମ୍ପାନୀର କର୍ମଚାରୀମାନେ ଗତ ୩ ମାସ ଧରି ଦରମା ପାଇନାହାଁନ୍ତି। ଏଭଳି ପରିସ୍ଥିତିରେ ସେମାନେ ବର୍ତ୍ତମାନ ଅନ୍ୟ କମ୍ପାନୀରେ ଚାକିରି ଖୋଜୁଛନ୍ତି।

କମ୍ପାନୀର କର୍ମଚାରୀମାନଙ୍କ କହିବୁ ଅନୁଯାୟୀ, ବୋନସ ଏବଂ ବେତନ ପ୍ରତିଶ୍ରୁତି ସତ୍ତ୍ୱେ ଗୋ ଫାଷ୍ଟ ମେ, ଜୁନ ଏବଂ ଜୁଲାଇ ମାସର ଦରମା ପ୍ରଦାନ କରିନାହିଁ। ଏହା ପରେ, ଗତ ଦୁଇ ସପ୍ତାହ ମଧ୍ୟରେ ୩୦ ପାଇଲଟ, ୫୦ କ୍ୟାବିନ କ୍ରୁ ସଦସ୍ୟ ଏବଂ ୫୦ ଗ୍ରାଉଣ୍ଡ ହ୍ୟାଣ୍ଡଲିଂ କର୍ମଚାରୀଙ୍କ ସମେତ ୧୫୦ କର୍ମଚାରୀ କମ୍ପାନୀରୁ ଇସ୍ତଫା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ପୁଣିଥରେ ଦେଶରେ ଲକଡାଉନ୍‌ ଲାଗୁ କରିପାରନ୍ତି’, ପ୍ରଧାନମନ୍ତ୍ରୀ ମୋଦିଙ୍କ ମୁଖ୍ୟମନ୍ତ୍ରୀମାନଙ୍କ ସହ ବୈଠକ ପରେ ଏମିତି କହିଲେ…

ନୂଆଦିଲ୍ଲୀ,୨୭।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ ମୋଦି ସରକାର ଏବଂ ନିର୍ବାଚନ କମିଶନଙ୍କ ବିରୋଧରେ ମୋର୍ଚ୍ଚା ଖୋଲିଛନ୍ତି। ପଶ୍ଚିମ ବର୍ଦ୍ଧମାନରେ…

ଚନ୍ଦ୍ରଗିରି ଯାଉଥିବା ବେଳେ ଟ୍ରକକୁ ପଛପଟୁ ଧକ୍କା ଦେଲା ଆକ୍ଟିଭା

ମୋହନା, ୨୭ା୩(ମନ୍ମଥ ମିଶ୍ର): ରାସ୍ତା ପାର୍ଶ୍ୱରେ ଠିଆ ହୋଇଥିବା ଏକ ଟ୍ରକରେ ଦ୍ରୁତ ଗତିରେ ଆସୁଥିବା ଏକ ଆକ୍ଟିଭା (ଓଆର ୦୭ଏନ-୪୯୬୫) ପଛପଟୁ ଧକ୍କା ଦେଇଥିଲା। ଫଳରେ…

ଥରିଲା ପୃଥିବୀ, ଭାରତରେ କମ୍ପନ ଅନୁଭୂତ

ନୂଆଦିଲ୍ଲୀ,୨୭ା୩: ଶୁକ୍ରବାର ସକାଳେ ଲେହ ଲଦାଖରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୯…

ଘରୋଇ ହିଂସାରୁ ମହିଳାଙ୍କୁ କିପରି ସୁରକ୍ଷା ଦେବ ଆଇନ

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି (ଟିଏଲଏସସି )ପକ୍ଷରୁ ଗୁରୁବାର ସ୍ଥାନୀୟ ମିଶନ ଶକ୍ତି ଭବନ ପରିସରରେ ଏକ ଆଇନ…

ପେଟ୍ରୋଲ-ଡିଜେଲ ଶସ୍ତା କଲେ ସରକାର, ହ୍ରାସ ହେଲା ଉତ୍ପାଦ ଶୁଳ୍କ, ଜାଣନ୍ତୁ ପ୍ରତି ଲିଟର କେତେ…

ନୂଆଦିଲ୍ଲୀ,୨୭ା୩: ଆମେରିକା-ଇରାନ ଯୁଦ୍ଧ ଯୋଗୁ ଦେଶବ୍ୟାପୀ ଇନ୍ଧନ ମୂଲ୍ୟ ବୃଦ୍ଧିର ଆଶଙ୍କାକୁ ଦୃଷ୍ଟିରେ ରଖି ଭାରତ ସରକାର ପେଟ୍ରୋଲ ଏବଂ ଡିଜେଲ ଉଭୟ ଉପରେ ଅତିରିକ୍ତ ଉତ୍ପାଦ…

ଶ୍ରୀରାମ ନବମୀ ପାଇଁ ଚଳଚଞ୍ଚଳ ଦିଗପହଣ୍ଡି: ଯୋଗଦେଲେ ଡ.ସିଦ୍ଧାନ୍ତ ମହାପାତ୍ର, ବିଶ୍ବହିନ୍ଦୁ ପରିଷଦ….

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର): ଆଜି ପବିତ୍ର ଶ୍ରୀରାମ ନବମୀ। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଚଳଚଞ୍ଚଳ ହୋଇ ଉଠିଛି। ତେବେ ଗୁରୁବାର ସାରେ ଶ୍ରୀରାମ ନବମୀ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri