Posted inଖେଳ

ପଏଣ୍ଟ ବାଣ୍ଟିଲେ ଗୋଆ ଓ ଇଷ୍ଟବେଙ୍ଗଲ

ମାର୍ଗାଓ, ୩୦ା୧: ସ୍ଥାନୀୟ ଫାତୋର୍ଡା ଷ୍ଟାଡିୟମ୍‌ରେ ଶୁକ୍ରବାର ଏଫ୍‌ସି ଗୋଆ ଓ ଏସ୍‌ସି ଇଷ୍ଟବେଙ୍ଗଲ ମଧ୍ୟରେ ଖେଳାଯାଇଥିବା ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ)ର ଏକ ମ୍ୟାଚ ୧-୧ ଗୋଲରେ ଅମୀମାଂସିତ ଭାବେ ଶେଷ ହୋଇଛି। ଇଗୋର ଆଙ୍ଗୁଲୋ ଖେଳର ୩୯ତମ ମିନିଟ୍‌ରେ ଏକ ଗୋଲ ସ୍କୋର କରି ଗୋଆକୁ ପ୍ରଥମେ ଅଗ୍ରଣୀ କରାଇଥିଲେ। ମାତ୍ର ଡ୍ୟାନି ଫକ୍ସ ୬୫ତମ ମିନିଟ୍‌ରେ ଏକ ଗୋଲ ଦେଇ ମ୍ୟାଚକୁ ବରାବର ସ୍ଥିତିକୁ ନେଇ ଆସିଥିଲେ। ଖେଳର ୬୬ତମ ମିନିଟ୍‌ରେ ଗୋଆର ଏଡୁ ବେଡିଆଙ୍କୁ ରେଡ୍‌କାର୍ଡ ହୋଇଥିଲା। ଏହି ମ୍ୟାଚରେ ଗୋଆ ଅପେକ୍ଷାକୃତ ଭଲ ଖେଳିଥିଲେ ହିଁ ମ୍ୟାଚ ଜିତିପାରି ନ ଥିଲା। ଦୁଇ ଦଳ ପଏଣ୍ଟ ବଣ୍ଟୁଆରା କରିଛନ୍ତି। ଏହି ମ୍ୟାଚ ପରେ ଗୋଆ ୧୪ ମ୍ୟାଚରୁ ୫ ବିଜୟ, ୬ ଡ୍ର ଓ ୩ ପରାଜୟ ସହ ୨୧ ପଏଣ୍ଟ ପାଇ ଟେବୁଲର ତୃତୀୟ ସ୍ଥାନରେ ରହିଛି। ଅନ୍ୟପକ୍ଷରେ ଇଷ୍ଟବେଙ୍ଗଲ ସମାନ ସଂଖ୍ୟକ ମ୍ୟାଚରୁ ୧୩ ପଏଣ୍ଟ ସହ ୧୦ମ ସ୍ଥାନରେ ରହିଛି। ମୁମ୍ବାଇ ସିଟି ଓ ଏଟିକେ ମୋହନ ବାଗାନ ଯଥାକ୍ରମେ ପ୍ରଥମ ଓ ଦ୍ୱିତୀୟ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରଥମ ଦିନିକିଆ ପାଇଁ ଟିମ ଇଣ୍ଡିଆର ମାଷ୍ଟରପ୍ଲାନ ହେଲା ଲିକ୍‌’! ବଡ଼ କଥା କହିଲେ ଭାରତୀୟ କୋଚ

ନୂଆଦିଲ୍ଲୀ,୨୬।୯: ୨୦୨୭ ଦିନିକିଆ ବିଶ୍ୱକପକୁ ନଜରରେ ରଖି ଭାରତୀୟ କ୍ରିକେଟ ଦଳ ପାଇଁ ଆଗାମୀ ପ୍ରତ୍ୟେକ ସିରିଜ ଗୁରୁତ୍ୱପୂର୍ଣ୍ଣ ହେବ। ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ୩…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ଅଭ୍ୟାସ ବେଳେ ହଠାତ୍‌ କାହିଁକି ରାଗିଗଲେ କୋହଲି? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ସେପ୍ଟେମ୍ବର ୨୭ ତାରିଖରେ ତିରୁଭାନନ୍ତପୁରମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଗୁରୁବାରଠାରୁ…

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

ରୋହିତ ଯୋଗୁ ଏହି ଧୁରନ୍ଧରଙ୍କ କଟିବ ପତ୍ତା! ୨୭ରେ ପ୍ରଥମ ODI ପାଇଁ ଜାଣନ୍ତୁ ସମ୍ଭାବ୍ୟ ପ୍ଲେଇଂ-୧୧

ନୂଆଦିଲ୍ଲୀ,୨୫।୯: ଶ୍ରେୟସ ଅୟର ବର୍ତ୍ତମାନ ଜାପାନରେ ଏସିଆନ ଗେମ୍ସ ଦଳ ସହ ରହିଛନ୍ତି। ତେଣୁ ଭାରତୀୟ ଦଳରେ ନମ୍ବର-୪ ସ୍ଥାନ ଖାଲି ରହିଛି। ଏହି ସ୍ଥାନରେ ମ୍ୟାନେଜମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?