ସରକାରୀ ସ୍କୁଲରେ ପଢ଼ି ମଧ୍ୟ ଶୀର୍ଷକୁ ଯାଇ ହେବ:ପାଣ୍ଡିଆନ

ଭୁବନେଶ୍ୱର(ଅନିଲ ଦାସ)/ବଲାଙ୍ଗୀର(ବୀରେନ୍ଦ୍ର କୁମାର ଝାଙ୍କର),୧୨।୧: ସରକାରୀ ସ୍କୁଲରେ ପାଠପଢ଼ି ମଧ୍ୟ ଭଲ କ୍ୟାରିୟର କରିହେବ ଏବଂ ଶୀର୍ଷକୁ ଯାଇ ହେବ। ଏହି ବାର୍ତ୍ତା ଦେଇଛନ୍ତି ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଗୁରୁବାର ବଲାଙ୍ଗୀର ଗାନ୍ଧୀ ଷ୍ଟାଡିୟମରେ ଆୟୋଜିତ ନୂଆ-ଓ କାର୍ଯ୍ୟକ୍ରମରେ ଯୋଗଦେଇ ସେ ଛାତ୍ରୀଛାତ୍ରଙ୍କୁ ସଫଳତାର ଗୁରୁମନ୍ତ୍ର ଦେଇଛନ୍ତି। କଠିନ ପରିଶ୍ରମ ହିଁ ସଫଳତାର ସୂତ୍ର । ବଲାଙ୍ଗୀର ଓ ସୁବର୍ଣ୍ଣପୁର ଜିଲାର ବିଭିନ୍ନ ସରକାରୀ ସ୍କୁଲରେ ପଢ଼ି ଆଜି ସଫଳତାର ଶୀର୍ଷରେ ଥିବା କେତେକ ବ୍ୟକ୍ତିଙ୍କ ଉଦାହରଣ ପାଣ୍ଡିଆନ ଦେଇଥିଲେ ।

ସେ ନିଜେ ମଧ୍ୟ ସରକାରୀ ସ୍କୁଲରେ ପାଠ ପଢ଼ି ଆଇଏଏସ୍‌ ଅଫିସର ହୋଇପାରିଥିଲେ ବୋଲି ପାଣ୍ଡିଆନ ପିଲାମାନଙ୍କୁ କହିଥିଲେ । ପ୍ରତିଦିନ ୨୦ କିଲୋମିଟର ସାଇକେଲ ଚଳାଇ ସ୍କୁଲକୁ ଯା’ଆସ କରୁଥିଲେ । ସରକାରୀ ସ୍କୁଲରେ ପାଠପଢ଼ି କଠିନ ପରିଶ୍ରମ ଓ ଆତ୍ମବିଶ୍ବାସ ବଳରେ ଏ ସମସ୍ତେ ଆଜି ସଫଳତା ହାସଲକରି ସଫଳ ବ୍ୟକ୍ତିତ୍ୱର ପରିଚୟ ପାଇଛନ୍ତି। ଛାତ୍ରୀଛାତ୍ରଙ୍କ ସାମଗ୍ରିକ ବିକାଶର ଉନ୍ନତି ଲାଗି ଏହି ନୂଆ କାର୍ଯ୍ୟକ୍ରମ ମୁଖ୍ୟମନ୍ତ୍ରୀ କରିଛନ୍ତି। ଛାତ୍ରୀଛାତ୍ରମାନେ ଏବେ ସେମାନଙ୍କ ଜୀବନର ଗୋଲ୍‌ଡେନ ପିରିୟଡ୍‌ରେ ଅଛନ୍ତି। ୫ବର୍ଷରେ ଯାହା କରିବେ ତା’ ଉପରେ ନିର୍ଭର କରିବ ଆଗାମୀ ୫୦ ବର୍ଷ । ସଫଳତା ଲାଗି ପାଠ ପଢ଼ିବା ଜରୁରୀ ।

ଛାତ୍ରୀଛାତ୍ରଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ ପ୍ରତିଭାକୁ ବାହାରକୁ ଆଣିବାକୁ ପଡ଼ିବ। କୋ-କରିକୁଲାର କାର୍ଯ୍ୟକ୍ରମରେ ଭାଗନେଲେ ସେମାନଙ୍କର ବ୍ୟକ୍ତିତ୍ୱର ସାମଗ୍ରିକ ଉନ୍ନତି ହେବ। ସଫଳ ହେବାକୁ ହେଲେ ବ୍ୟକ୍ତିତ୍ୱ ବିକାଶ କରିବାକୁ ପଡ଼ିବ। ସେଥିଲାଗି ବିଭିନ୍ନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ଛାତ୍ରୀଛାତ୍ରଙ୍କ ଲାଗି ଗୁରୁତ୍ୱପୂର୍ଣ୍ଣ। ଏହି ଚିନ୍ତାଧାରାକୁ ନେଇ ମୁଖ୍ୟମନ୍ତ୍ରୀ ଏହି ନୂଆ-ଓ ପ୍ଲାଟଫର୍ମ ଦେଇଛନ୍ତି। କଠିନ ପରିଶ୍ରମ କରିବାକୁ ହେଲେ ସୁସ୍ଥ ରହିବାକୁ ପଡ଼ିବ । ସୁସ୍ଥ ରହିବାକୁ ଅତିକମ୍‌ରେ ୩୦ମିନିଟ ଶାରୀରିକ ବ୍ୟାୟାମ ସହ ମସ୍ତିଷ୍କର ବିକାଶ ଲାଗି ୧୫ ମିନିଟ ଧ୍ୟାନ କରନ୍ତୁ ବୋଲି ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଛନ୍ତି । ଏ ଫିଟ୍‌ ବଡି ଗିଭ୍‌ ଫିଟ୍‌ ମାଇଣ୍ଡ୍‌। ସୁସ୍ଥ ରହିଲେ ମନ ସୁସ୍ଥ ରହିବ ଏବଂ ପରିଶ୍ରମ କରିପାରିବେ। ଭବିଷ୍ୟତ ଉଜ୍ଜ୍ୱଳ କରିବାକୁ ହେଲେ ଦିନରାତି ଏକ କରି ପଢ଼ିବାକୁ ପଡ଼ିବ। କଠିନ ପରିଶ୍ରମ କରିବା ସହ ମା’ ବାପା ଓ ଗୁରୁଜନଙ୍କ କଥା ମାନିବାକୁ ଛାତ୍ରୀଛାତ୍ରଙ୍କୁ ପାଣ୍ଡିଆନ କହିଛନ୍ତି ।

ଏହି ଅବସରରେ ପାଣ୍ଡିଆନ ସଫଳ ଉଦ୍ୟୋଗୀ ସୁବ୍ରୋତ ବାଗ୍‌ଚୀଙ୍କ ଉଦାହରଣ ଦେଇଥିଲେ । ପାଟଣାଗଡ଼ରେ ୧୯୫୭ ମସିହାରେ ଜନ୍ମ ହୋଇଥିଲେ ସୁବ୍ରୋତ । ପାଟଣାଗଡ଼ରେ ସରକାରୀ ସ୍କୁଲରେ ପାଠପଢ଼ି ଓଡ଼ିଶା ସେକ୍ରେଟାରିଏଟ୍‌ରେ ଜଣେ କିରାଣି ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ । ଏହାପରେ ଚାକିରି ଛାଡ଼ି ଆଇଟି କ୍ଷେତ୍ରରେ ଯୋଗଦେଇଥିଲେ । ଆଇଟି ଇଣ୍ଡଷ୍ଟ୍ରିରେ ଯୋଗଦେଇ ସେ ଆଜି ଜଣେ ସଫଳ ଉଦ୍ୟୋଗୀ ହୋଇପାରିଛନ୍ତି। ମାଇଣ୍ଡ ଟ୍ରି ଭଳି ଆଇଟି କମ୍ପାନୀ କରି ୨୦ ହଜାରରୁ ଅଧିକ ଲୋକଙ୍କୁ ନିଯୁକ୍ତି ଦେଇଛନ୍ତି । ତାଙ୍କର ମୋଟ ସମ୍ପତ୍ତିର ପରିମାଣ ୧ ଲକ୍ଷ କୋଟିରୁ ଅଧିକ । ସେହିପରି ଆଉ ଜଣେ ସଫଳ ବ୍ୟକ୍ତିତ୍ୱ ହେଉଛନ୍ତି ସିନେ ନିର୍ଦ୍ଦେଶକ ନୀଳମାଧବ ପଣ୍ଡା। ସୁବର୍ଣ୍ଣପୁର ଜିଲାର ଏହି ବ୍ୟକ୍ତିତ୍ୱ ଗାଁ କଲେଜରେ ପାଠ ପଢୁଥିଲେ। ଯୁକ୍ତ ୨ ଫେଲ୍‌ ହୋଇଯିବା ପରେ ସେ ଦିଲ୍ଲୀ ଚାଲିଯାଇଥିଲେ । ସେଠାରେ ସିନେମାଟୋଗ୍ରାଫି ଶିକ୍ଷା ନେଇଥିଲେ । କଠିନ ପରିଶ୍ରମ ବଳରେ ସେ ଆଜି ଭାରତୀୟ ସିନେମା ଜଗତର ଜଣେ ଆଗ ଧାଡ଼ିର ନିର୍ଦ୍ଦେଶକ ।

ପୂର୍ବତନ ରାଷ୍ଟ୍ରପତି ଏପିଜେ ଅବ୍‌ଦୁଲ କଲାମଙ୍କୁ ନେଇ ଚଳଚ୍ଚିତ୍ର ନିର୍ମାଣ କରି ବେଶ୍‌ ପ୍ରଶଂସା ସାଉଁଟିଛନ୍ତି । ସିନେମା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି। ଆଉ ଜଣେ ବ୍ୟକ୍ତିତ୍ୱ ହେଉଛନ୍ତି ଜଷ୍ଟିସ ସଂଜୟ ମିଶ୍ର । ବଲାଙ୍ଗୀର ପୃଥ୍ବୀରାଜ ସରକାରୀ ହାଇସ୍କୁଲରୁ ପାଠ ପଢ଼ି ସେ ଝାଡ଼ଖଣ୍ଡ ହାଇକୋର୍ଟରେ ମୁଖ୍ୟ ବିଚାରପତି ହୋଇପାରିଥିଲେ । ବଲାଙ୍ଗୀରର ସେଇ ପୃଥ୍ବୀରାଜ ହାଇସ୍କୁଲରୁ ପାଠ ପଢ଼ିଥିବା ଅରୁଣ ଷଡ଼ଙ୍ଗୀ ଆଜି ଓଡ଼ିଶାର ପୋଲିସ ଡିଜି ପାହ୍ୟାକୁ ଯାଇପାରିଛନ୍ତି । ଆଉ ଜଣେ ଆତ୍ମବିଶ୍ବାସର ଭରପୂର ଥିବା ବ୍ୟକ୍ତିତ୍ୱ ପାୟଲଙ୍କ ଉଦାହରଣ ଦେଇଥିଲେ ପାଣ୍ଡିଆନ । ଦୁର୍ଘଟଣାରେ ତାଙ୍କର ଦୁଇହାତ ଓ ଗୋଡ଼ ସେ ହରାଇଛନ୍ତି । ତେବେ ପାୟଲଙ୍କ ଭିତରେ ଥିବା ଗଭୀର ଆତ୍ମବିଶ୍ବାସ ତାଙ୍କୁ ବଡ଼ ଲକ୍ଷ୍ୟ ହାସଲ କରିବାକୁ ଶକ୍ତି ଦେଇଛି । ପାରା ଆଥ୍‌ଲେଟିକ ପାଇଁ ଅଭ୍ୟାସ କରୁଛନ୍ତି ବଲାଙ୍ଗୀର ଝିଅ ପାୟଲ। ନିକଟରେ ସେ ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ପାଇଛନ୍ତି ବୋଲି ପିଲାମାନଙ୍କୁ କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

କାମ କରୁ କରୁ ଚାଲିଗଲା ଜୀବନ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨୭ ବର୍ଷୀୟା ମହିଳା ଶ୍ରମିକଙ୍କ ମୃତ୍ୟୁ

ଦାରିଙ୍ଗବାଡ଼ି,୧୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ବୁର୍ଜୁବାଡ଼ି ବିଦ୍ୟାଳୟ ସମ୍ମୁଖରେ ଏକ ନିର୍ମାଣାଧୀନ କୋଠାରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ମହିଳା ଶ୍ରମିକଙ୍କ…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?