‘ସମ୍ମାନହାନି ହୋଇଥିବାରୁ ଅଦାଲତ ଦ୍ୱାରସ୍ଥ ହେବି’

କେନ୍ଦୁଝର, ୭ା୨ (ସ୍ବ.ପ୍ର.) କେନ୍ଦୁଝର ସଦର ବିଧାୟକ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝିଙ୍କ ବିରୋଧରେ ଭାଜପା କର୍ମୀ ସଞ୍ଜୀବ ନାୟକ ଟାଉନ ଥାନାରେ ଏତଲା ଦେବା ଘଟଣା ଜିଲାରେ ପ୍ରମୁଖ ଚର୍ଚ୍ଚାର ବିଷୟ ହୋଇଛି। ଅଭିଯୋଗକୁ ଭିତ୍ତିକରି ଟାଉନ ଥାନା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷେ ପଞ୍ଚାୟତ ନିର୍ବାଚନ ପାଇଁ ଜୋରଦାର ପ୍ରଚାର ଚାଲିଥିବା ବେଳେ ଏଭଳି ସମୟରେ ବିଧାୟକଙ୍କ ବିରୋଧରେ ଅଭିଯୋଗ ରାଜନୈତିକ ଉଷ୍ମତାକୁ ବଢ଼ାଇ ଦେଇଛି। ଆଗକୁ ଜିଲାରେ ପଞ୍ଚାୟତ ସହ ପୌର ନିର୍ବାଚନ ଥିବାରୁ ଭାଜପାର ଲୋକପ୍ରିୟତାକୁ ହ୍ରାସ କରିବା ଲାଗି ଏଭଳି ଚକ୍ରାନ୍ତ କରାଯାଇଥିବା ବିଧାୟକ ମାଝି ଅଭିଯୋଗ କରିଛନ୍ତି। ଏଭଳି ରାଜନୈତିକ ଷଡ଼ଯନ୍ତ୍ରକୁ ସେ ନାପସନ୍ଦ କରିବା ସହ ତାଙ୍କର ସମ୍ମାନ ହାନି ହୋଇଥିବାରୁ ଅଦାଲତ ଦ୍ୱାରସ୍ଥ ହେବେ ବୋଲି କହିଛନ୍ତି। ଅଭିଯୋଗ ଅନୁଯାୟୀ, ୨୦୧୯ ଏବଂ ୨୦୨୦ରେ ବିଧାୟକ ତାଙ୍କଠାରୁ ପ୍ରାୟ ସାଢ଼େ ୩ ଲକ୍ଷ ଟଙ୍କାର ଘର ଆସବାବପତ୍ର କିଣିଥିଲେ। ସେ ବାବଦକୁ ୨୦୨୧ରେ ୪ଟି ପର୍ଯ୍ୟାୟରେ ୨ଲକ୍ଷ ୧ହଜାର ଟଙ୍କା ପରିଶୋଧ କରିଥିଲେ। ଅବଶିଷ୍ଟ ୧ ଲକ୍ଷ ୫୫ ହଜାର ଟଙ୍କା ଦେଉ ନାହାନ୍ତି। ଅନ୍ୟପକ୍ଷେ ବିଧାୟକ ମାଝି କହିଛନ୍ତି, ସାମଗ୍ରୀ ଦେବା ବେଳେ ୪୦ ପ୍ରତିଶତ ରିହାତି ଦେବେ ବୋଲି ସଞ୍ଜୀବ କହିଥିଲେ। ହିସାବ ମୁତାବକ ସମସ୍ତ ଟଙ୍କା ସେ ନେଇସାରିଛନ୍ତି। ଯଦି ବକେୟା ଅର୍ଥ ଅଛି, ଜିଏସ୍‌ଟି ବିଲ୍‌ ମିଳିବା ପରେ ଅବଶିଷ୍ଟ ଟଙ୍କା ପୈଠ କରିଦେବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଘରକୁ ଫେରୁଥିବା ବେଳେ ଟଳିପଡିଲେ ବୁଦ୍ଧଦେବ, ଅଂଶୁଘାତ….

ପାଟଣା,୨୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ତେଣ୍ଡରା ପଞ୍ଚାୟତ ଖିଲାରିପାଟ୍ ନୂଆଗାଁ ଗ୍ରାମରେ ଜେ ଯୁବକଙ୍କର ମୃତ୍ୟୁ ହୋଇଛି । ୩୫ବର୍ଷୀୟ…

ଭିଜିଲାନ୍ସ ଦୁର୍ନୀତି ମାମଲାରେ ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜ ଦୋଷୀ ସାବ୍ୟସ୍ତ

କେନ୍ଦୁଝର,୨୫।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦୁର୍ନୀତି ବିରୋଧୀ ଘଟଣାକ୍ରମରେ ଓଡିଶା ଭିଜିଲାନ୍ସ କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକର ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜଙ୍କୁ ଏକ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ଦିନେ ନିରାଶ୍ରୟଙ୍କ ସାହା ଥିଲେ ମଗନ, ଏବେ ନିଜେ ମାଗୁଛନ୍ତି ସହାୟତା

କେନ୍ଦୁଝର,୨୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହରର କମାରଗୋଡାର ସମାଜସେବୀ ତଥା ବରିଷ୍ଠ ଖବରଦାତା ମଗନ କୁମାର ମଲ୍ଲିକ(୫୭)କର୍କଟ ରୋଗରେ ପୀଡିତ ହୋଇ ଭୁବନେଶ୍ୱର ‘ଏମ୍ସ’ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।…

ଖରାରେ ବୁଲୁଥିବାରୁ ତାଗିଦ କଲେ ମା’, ରାଗିଯାଇ ଝୁଲିପଡିଲେ ପୁଅ

କେନ୍ଦୁଝର,୨୫।୫ ( ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ଦେଉଳଡିହା ପଞ୍ଚାୟତ ଜେନାଦାର ଗାଁରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ମା’ ତାଗିଦ୍ କରିବାରୁ ପୁଅର ଆତ୍ମହତ୍ୟା…

ଅଘଟଣ; ପାଣିରେ ବୁଡି ୨ ବର୍ଷର ଶିଶୁ, ବିଷ ପିଇ ଚତୁର୍ଥ ଶ୍ରେଣୀ ଛାତ୍ର ମୃତ

ହାଟଡିହି/ଛେନାପଦୀ/ଆନନ୍ଦପୁର,୨୫।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ସୋସୋ ଥାନା ଥାନା ଅଞ୍ଚଳରେ ଗତ ରବିବାର ଦୁଇଟି ଦୁଃଖଦ ଘଟଣା ଘଟିଛି । ପୋଡାସିଙ୍ଗିଡ଼ି…

ତାପମାତ୍ରା ୪୦ ଡିଗ୍ରୀ: ମିଳୁନି ପିଇବା ପାଣି, ଗରା, ବାଲଟି ଓ ଡେକଚି ଧରି…

ପାଟଣା, ୨୫।୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ସେଲସିଅସ୍‌କୁ ଛୁଇଁଥିବା ବେଳେ ପାଟଣା ବ୍ଲକ୍ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତର ବଣମହୁଳଡିହା ପାତୁଳୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri