Posted inରାଜ୍ୟ

ସାତଭାୟା କାହାଣୀ କହିବ ‘କାଲିର ଅତୀତ’

ଭୁବନେଶ୍ୱର,୨୦ା୧୨(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଦ୍ୱାରା ଆୟୋଜିତ ଗୋଆ ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲ ପାନୋରମାରେ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଚଳଚ୍ଚିତ୍ର ନିର୍ମାତା ନୀଳମାଧବ ପଣ୍ଡାଙ୍କ ଓଡ଼ିଆ ଫିଲ୍ମ ‘କାଲିର ଅତୀତ’ ପ୍ରଦର୍ଶନ ହେବାକୁ ମନୋନୀତ ହୋଇଛି। କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକର ଏନେଇ ସୂଚନା ଦେଇଛନ୍ତି। ପୂର୍ବରୁ ହିନ୍ଦୀ ଓ ଇଂଲିଶ ଭାଷାରେ ଅନେକ ଫିଲ୍ମ ନିର୍ମାଣ କରିଥିବା ନୀଳମାଧବ ପ୍ରଥମ ଥର ଲାଗି ଓଡ଼ିିଆରେ ସମ୍ପୂର୍ଣ୍ଣ ଭିନ୍ନସ୍ବାଦ ଓ ଶୈଳୀର ଏହି ସିନେମା ତିଆରି କରିଛନ୍ତି। ସମୁଦ୍ର ଗର୍ଭରେ କ୍ରମେ ହଜି ଯାଉଥିବା ସାତଭାୟା ଅଞ୍ଚଳକୁ ନେଇ ଏହି ସିନେମା ନିର୍ମିତ ହୋଇଛି। ଓଡ଼ିଶାର ଜନ ଜୀବନରେ ପ୍ରକୃତି ସହିତ ସଙ୍ଘର୍ଷ ଏକ ନିତିଦିନିଆ କଥା। ଶହ ଶହ ବର୍ଷ ଧରି ବନ୍ୟା, ବାତ୍ୟା ଓ ମହାମାରୀ ସହିତ ସଂଘର୍ଷ କରି ଓଡ଼ିଆ ଜାତି ନିଜର ଅସ୍ତିତ୍ୱ ବଜାୟ ରଖିଛି। ପ୍ରକୃତି ସହିତ ଆମ ସଙ୍ଘର୍ଷର ପ୍ରତିଫଳନ ମାଳିକା ସାହିତ୍ୟରେ ଆମେ ଦେଖିଛୁ। ପ୍ରକୃତି ସହିତ ଆମର ଯଦି ସମ୍ପର୍କ ବିଗିଡ଼ିଯାଏ, ତାହେଲେ ପ୍ରଳୟ ଆସିବା ସ୍ବାଭାବିକ। ବାଇଶି ପାହାଚେ ଖେଳିବ ମୀନ- ଏହା ମାଳିକାର କଳ୍ପନା ନୁହେଁ, ଏହା ଆମ ପାଇଁ ଏକ ସତର୍କ ବାଣୀ। ବର୍ତ୍ତମାନ ସମୟରେ ଜଳବାୟୁର ପରିବର୍ତ୍ତନ ସହିତ ପରିବେଶର ବିପର୍ଯ୍ୟୟ ଆମକୁ ଅଧିକ ବିପଦଗ୍ରସ୍ତ କରୁଛି। ଜଳବାୟୁ ପରିବର୍ତ୍ତନ କେବଳ ଏକ ଭବିଷ୍ୟବାଣୀ ନୁହେଁ, ଏହା ଆଜିର ସବୁଠୁ ବଡ ସଙ୍କଟ। ଏହି ପୃଷ୍ଠଭୂମିକୁ ଆଧାର କରି ତିଆରି ହୋଇଛି ‘କାଲିର ଅତୀତ’। ଫିଲ୍ମରେ ଓଡ଼ିିଆ ମାଳିକା ପରମ୍ପରା ସହିତ ଆଜିର ସାମାଜିକ ଜୀବନକୁ ଯୋଡ଼ିି ନୀଳମାଧବ ଚମତ୍କାର କାହାଣୀ କହିଛନ୍ତି। ୨୦୦୫ ମସିହାରୁ ପ୍ରାୟ ୧୫ ବର୍ଷ ଧରି ବିଭିନ୍ନ ପର୍ଯ୍ୟାୟରେ ଏହି ସିନେମା ନିର୍ମିତ ହୋଇଛି। ‘କାଲିର ଅତୀତ’ ହେଉଛି ଅତୀତର ଦର୍ପଣରେ ମଣିଷ ସମାଜର ଭବିଷ୍ୟତ କାହାଣୀ ବୋଲି ଫିଲ୍ମ ବିଷୟରେ ସୂଚନା ଦେଇ ନୀଳମାଧବ କହିଛନ୍ତି। ପୂର୍ବରୁ ‘ଆଇ ଆମ୍‌ କଲାମ’, ‘ଜଲ୍‌ ପରୀ’, ‘କୌନ କିତ୍‌ନେ ପାନି ମୈ’, ‘ବବଲୁ ହାପି ହୈ’, ‘କଡୱି ହାୱା’ ଏବଂ ‘ହଲ୍‌କା’ ପରି ଉତ୍ତମ ମାନର ଚଳଚ୍ଚିତ୍ର ନିର୍ମାଣ କରି ନୀଳମାଧବ ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ପୁରସ୍କୃତ ହୋଇଛନ୍ତି। ସାଧାରଣ ମଣିଷର ସଂଘର୍ଷ ଓ ସ୍ମୃତିର ଚିତ୍ରକୁ ଫିଲ୍ମ ମାଧ୍ୟମରେ ଉପସ୍ଥାପନ କରି ସେ ପ୍ରଶଂସିତ ହୋଇପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri