Posted inଜାତୀୟ

ସୋନାଲି ଫୋଗଟ ହତ୍ୟା ମାମଲା: ସିବିଆଇ ଯାଞ୍ଚ ପାଇଁ ସୁପାରିଶ

ପାଣାଜୀ,୧୨।୯: ଅଭିନେତ୍ରୀ ତଥା ଭାଜପା ନେତ୍ରୀ ସୋନାଲି ଫୋଗଟଙ୍କ ରହସ୍ୟଜନକ ମୃତ୍ୟୁ ନେଇ ଚର୍ଚ୍ଚା ଜୋର ଧରିଛି। ଏସବୁ ଭିତରେ ସୋନାଲି ଫୋଗଟ ହତ୍ୟା ମାମଲାକୁ ସିବିଆଇକୁ ହସ୍ତାନ୍ତର କରିବାକୁ ଗୋଆ ସରକାର ସୁପାରିଶ କରିଛନ୍ତି। ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ କହିଛନ୍ତି, ମୁଁ ଆଜି ଗୃହ ମନ୍ତ୍ରୀଙ୍କୁ ଚିଠି ଲେଖି ମାମଲାର ସିବିଆଇ ଯାଞ୍ଚ୍‌ ପାଇଁ ସୁପାରିଶ କରିବି। ଆମ ପୋଲିସ ଉପରେ ମୋର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି। କିନ୍ତୁ ଲୋକଙ୍କ ଦାବି ଯୋଗୁ ସିବିଆଇ ଯାଞ୍ଚ ପାଇଁ ସୁପାରିଶ କରାଯାଇଛି ବୋଲି ସେ କହିଛନ୍ତି।
ସୋନାଲିଙ୍କ ପରିବାର ସଦସ୍ୟ ପୋଲିସର ତଦନ୍ତରେ ଖୁସି ନାହାନ୍ତି। ସୋନାଲିଙ୍କ ଝିଅ ଯଶୋଧରା ବାରମ୍ବାର ସିବିଆଇ ତଦନ୍ତ ଦାବି କରୁଛନ୍ତି। ଏପରିକି ପୋଲିସ ତଦନ୍ତରେ ତାଙ୍କର ବିଶ୍ୱାସ ନ ଥିବା ମଧ୍ୟ କହିଛନ୍ତି। କିଛି ଦିନ ପୂର୍ବରୁ ଯଶୋଧରା ପ୍ରଧାନମନ୍ତ୍ରୀଙ୍କୁ ଏକ ଚିଠି ଲେଖି ମା’ଙ୍କ ହତ୍ୟା ଘଟଣାରେ ସିବିଆଇ ତଦନ୍ତ କରାଯିବା ଉଚିତ ବୋଲି କହିଥିଲେ।
ସୂଚନାଯୋଗ୍ୟ, ସୋନାଲି ଫୋଗାଟ ୨୩ ଅଗଷ୍ଟରେ ଗୋଆର ଏକ ରେଷ୍ଟୁରାଣ୍ଟରେ ଅଚେତ୍‌ ଅବସ୍ଥାରେ ଉଦ୍ଧାର ହୋଇଥିଲେ। ତାଙ୍କୁ ରେଷ୍ଟୁରାଣ୍ଟରୁ ଡାକ୍ତରଖାନା ନିଆଯାଇଥିଲା। ସେଠାରେ ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ। ଏପର୍ଯ୍ୟନ୍ତ ଗୋଆ ପୋଲିସ ଏହି ମାମଲାରେ ସୋନାଲିଙ୍କ ପିଏ ସୁଧୀର ସାଙ୍ଗୱାନ ଏବଂ ତାଙ୍କ ସାଥୀ ସୁଖବିନ୍ଦରଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

CJP କୁ ନେଇ ଏମିତି କହିଲେ ମମତା ବାନାର୍ଜୀ, ରାଜନୀତି ହେଲାଣି ସରଗରମ

ନୂଆଦିଲ୍ଲୀ,୩।୧୦: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ‘କକରୋଚ ଜନତା ପାର୍ଟି’ (CJP) ଦ୍ୱାରା ଚାଲିଥିବା…

ଦୀପାବଳି ପୂର୍ବରୁ ଖୁସିଖବର: ରାଶନ କାର୍ଡଧାରୀଙ୍କୁ ମାଗଣା ମିଳିବ ଗ୍ୟାସ ସିଲିଣ୍ଡର! ଜାଣନ୍ତୁ କେମିତି ଉଠାଇବେ ଲାଭ

୩।୧୦: ଦୀପାବଳି ପର୍ବ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ସାଧାରଣ ଲୋକଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ସରକାର ରାଶନ କାର୍ଡଧାରୀ ପରିବାରଙ୍କୁ…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ବିମାନ ଯାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଜୀବନ ଦେଇଥିଲେ ନୀରଜା

ନୂଆଦିଲ୍ଲୀ,୩।୧୦: ବର୍ତ୍ତମାନ ସମଗ୍ର ବିଶ୍ୱରେ ଫ୍ଲାଏଦୁବାଇ ବିମାନ ଅପହରଣ ଘଟଣାର ହିରୋ ସ୍ମିତ୍‌ ମଚ୍ଛାରଙ୍କୁ ତାଙ୍କ ଅପୂର୍ବ ସାହସିକତା ପାଇଁ ପ୍ରଶଂସା କରାଯାଉଛି। ତେବେ ଏହି ଘଟଣା,…

ନିଜ ପୁଅଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ

ନୂଆଦିଲ୍ଲୀ,୩ା୧୦: ଘରୋଇ ହିଂସା ଆଇନ ଅନୁଯାୟୀ ନିଜ ପ୍ରାପ୍ତବୟସ୍କ ପୁଅଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ରାୟ…

ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ପଦରୁ ଓ୍ବାରିଙ୍ଗ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୩ା୧୦: କଂଗ୍ରେସ ନେତା ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗ୍‌ ଶୁକ୍ରବାର ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ପଞ୍ଜାବ ରାଜ୍ୟ କଂଗ୍ରେସ ସଭାପତି ପଦରୁ ଆନୁଷ୍ଠାନିକ…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ଅହମଦାବାଦ,୩ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

ସିଇସି ଜ୍ଞାନେଶଙ୍କ ଇସ୍ତଫା ଦାବି ତେଜିଲା

ମମ୍ବାଇ,୩ା୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶୁକ୍ରବାର ମୁମ୍ବାଇର ଶିବାଜୀ ପାର୍କରେ ଜେଲଭରୋ ଆନ୍ଦୋଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?