ସରକାରୀ ସ୍କୁଲରେ ପଢ଼ି ମଧ୍ୟ ଶୀର୍ଷକୁ ଯାଇ ହେବ:ପାଣ୍ଡିଆନ

ଭୁବନେଶ୍ୱର(ଅନିଲ ଦାସ)/ବଲାଙ୍ଗୀର(ବୀରେନ୍ଦ୍ର କୁମାର ଝାଙ୍କର),୧୨।୧: ସରକାରୀ ସ୍କୁଲରେ ପାଠପଢ଼ି ମଧ୍ୟ ଭଲ କ୍ୟାରିୟର କରିହେବ ଏବଂ ଶୀର୍ଷକୁ ଯାଇ ହେବ। ଏହି ବାର୍ତ୍ତା ଦେଇଛନ୍ତି ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଗୁରୁବାର ବଲାଙ୍ଗୀର ଗାନ୍ଧୀ ଷ୍ଟାଡିୟମରେ ଆୟୋଜିତ ନୂଆ-ଓ କାର୍ଯ୍ୟକ୍ରମରେ ଯୋଗଦେଇ ସେ ଛାତ୍ରୀଛାତ୍ରଙ୍କୁ ସଫଳତାର ଗୁରୁମନ୍ତ୍ର ଦେଇଛନ୍ତି। କଠିନ ପରିଶ୍ରମ ହିଁ ସଫଳତାର ସୂତ୍ର । ବଲାଙ୍ଗୀର ଓ ସୁବର୍ଣ୍ଣପୁର ଜିଲାର ବିଭିନ୍ନ ସରକାରୀ ସ୍କୁଲରେ ପଢ଼ି ଆଜି ସଫଳତାର ଶୀର୍ଷରେ ଥିବା କେତେକ ବ୍ୟକ୍ତିଙ୍କ ଉଦାହରଣ ପାଣ୍ଡିଆନ ଦେଇଥିଲେ ।

ସେ ନିଜେ ମଧ୍ୟ ସରକାରୀ ସ୍କୁଲରେ ପାଠ ପଢ଼ି ଆଇଏଏସ୍‌ ଅଫିସର ହୋଇପାରିଥିଲେ ବୋଲି ପାଣ୍ଡିଆନ ପିଲାମାନଙ୍କୁ କହିଥିଲେ । ପ୍ରତିଦିନ ୨୦ କିଲୋମିଟର ସାଇକେଲ ଚଳାଇ ସ୍କୁଲକୁ ଯା’ଆସ କରୁଥିଲେ । ସରକାରୀ ସ୍କୁଲରେ ପାଠପଢ଼ି କଠିନ ପରିଶ୍ରମ ଓ ଆତ୍ମବିଶ୍ବାସ ବଳରେ ଏ ସମସ୍ତେ ଆଜି ସଫଳତା ହାସଲକରି ସଫଳ ବ୍ୟକ୍ତିତ୍ୱର ପରିଚୟ ପାଇଛନ୍ତି। ଛାତ୍ରୀଛାତ୍ରଙ୍କ ସାମଗ୍ରିକ ବିକାଶର ଉନ୍ନତି ଲାଗି ଏହି ନୂଆ କାର୍ଯ୍ୟକ୍ରମ ମୁଖ୍ୟମନ୍ତ୍ରୀ କରିଛନ୍ତି। ଛାତ୍ରୀଛାତ୍ରମାନେ ଏବେ ସେମାନଙ୍କ ଜୀବନର ଗୋଲ୍‌ଡେନ ପିରିୟଡ୍‌ରେ ଅଛନ୍ତି। ୫ବର୍ଷରେ ଯାହା କରିବେ ତା’ ଉପରେ ନିର୍ଭର କରିବ ଆଗାମୀ ୫୦ ବର୍ଷ । ସଫଳତା ଲାଗି ପାଠ ପଢ଼ିବା ଜରୁରୀ ।

ଛାତ୍ରୀଛାତ୍ରଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ ପ୍ରତିଭାକୁ ବାହାରକୁ ଆଣିବାକୁ ପଡ଼ିବ। କୋ-କରିକୁଲାର କାର୍ଯ୍ୟକ୍ରମରେ ଭାଗନେଲେ ସେମାନଙ୍କର ବ୍ୟକ୍ତିତ୍ୱର ସାମଗ୍ରିକ ଉନ୍ନତି ହେବ। ସଫଳ ହେବାକୁ ହେଲେ ବ୍ୟକ୍ତିତ୍ୱ ବିକାଶ କରିବାକୁ ପଡ଼ିବ। ସେଥିଲାଗି ବିଭିନ୍ନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ଛାତ୍ରୀଛାତ୍ରଙ୍କ ଲାଗି ଗୁରୁତ୍ୱପୂର୍ଣ୍ଣ। ଏହି ଚିନ୍ତାଧାରାକୁ ନେଇ ମୁଖ୍ୟମନ୍ତ୍ରୀ ଏହି ନୂଆ-ଓ ପ୍ଲାଟଫର୍ମ ଦେଇଛନ୍ତି। କଠିନ ପରିଶ୍ରମ କରିବାକୁ ହେଲେ ସୁସ୍ଥ ରହିବାକୁ ପଡ଼ିବ । ସୁସ୍ଥ ରହିବାକୁ ଅତିକମ୍‌ରେ ୩୦ମିନିଟ ଶାରୀରିକ ବ୍ୟାୟାମ ସହ ମସ୍ତିଷ୍କର ବିକାଶ ଲାଗି ୧୫ ମିନିଟ ଧ୍ୟାନ କରନ୍ତୁ ବୋଲି ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଛନ୍ତି । ଏ ଫିଟ୍‌ ବଡି ଗିଭ୍‌ ଫିଟ୍‌ ମାଇଣ୍ଡ୍‌। ସୁସ୍ଥ ରହିଲେ ମନ ସୁସ୍ଥ ରହିବ ଏବଂ ପରିଶ୍ରମ କରିପାରିବେ। ଭବିଷ୍ୟତ ଉଜ୍ଜ୍ୱଳ କରିବାକୁ ହେଲେ ଦିନରାତି ଏକ କରି ପଢ଼ିବାକୁ ପଡ଼ିବ। କଠିନ ପରିଶ୍ରମ କରିବା ସହ ମା’ ବାପା ଓ ଗୁରୁଜନଙ୍କ କଥା ମାନିବାକୁ ଛାତ୍ରୀଛାତ୍ରଙ୍କୁ ପାଣ୍ଡିଆନ କହିଛନ୍ତି ।

ଏହି ଅବସରରେ ପାଣ୍ଡିଆନ ସଫଳ ଉଦ୍ୟୋଗୀ ସୁବ୍ରୋତ ବାଗ୍‌ଚୀଙ୍କ ଉଦାହରଣ ଦେଇଥିଲେ । ପାଟଣାଗଡ଼ରେ ୧୯୫୭ ମସିହାରେ ଜନ୍ମ ହୋଇଥିଲେ ସୁବ୍ରୋତ । ପାଟଣାଗଡ଼ରେ ସରକାରୀ ସ୍କୁଲରେ ପାଠପଢ଼ି ଓଡ଼ିଶା ସେକ୍ରେଟାରିଏଟ୍‌ରେ ଜଣେ କିରାଣି ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ । ଏହାପରେ ଚାକିରି ଛାଡ଼ି ଆଇଟି କ୍ଷେତ୍ରରେ ଯୋଗଦେଇଥିଲେ । ଆଇଟି ଇଣ୍ଡଷ୍ଟ୍ରିରେ ଯୋଗଦେଇ ସେ ଆଜି ଜଣେ ସଫଳ ଉଦ୍ୟୋଗୀ ହୋଇପାରିଛନ୍ତି। ମାଇଣ୍ଡ ଟ୍ରି ଭଳି ଆଇଟି କମ୍ପାନୀ କରି ୨୦ ହଜାରରୁ ଅଧିକ ଲୋକଙ୍କୁ ନିଯୁକ୍ତି ଦେଇଛନ୍ତି । ତାଙ୍କର ମୋଟ ସମ୍ପତ୍ତିର ପରିମାଣ ୧ ଲକ୍ଷ କୋଟିରୁ ଅଧିକ । ସେହିପରି ଆଉ ଜଣେ ସଫଳ ବ୍ୟକ୍ତିତ୍ୱ ହେଉଛନ୍ତି ସିନେ ନିର୍ଦ୍ଦେଶକ ନୀଳମାଧବ ପଣ୍ଡା। ସୁବର୍ଣ୍ଣପୁର ଜିଲାର ଏହି ବ୍ୟକ୍ତିତ୍ୱ ଗାଁ କଲେଜରେ ପାଠ ପଢୁଥିଲେ। ଯୁକ୍ତ ୨ ଫେଲ୍‌ ହୋଇଯିବା ପରେ ସେ ଦିଲ୍ଲୀ ଚାଲିଯାଇଥିଲେ । ସେଠାରେ ସିନେମାଟୋଗ୍ରାଫି ଶିକ୍ଷା ନେଇଥିଲେ । କଠିନ ପରିଶ୍ରମ ବଳରେ ସେ ଆଜି ଭାରତୀୟ ସିନେମା ଜଗତର ଜଣେ ଆଗ ଧାଡ଼ିର ନିର୍ଦ୍ଦେଶକ ।

ପୂର୍ବତନ ରାଷ୍ଟ୍ରପତି ଏପିଜେ ଅବ୍‌ଦୁଲ କଲାମଙ୍କୁ ନେଇ ଚଳଚ୍ଚିତ୍ର ନିର୍ମାଣ କରି ବେଶ୍‌ ପ୍ରଶଂସା ସାଉଁଟିଛନ୍ତି । ସିନେମା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି। ଆଉ ଜଣେ ବ୍ୟକ୍ତିତ୍ୱ ହେଉଛନ୍ତି ଜଷ୍ଟିସ ସଂଜୟ ମିଶ୍ର । ବଲାଙ୍ଗୀର ପୃଥ୍ବୀରାଜ ସରକାରୀ ହାଇସ୍କୁଲରୁ ପାଠ ପଢ଼ି ସେ ଝାଡ଼ଖଣ୍ଡ ହାଇକୋର୍ଟରେ ମୁଖ୍ୟ ବିଚାରପତି ହୋଇପାରିଥିଲେ । ବଲାଙ୍ଗୀରର ସେଇ ପୃଥ୍ବୀରାଜ ହାଇସ୍କୁଲରୁ ପାଠ ପଢ଼ିଥିବା ଅରୁଣ ଷଡ଼ଙ୍ଗୀ ଆଜି ଓଡ଼ିଶାର ପୋଲିସ ଡିଜି ପାହ୍ୟାକୁ ଯାଇପାରିଛନ୍ତି । ଆଉ ଜଣେ ଆତ୍ମବିଶ୍ବାସର ଭରପୂର ଥିବା ବ୍ୟକ୍ତିତ୍ୱ ପାୟଲଙ୍କ ଉଦାହରଣ ଦେଇଥିଲେ ପାଣ୍ଡିଆନ । ଦୁର୍ଘଟଣାରେ ତାଙ୍କର ଦୁଇହାତ ଓ ଗୋଡ଼ ସେ ହରାଇଛନ୍ତି । ତେବେ ପାୟଲଙ୍କ ଭିତରେ ଥିବା ଗଭୀର ଆତ୍ମବିଶ୍ବାସ ତାଙ୍କୁ ବଡ଼ ଲକ୍ଷ୍ୟ ହାସଲ କରିବାକୁ ଶକ୍ତି ଦେଇଛି । ପାରା ଆଥ୍‌ଲେଟିକ ପାଇଁ ଅଭ୍ୟାସ କରୁଛନ୍ତି ବଲାଙ୍ଗୀର ଝିଅ ପାୟଲ। ନିକଟରେ ସେ ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ପାଇଛନ୍ତି ବୋଲି ପିଲାମାନଙ୍କୁ କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ…

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

ଅବସର ନେଲେ ରାଜେନ୍ଦ୍ର କୁମାର, କେଏସୟୁବିର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ କୁମୁନ୍ଦ ମହାପାତ୍ର

ଭଞ୍ଜନଗର,୩୧।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଅଧ୍ୟକ୍ଷ ପଦବୀରୁ ଶନିବାର ଅବସର ନେଇଛନ୍ତି। ଏନେଇ ସନ୍ଧ୍ୟାରେ…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ବରଗଡ଼ର ଗୌରବ: ମାଷ୍ଟର ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇଲେ ୨ଭଉଣୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ମହାରାଷ୍ଟ୍ରର ମିନାତାଇ ଠାକରେ ଷ୍ଟାଡିୟମ, ନାସିକରେ ପ୍ରଥମ ଯୁନାଇଟେଡ ନ୍ୟାସନାଲ ମାଷ୍ଟର୍ସ ଗେମ୍ସ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ତାରିଖରୁ ଶନିବାର ପର୍ଯ୍ୟନ୍ତ ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri