Posted inଜାତୀୟ

‘ୟୁପି-ବିହାରର ଶ୍ରମିକ ଗୋଆରେ…’ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତଙ୍କ ବୟାନକୁ ନେଇ ରାଗିଲେ ତେଜସ୍ବୀ

ପଣଜି,୩।୫: ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ ଏକ ବିବାଦୀୟ ବୟାନ ଦେଇ ଆସିଛନ୍ତି ଚର୍ଚ୍ଚାକୁ। ସେ କହିଛନ୍ତି ଉତ୍ତର ପ୍ରଦେଶ ଓ ବିହାରର ୯୦ ପ୍ରତିଶତ ଶ୍ରମିକ ଗୋଆରେ ଅପରାଧ କରୁଛନ୍ତି। ତାଙ୍କର ଏହି ବୟାନକୁ ନେଇ ରାଜନୀତି ହୋଇଛି ସରଗରମ। ବିହାରର ଉପ ମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ମୁଖ୍ୟମନ୍ତ୍ରୀ ସାଓ୍ବନ୍ତଙ୍କ ବୟାନର ଜବାବ ଦେବାକୁ ଯାଇ କହିଛନ୍ତି, ଭାରତୀୟ ଜନତା ପାର୍ଟି(ଭାଜପା) ଓ ଏହାର ନେତାଙ୍କୁ ବିହାର ଓ ବିହାର ଲୋକଙ୍କ ପ୍ରତି ଏତେ ଘୃଣା ଭାବ କାହିଁକି।
ସୂଚନାଯୋଗ୍ୟ, ମେ’ ୧ ଶ୍ରମିକ ଦିବସ ଦିନ ପଣଜିରେ ପ୍ରମୋଦ ସାଓ୍ବନ୍ତ ଦାବି କରିଥିଲେ ଯେ ବାହାର ରାଜ୍ୟର ଶ୍ରମିକ ଗୋଆରେ ଅପରାଧ କରୁଛନ୍ତି ଓ ଫେରାର ହୋଇଯାଉଛନ୍ତି। ଯଦି ଆମେ ଅନୁମାନ ଲଗାଇବା ତେବେ ଗୋଆରେ ଅପରାଧ ଘଟାଉଥିବା ଲୋକଙ୍କ ମଧ୍ୟରୁ ୯୦ ପ୍ରତିଶତ ବାହାର ରାଜ୍ୟର ଉତ୍ତର ପ୍ରଦେଶ ଓ ବିହାରର ହୋଇଥାଆନ୍ତି। ସେଥିପାଇଁ ପରିଚୟ ପତ୍ର ଜରୁରୀ, ଯେଉଁଥିରେ ଅପରାଧିଙ୍କୁ ଚିହ୍ନଟ କରିବା ସହଜ ହେବ। ଗୋଆ ମୁଖ୍ୟମନ୍ତ୍ରୀଙ୍କ ଏହି ବୟାନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ତେଜସ୍ବୀ ଯାଦବ।
ତେଜସ୍ବୀ ଯାଦବ ଟୁଇଟ କରି ଲେଖିଛନ୍ତି, କେନ୍ଦ୍ର ମନ୍ତ୍ରୀ ପୁୟୁଷ ଗୋୟଲଙ୍କ ପରେ ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ ଏକ ଲଜ୍ୟା ଜନକ ବୟାନ ଦେଇ ବିହାର ଓ ବିହାରବାସୀଙ୍କ ଘୋର ଅପମାନ କରିଛନ୍ତି। ଭାଜପା ଓ ଭାଜପା ନେତାଙ୍କୁ ବିହାର ଓ ବିହାରବାସୀଙ୍କ ପ୍ରତି ଏତେ ଘୃଣା କାହିଁକି।

 


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ୧୩ ଲୋକ ସଭା ଏବଂ କେନ୍ଦ୍ର ଶାସିତ ଅଞ୍ଚଳରେ ଆରମ୍ଭ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri