Posted inଜାତୀୟ

ରେକର୍ଡ କଲା ଗୋଆ

ପାଣାଜୀ,୧୬।୨: ଭାରତରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ହ୍ରାସ ପାଇଛି। ଟିକାକରଣ ଅଭିଯାନ ଯୋଗୁ ସଂକ୍ରମଣ କମିବାରେ ଲାଗିଛି। ଭାରତରେ ଚାଲିଥିବା ଟିକାକରଣ ଅଭିଯାନ ବିଷୟରେ ଆଉ ଏକ ଖୁସି ଖବର ଆସିଛି। ୧୦୦ ପ୍ରତିଶତ ବୟସ୍କ ବ୍ୟକ୍ତି କରୋନାର ଡବଲ୍‌ ଡୋଜ୍‌ ଟିକା ଗ୍ରହଣ କରିବାରେ ଗୋଆ ଦେଶର ପ୍ରଥମ ରାଜ୍ୟ ହୋଇଛି। ଏଠାରେ ସମସ୍ତ ବୟସ୍କ ବ୍ୟକ୍ତି କରୋନାର ଉଭୟ ଡୋଜ୍‌ ନେଇଛନ୍ତି।
ସ୍ବାସ୍ଥ୍ୟ ଅଧିକାରୀଙ୍କ ଅନୁଯାୟୀ, ଗୋଆରେ ୧୮ବର୍ଷରୁ ଅଧିକ ୧୧.୬୬ ଲକ୍ଷ ଲୋକ କରୋନା ଟିକା ଗ୍ରହଣ କରିଛନ୍ତି। ଏହି ଲକ୍ଷ୍ୟ ପୂରଣ ହେବା ପରେ କରୋନା ଟିକାକରଣ ପାଇଁ ସ୍ଥାପିତ କେନ୍ଦ୍ରଗୁଡ଼ିକୁ ବନ୍ଦ କରିବାକୁ ରାଜ୍ୟ ସ୍ବାସ୍ଥ୍ୟ ସେବା ନିର୍ଦ୍ଦେଶାଳୟ ନିଷ୍ପତ୍ତି ନେଇଛି। ଏବେ ସାଧାରଣ ଟିକାକରଣ କାର୍ଯ୍ୟକ୍ରମ ଅଧୀନରେ ଗୋଆରେ କରୋନା ଟିକା ଦିଆଯିବ।
ସୂଚନାଯୋଗ୍ୟ,ଗୋଆରେ, ଏଠାରେ ବୟସ୍କଙ୍କୁ କରୋନା ଟିକାର ପ୍ରଥମ ଡୋଜ୍‌ ଟିକାକରଣ ୨୦୨୧ ସେପ୍ଟେମ୍ବରରେ ଶେଷ ହୋଇଥିଲା। ଡିସେମ୍ବର ୨୦୨୧ ସୁଦ୍ଧା ଟିକାକରଣ ସମ୍ପୂର୍ଣ୍ଣ କରିବାକୁ ରାଜ୍ୟ ଲକ୍ଷ୍ୟ ଧାର୍ଯ୍ୟ କରିଥିଲା। ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ହେତୁ ଏହି ଲକ୍ଷ୍ୟରେ ପହଞ୍ଚିବାରେ ବିଳମ୍ବ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri