Posted inଜାତୀୟ

ଲୋକଙ୍କ ପାଖକୁ ଯାଅ

ନୂଆଦିଲ୍ଲୀ,୮।୧୧: ଭାଜପା ସଦସ୍ୟମାନେ ସାଧାରଣ ଜନତାଙ୍କ ପାଖକୁ ଯାଆନ୍ତୁ। ସେମାନେ ଦଳ ଓ ଲୋକଙ୍କ ମଧ୍ୟରେ ବିଶ୍ୱାସର ସେତୁବନ୍ଧ ସାଜନ୍ତୁ ବୋଲି ରବିବାର ନୂଆଦିଲ୍ଲୀରେ ଅନୁଷ୍ଠିତ ଭାଜପା ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରାମର୍ଶ ଦେଇଛନ୍ତି। ଏଥିସହ ଆଗାମୀ ୫ ରାଜ୍ୟ ବିଧାନସଭା ନିର୍ବାଚନରେ ଭାଜପା ଲୋକଙ୍କ ବିଶ୍ୱାସ ଜିତିବ ବୋଲି ମୋଦି ଆଶାବ୍ୟକ୍ତ କରିଛନ୍ତି।
ଆସନ୍ତା ବର୍ଷ ଫେବୃୟାରୀ-ମାର୍ଚ୍ଚ ଆଡ଼କୁ ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ଗୋଆ ଓ ମଣିପୁରରେ ବିଧାନସଭା ନିର୍ବାଚନ ହେବ। ଏହାକୁ ଦୃଷ୍ଟିରେ ରଖି ଭାଜପା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଛି। ପ୍ରଧାନମନ୍ତ୍ରୀ ମୋଦି ଉକ୍ତ ବୈଠକକୁ ସମ୍ବୋଧିତ କରି କହିଛନ୍ତି, ଭାଜପା କୌଣସି ନିର୍ଦ୍ଦିଷ୍ଟ କରିବାର ଚାରିପଟେ ଘୂରି ବୁଲିବା ପରିବର୍ତ୍ତେ ‘ସେବା, ସଙ୍କଳ୍ପ ଓ ସମର୍ପଣ’ର ମୂଲ୍ୟବୋଧକୁ ନେଇ ଆଗେଇ ଚାଲିଛି। ନିକଟରେ ଅନୁଷ୍ଠିତ ତେଲଙ୍ଗାନାର ଏଲ୍ଲେନାବାଦ ଉପନିର୍ବାଚନରେ ସଫଳତା ଭାଜପାର ବିକାଶ କାର୍ଯ୍ୟସୂଚୀର ଗ୍ରହଣୀୟତାକୁ ଦର୍ଶାଉଛି। ଭାଜପା ଲୋକଙ୍କ ସେବା କରିବାର ସଂସ୍କୃତି ପ୍ରତି ସମର୍ପିତ ବୋଲି ପ୍ରଧାନମନ୍ତ୍ରୀ କହିଥିବା କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା କହିଥିଲେ, ଦଳକୁ ଆହୁରି ସଙ୍ଗଠିତ କରିବାକୁ ପଡ଼ିବ। ଭାଜପା ପାଇଁ ଭଲ ସମୟ ଆସିବା ବାକି ଅଛି। ସେହିପରି ଆଗାମୀ ନିର୍ବାଚନରେ ଦଳର ବିଜୟକୁ ସୁନିଶ୍ଚିତ କରାଯିବ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସ୍ପଷ୍ଟ କରିଥିଲେ। ବୈଠକରେ ନିର୍ବାଚନ ହେବାକୁ ଥିବା ରାଜ୍ୟଗୁଡ଼ିକ ମଧ୍ୟରୁ ୟୁପି, ଉତ୍ତରାଖଣ୍ଡ, ଗୋଆ ଓ ମଣିପୁରର ମୁଖ୍ୟମନ୍ତ୍ରୀ ତଥା ଭାଜପା ସଭାପତିମାନେ ଦଳୀୟ ରଣନୀତିକୁ ନେଇ ରିପୋର୍ଟ ଉପସ୍ଥାପନ କରିଥିଲେ। ପଞ୍ଜାବ ୟୁନିଟ୍‌ ସଭାପତି ମଧ୍ୟ ଅନୁରୂପ ଉପସ୍ଥାପନା ରଖିଥିଲେ। ଭାଜପା ନେତାମାନେ ୫ ରାଜ୍ୟ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କାର୍ଯ୍ୟକାରିଣୀ ବୈଠକରେ ଏକ ରାଜନୈତିକ ସଂକଳ୍ପନାମା ଉପସ୍ଥାପନ ପାଇଁ ପରାମର୍ଶ ଦେଇଥିଲେ। ଯୋଗୀଙ୍କ ପ୍ରସ୍ତାବକୁ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି, ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ ଓ ମଣିପୁର ମୁଖ୍ୟମନ୍ତ୍ରୀ ଏନ୍‌.ବୀରେନ୍‌ ସିଂ ସମର୍ଥନ କରିଥିଲେ। ଉକ୍ତ ସଂକଳ୍ପନାମାରେ କୋଭିଡ୍‌-୧୯ ମୁକାବିଲା, ଟିକାକରଣ, ଜଳବାୟୁ ପରିବର୍ତ୍ତନ’ଆଦି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱ ପ୍ରତି ଆସ୍ଥା ପ୍ରକଟ ସହ ବିରୋଧୀ ଦଳଗୁଡ଼ିକ ସୁବିଧାବାଦ ରାଜନୀତି କରୁଥିବା ନେଇ ନିନ୍ଦା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri