Posted inଜାତୀୟ

ସୋନାଲି ଫୋଗଟ ହତ୍ୟା ମାମଲା: ସିବିଆଇ ଯାଞ୍ଚ ପାଇଁ ସୁପାରିଶ

ପାଣାଜୀ,୧୨।୯: ଅଭିନେତ୍ରୀ ତଥା ଭାଜପା ନେତ୍ରୀ ସୋନାଲି ଫୋଗଟଙ୍କ ରହସ୍ୟଜନକ ମୃତ୍ୟୁ ନେଇ ଚର୍ଚ୍ଚା ଜୋର ଧରିଛି। ଏସବୁ ଭିତରେ ସୋନାଲି ଫୋଗଟ ହତ୍ୟା ମାମଲାକୁ ସିବିଆଇକୁ ହସ୍ତାନ୍ତର କରିବାକୁ ଗୋଆ ସରକାର ସୁପାରିଶ କରିଛନ୍ତି। ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ କହିଛନ୍ତି, ମୁଁ ଆଜି ଗୃହ ମନ୍ତ୍ରୀଙ୍କୁ ଚିଠି ଲେଖି ମାମଲାର ସିବିଆଇ ଯାଞ୍ଚ୍‌ ପାଇଁ ସୁପାରିଶ କରିବି। ଆମ ପୋଲିସ ଉପରେ ମୋର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି। କିନ୍ତୁ ଲୋକଙ୍କ ଦାବି ଯୋଗୁ ସିବିଆଇ ଯାଞ୍ଚ ପାଇଁ ସୁପାରିଶ କରାଯାଇଛି ବୋଲି ସେ କହିଛନ୍ତି।
ସୋନାଲିଙ୍କ ପରିବାର ସଦସ୍ୟ ପୋଲିସର ତଦନ୍ତରେ ଖୁସି ନାହାନ୍ତି। ସୋନାଲିଙ୍କ ଝିଅ ଯଶୋଧରା ବାରମ୍ବାର ସିବିଆଇ ତଦନ୍ତ ଦାବି କରୁଛନ୍ତି। ଏପରିକି ପୋଲିସ ତଦନ୍ତରେ ତାଙ୍କର ବିଶ୍ୱାସ ନ ଥିବା ମଧ୍ୟ କହିଛନ୍ତି। କିଛି ଦିନ ପୂର୍ବରୁ ଯଶୋଧରା ପ୍ରଧାନମନ୍ତ୍ରୀଙ୍କୁ ଏକ ଚିଠି ଲେଖି ମା’ଙ୍କ ହତ୍ୟା ଘଟଣାରେ ସିବିଆଇ ତଦନ୍ତ କରାଯିବା ଉଚିତ ବୋଲି କହିଥିଲେ।
ସୂଚନାଯୋଗ୍ୟ, ସୋନାଲି ଫୋଗାଟ ୨୩ ଅଗଷ୍ଟରେ ଗୋଆର ଏକ ରେଷ୍ଟୁରାଣ୍ଟରେ ଅଚେତ୍‌ ଅବସ୍ଥାରେ ଉଦ୍ଧାର ହୋଇଥିଲେ। ତାଙ୍କୁ ରେଷ୍ଟୁରାଣ୍ଟରୁ ଡାକ୍ତରଖାନା ନିଆଯାଇଥିଲା। ସେଠାରେ ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ। ଏପର୍ଯ୍ୟନ୍ତ ଗୋଆ ପୋଲିସ ଏହି ମାମଲାରେ ସୋନାଲିଙ୍କ ପିଏ ସୁଧୀର ସାଙ୍ଗୱାନ ଏବଂ ତାଙ୍କ ସାଥୀ ସୁଖବିନ୍ଦରଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri