କରୋନାକୁ ହରାଇବା ଲାଗି ଘରଘର ବୁଲି ଟିକାକରଣ କର, ପ୍ରଧାନମନ୍ତ୍ରୀଙ୍କ ନୂଆ ମନ୍ତ୍ର…

ନୂଆଦିଲ୍ଲୀ,୩।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କରୋନା ମହାମାରୀ ଲଢ଼େଇରେ ଘର ଘର ବୁଲି ଟିକା ଦାନ ଅଭିଯାନକୁ ସଫଳ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ୪୮ ଜିଲାର ଅଧିକାରୀଙ୍କ ସହିତ ଏକ ଭର୍ଚ୍ୟୁଆଲ୍‌ ବୈଠକରେ ଯୋଗଦେଇ ଆହ୍ନାନ ଦେଇଛନ୍ତି।

ଏସବୁ ଜିଲାରେ ୫୦ ପ୍ରତିଶତରୁ କମ୍‌ ଜନସଂଖ୍ୟା ଟିକା ନେଇଛନ୍ତି। ତେଣୁ ଲୋକଙ୍କ ଗୁଜବରୁ ତଥା ବିଭିନ୍ନ ଭ୍ରମରୁ ଦୂରେଇ ରଖିବାକୁ ପ୍ରଧାନମନ୍ତ୍ରୀ କହିଛନ୍ତି।

ପ୍ରଧାନମନ୍ତ୍ରୀ ଅଧିକାରୀମାନଙ୍କୁ ପ୍ରତ୍ୟେକ ଗାଁ, ଜିଲାର ପ୍ରତ୍ୟେକ ସହର ପାଇଁ ଏକ ଭିନ୍ନ ରଣନୀତି ପ୍ରସ୍ତୁତ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ଅଞ୍ଚଳ ଅନୁସାରେ ଆବଶ୍ୟକତାକୁ ଦୃଷ୍ଟିରେ ରଖି ୨୦-୨୫ ଜଣିଆ ଦଳ ଗଠନ କରି ଟିକାଦାନ ଅଭିଯାନ କରିବାକୁ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଗୁଜବ ବିରୋଧରେ ଲୋକଙ୍କୁ ଅଧିକରୁ ଅଧିକ ସଚେତନ କରାଇବା ମଧ୍ୟ ଉଚିତ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଆବଶ୍ୟକସ୍ଥଳେ ସ୍ଥାନୀୟ ଧାର୍ମିକ ନେତାଙ୍କର ସହାୟତା ନେବାକୁ ପ୍ରଧାନମନ୍ତ୍ରୀ ଜିଲା ଅଧିକାରୀଙ୍କୁ କହିଛନ୍ତି।

ଏହି ମେଗା ଟିକାଦାନ ଅଭିଯାନ ନେଇ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରାଯାଇଛି। ସ୍ବାସ୍ଥ୍ୟକର୍ମୀ ଘର ଘର ବୁଲି ପ୍ରଥମ ଅବା ଦ୍ୱିତୀୟ ଡୋଜ୍‌ ନେଇ ନ ଥିବା ଲୋକଙ୍କୁ ଟିକା ଦେବେ। ଇତିମଧ୍ୟରେ ୧୮ ବର୍ଷରୁ ଅଧିକ ବୟସ୍କଙ୍କ ମଧ୍ୟରେ ୭୭ ପ୍ରତିଶତଙ୍କୁ ପ୍ରଥମ ଡୋଜ୍‌ ଟିକାକରଣ କରାଯାଇଛି। ଅପରପକ୍ଷରେ ୩୨ ପ୍ରତିଶତଙ୍କୁ ଉଭୟ ଡୋଜ୍‌ ପ୍ରଦାନ କରାଯାଇଛି। ତେବେ ୧୧ କୋଟିରୁ ଅଧିକ ଲୋକ ପ୍ରଥମ ଡୋଜ୍‌ ନେଇ ଦ୍ୱିତୀୟ ଡୋଜ୍‌ର ସମୟ ବିତି ଯାଇଥିଲେ ମଧ୍ୟ ଏହା ନେଇ ନାହାନ୍ତି। ଏହା ସରକାରଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?