ପୋଲିସ ଗ୍ରାମବାସୀଙ୍କ ମଧ୍ୟରେ ଛକାପଞ୍ଝା ଜାରି

କୁଜଙ୍ଗ,୮ା୧ (ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ଏରସମା ତହସିଲ ଅନ୍ତର୍ଗତ ଢିଙ୍କିଆ ଚାରିଦେଶରେ ପୋଲିସ ଓ ବିରୋଧୀଙ୍କ ମଧ୍ୟରେ ଛକାପଞ୍ଝା ଲାଗି ରହିଛି। ଗତ ୪ ତାରିଖରେ ଢିଙ୍କିଆ ଗାଁରେ ପୋଲିସକୁ ଆକ୍ରମଣ ଘଟଣାରେ ସସ୍ମିତା ଓ ଲକ୍ଷ୍ମୀ ମଲ୍ଲିକଙ୍କୁ ଶୁକ୍ରବାର ପୋଲିସ ଗିରଫ କରିଛି। ଉଭୟ ଅଭିଯୁକ୍ତ ମାରଣାସ୍ତ୍ର ଧରି ଢିଙ୍କିଆ ଜଙ୍ଗଲ ନିକଟ ପାନବରଜ ଅଞ୍ଚଳରେ ବୁଲୁଥିବାବେଳେ ପୋଲିସ ସେମାନଙ୍କୁ କାବୁ କରିଥିଲା। ସେହିପରି ଉକ୍ତ ଗ୍ରାମର ସୁଶୀଲ ସ୍ବାଇଁଙ୍କୁ ଆକ୍ରମଣ ଓ ଲୁଟ୍‌ ଅଭିଯୋଗରେ ପୋଲିସ ୭ ଜଣଙ୍କୁ ଗିରଫ କରିଛି। ଗୁରୁବାର ରାତିରେ ଆଇଓସିଏଲ୍‌ରୁ ଡ୍ୟୁଟି ସାରି ଫେରୁଥିବାବେଳେ ଗଁାମୁଣ୍ଡ ରାସ୍ତାରେ ସୁଶୀଲଙ୍କୁ ୯ ଜଣ ଆକ୍ରମଣ କରି ୭ ହଜାର ଟଙ୍କା ଓ ଏକ ସୁନାମୁଦି ଛଡାଇ ନେଇଥିବା ଅଭିଯୋଗ ହୋଇଥିଲା। ପରେ ଅଭିଯୁକ୍ତଙ୍କ ମଧ୍ୟରେ କୌଣସି କାରଣରୁ ଗଣ୍ଡଗୋଳ ହୋଇଥିଲା। ଆହତମାନେ ଚିକିତ୍ସା ନିମନ୍ତେ ପାରାଦୀପର ଅଠରବାଙ୍କିସ୍ଥିତ ବିଜୁ ସ୍ମାରକୀ ଡାକ୍ତରଖାନାକୁ ଯାଇଥିବାବେଳେ ସେଠାରୁ ପୋଲିସ ସେମାନଙ୍କୁ ଗିରଫ କରିଛି ବୋଲି ଅଭୟଚାନ୍ଦପୁର ଥାନା ଅଧିକାରୀ ଜୀବନାନନ୍ଦ ଜେନା କହିଛନ୍ତି। ସେମାନେ ହେଲେ ସୁଜନ ମଲ୍ଲିକ୍‌, ଶରତ ମଲ୍ଲିକ୍‌, ଶଙ୍କର ମଲ୍ଲିକ୍‌, ଶିବ ମଲ୍ଲିକ୍‌, କୁସୁମ ମଲ୍ଲିକ୍‌, ପାର୍ବତୀ ମଲ୍ଲିକ୍‌ ଏବଂ ଝିନି ମଲ୍ଲିକ୍‌। ସେଠାରୁ ୨ ଜଣ ଖସିଯିବାକୁ ସକ୍ଷମ ହୋଇଛନ୍ତି। ଏହି ଘଟଣାରେ ପୋଲିସ ଫୋର୍ସ ସହ ପାଟଣାପଟୁ ଢିଙ୍କିଆକୁ ପ୍ରବେଶ ପଥରେ ହୋଇଥିବା ଫାଟକ ନିକଟରେ ପହଞ୍ଚତ୍ଥିଲେ। ମାତ୍ର ବିରୋଧୀମାନେ ଗେଟ୍‌ ନ ଖୋଲିବାରୁ ସନ୍ଧ୍ୟା ପର୍ଯ୍ୟନ୍ତ ପୋଲିସ ଫୋର୍ସ ସହ ଫାଟକ ସମ୍ମୁଖରେ ଜଗି ରହିଥିଲା। ଅପରପକ୍ଷେ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ ଜାରି ରହିଛି। ଏପର୍ଯ୍ୟନ୍ତ ଢିଙ୍କିଆ ପଞ୍ଚାୟତର ଗୋବିନ୍ଦପୁର, ପାଟଣା, ମାହଳ ଓ ଢିଙ୍କିଆ ଗ୍ରାମର ୨୬୧ ପାନବରଜ ମାପଚୁପ ହୋଇଥିବା ବେଳେ ୧୧୮ଟି ଅଧିଗ୍ରହଣ କରାଯାଇଛି ଏବଂ ଏହାର ମାଲିକମାନଙ୍କ ମଧ୍ୟରୁ ୬୩ ଜଣଙ୍କୁ ୧ କୋଟି ୬୪ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ କ୍ଷତିପୂରଣ ରାଶି ପ୍ରଦାନ କରାଯାଇଥିବା ଏରସମା ତହସିଲଦାର ପ୍ରଜ୍ଞାନନ୍ଦ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟକ୍ତିଙ୍କୁ ଏମିତି ଆକ୍ରମଣ କଲା ବିଶାଳକାୟ ଅଜଗର, ଭିଡିଓ ଦେଖିଲେ…

ସାପକୁ ସାମ୍ନା କରିବା କିମ୍ବା ବୀରତ୍ୱପୂର୍ଣ୍ଣ ସାହସ ପ୍ରଦର୍ଶନ କରିବା ପ୍ରାୟତଃ ଘାତକ ସାବ୍ୟସ୍ତ ହୋଇଥାଏ। ତେଣୁ ଅଧିକାଂଶ ଲୋକ ସାପଠାରୁ ଦୂରେଇ ରହିବାକୁ ପସନ୍ଦ...

ପ୍ରସିଦ୍ଧ ଲେଖକ ତଥା ପଦ୍ମଶ୍ରୀ ରସ୍କିନ ବଣ୍ଡ ଗୁରୁତର ଅସୁସ୍ଥ

ନୂଆଦିଲ୍ଲୀ,୧୪।୧୨: ପ୍ରସିଦ୍ଧ ଲେଖକ ଏବଂ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ୯୧ ବର୍ଷିୟ ରସ୍କିନ ବଣ୍ଡଙ୍କୁ ଡେରାଡୁନର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଗତ ଚାରି...

ମେସିଙ୍କ ସହ ସେଲ୍‌ଫି ନେବାକୁ ଚାହୁଁଥିଲେ ବିକ୍ରି କରିବାକୁ ପଡ଼ିପାରେ ଆପଣଙ୍କ ଘର! ଟିକେଟର ଦାମ ଶୁଣିଲେ…

ନୂଆଦିଲ୍ଲୀ,୧୪।୧୨: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି ବର୍ତ୍ତମାନ ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ସେ ପ୍ରଥମେ କୋଲକାତାରେ ପହଞ୍ଚିଥିଲେ, ତା’ପରେ ହାଇଦ୍ରାବାଦରେ ପହଞ୍ଚିଥିଲେ...

ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଭଙ୍ଗା ଶୀତ, ଜାଣନ୍ତୁ କେଉଁଠି ରହିଛି କେତେ ତାପମାତ୍ରା…

ଭୁବନେଶ୍ୱର,୧୪ା୧୨: ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ। ରାଉରକେଲା ସହରରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୮.୯, କେନ୍ଦୁଝରରେ ୧୦.୬ ଡିଗ୍ରୀ...

‘ଗିରଫ ହୁଅନ୍ତୁ ମମତା,’ କାହିଁକି ଏମିତି କହିଲେ ଆସାମ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ଗୁଆହାଟି,୧୪।୧୨: ଶନିବାର କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ ଏକ କାର୍ଯ୍ୟକ୍ରମରେ ଘଟିଥିବା ବିଶୃଙ୍ଖଳା ପରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧୀଙ୍କ ସମାଲୋଚନାର ଶିକାର...

‘ଜଞ୍ଜିରରେ ହୋଇଛି ବନ୍ଧା…ମାଡ଼ରେ ଶରୀର ରୁଟି ଭଳି ଫୁଲିଯାଇଛି…’, ମାସୁଦ ଆଝାରଙ୍କ ଭାଇରାଲ ଅଡିଓ କ୍ଲିପକୁ ନେଇ ବଢୁଛି ଚର୍ଚ୍ଚା

ଇସଲାମାବାଦ,୧୪।୧୨: ପାକିସ୍ତାନର ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦର ନେତା ମାସୁଦ ଆଝାରଙ୍କ ଏକ ଚାଞ୍ଚଲ୍ୟକର ଅଡିଓ କ୍ଲିପ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଏହି...

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri