Posted inଜାତୀୟ

‘ୟୁପି-ବିହାରର ଶ୍ରମିକ ଗୋଆରେ…’ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତଙ୍କ ବୟାନକୁ ନେଇ ରାଗିଲେ ତେଜସ୍ବୀ

ପଣଜି,୩।୫: ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ ଏକ ବିବାଦୀୟ ବୟାନ ଦେଇ ଆସିଛନ୍ତି ଚର୍ଚ୍ଚାକୁ। ସେ କହିଛନ୍ତି ଉତ୍ତର ପ୍ରଦେଶ ଓ ବିହାରର ୯୦ ପ୍ରତିଶତ ଶ୍ରମିକ ଗୋଆରେ ଅପରାଧ କରୁଛନ୍ତି। ତାଙ୍କର ଏହି ବୟାନକୁ ନେଇ ରାଜନୀତି ହୋଇଛି ସରଗରମ। ବିହାରର ଉପ ମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ମୁଖ୍ୟମନ୍ତ୍ରୀ ସାଓ୍ବନ୍ତଙ୍କ ବୟାନର ଜବାବ ଦେବାକୁ ଯାଇ କହିଛନ୍ତି, ଭାରତୀୟ ଜନତା ପାର୍ଟି(ଭାଜପା) ଓ ଏହାର ନେତାଙ୍କୁ ବିହାର ଓ ବିହାର ଲୋକଙ୍କ ପ୍ରତି ଏତେ ଘୃଣା ଭାବ କାହିଁକି।
ସୂଚନାଯୋଗ୍ୟ, ମେ’ ୧ ଶ୍ରମିକ ଦିବସ ଦିନ ପଣଜିରେ ପ୍ରମୋଦ ସାଓ୍ବନ୍ତ ଦାବି କରିଥିଲେ ଯେ ବାହାର ରାଜ୍ୟର ଶ୍ରମିକ ଗୋଆରେ ଅପରାଧ କରୁଛନ୍ତି ଓ ଫେରାର ହୋଇଯାଉଛନ୍ତି। ଯଦି ଆମେ ଅନୁମାନ ଲଗାଇବା ତେବେ ଗୋଆରେ ଅପରାଧ ଘଟାଉଥିବା ଲୋକଙ୍କ ମଧ୍ୟରୁ ୯୦ ପ୍ରତିଶତ ବାହାର ରାଜ୍ୟର ଉତ୍ତର ପ୍ରଦେଶ ଓ ବିହାରର ହୋଇଥାଆନ୍ତି। ସେଥିପାଇଁ ପରିଚୟ ପତ୍ର ଜରୁରୀ, ଯେଉଁଥିରେ ଅପରାଧିଙ୍କୁ ଚିହ୍ନଟ କରିବା ସହଜ ହେବ। ଗୋଆ ମୁଖ୍ୟମନ୍ତ୍ରୀଙ୍କ ଏହି ବୟାନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ତେଜସ୍ବୀ ଯାଦବ।
ତେଜସ୍ବୀ ଯାଦବ ଟୁଇଟ କରି ଲେଖିଛନ୍ତି, କେନ୍ଦ୍ର ମନ୍ତ୍ରୀ ପୁୟୁଷ ଗୋୟଲଙ୍କ ପରେ ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ ଏକ ଲଜ୍ୟା ଜନକ ବୟାନ ଦେଇ ବିହାର ଓ ବିହାରବାସୀଙ୍କ ଘୋର ଅପମାନ କରିଛନ୍ତି। ଭାଜପା ଓ ଭାଜପା ନେତାଙ୍କୁ ବିହାର ଓ ବିହାରବାସୀଙ୍କ ପ୍ରତି ଏତେ ଘୃଣା କାହିଁକି।

 


Enter your email to get our daily news in your inbox.

All Right Reserved By Dharitri.Com

ଆକାଶ ଆନନ୍ଦଙ୍କ ଉପରେ ପୁଣି ବର୍ଷିଲେ ମାୟାବତୀ, ମୁଁ ଅସୁସ୍ଥ…..

ଲକ୍ଷ୍ନୌ,୧୩।୯: ବହୁଜନ ସମାଜ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ରବିବାର ଗଣମାଧ୍ୟମ ସହ ଆଲୋଚନା କରି ଆକାଶ ଆନନ୍ଦଙ୍କୁ ନେଇ ପୁଣି ବଡ଼ ଅଭିଯୋଗ ଆଣିଛନ୍ତି ।…

ଗୋବିନ୍ଦାଙ୍କ ସହ ସମ୍ପର୍କରେ ତିକ୍ତତା ମଧ୍ୟରେ, ସୁନିତା ଆହୁଜା କରିବାକୁ ଯାଉଛନ୍ତି ଏମିତି କାମ ଯାହାକୁ ନେଇ ଉଠିପାରେ ବିରାଟ ଝଡ଼! କହିଲେ ଗଣେଶ ପୂଜା ସୁଦ୍ଧା…

ମୁମ୍ବାଇ,୧୩।୯: ବଲିଉଡ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ମଧ୍ୟରେ ଚାଲିଥିବା ମନୋମାଳିନ୍ୟ ସମ୍ପ୍ରତି ସୋସିଆଲ ମିଡିଆ ଏବଂ ଚଳଚ୍ଚିତ୍ର ଜଗତରେ ଚର୍ଚ୍ଚାର ବିଷୟ…

ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ

ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ…

ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦ୍‌ଘାଟନ କରି ବିଧାୟକ କହିଲେ…

ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡିପଲ୍ଲୀସ୍ଥିତ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ…

କେନ୍ଦ୍ର ସରକାରଙ୍କ ବଡ଼ ସୂଚନା, ୧୫ ସେପ୍ଟେମ୍ୱରରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର!

ନୂଆଦିଲ୍ଲୀ,୧୩।୯: ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ପକ୍ଷରୁ ବୃଦ୍ଧି କରାଯାଇଥିବା ସମୟସୀମା ଅନୁଯାୟୀ, ବର୍ତ୍ତମାନ ୧୪ ସେପ୍ଟେମ୍ୱର ୨୦୨୬ ସୁଦ୍ଧା ଇ-କେୱାଇସି (eKYC) କରିବାକୁ ପଡ଼ିବ। ର୍ନିଦ୍ଧାରିତ…

ଗାଜଲବାଡ଼ି ଘାଟିରେ ବାରମ୍ବାର ଘଟୁଛି ଦୁର୍ଘଟଣା: ଓଲଟିଲା କଣ୍ଟେନର, ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି/ସୋରଡ଼ା,୧୩ା୯(ଅରୁଣ ସାହୁ/ରଜନୀ ମହାପାତ୍ର): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗୋଟିଏ ସପ୍ତାହରେ ୨ଟି ଘଟଣା…

ବସ୍‌ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ

ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍‌ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି…

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?