ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଗୋଆ: କିନ୍ତୁ ପାଳନ କରିବାକୁ ପଡ଼ିବ ଏହିସବୁ ନିୟମ

ପଣଜି,୨।୭: ଦେଶର ସବୁଠାରୁ ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ମଧ୍ୟରୁ ଗୋଆ ହେଉଛି ଅନ୍ୟତମ। ଏଠାକୁ ଦେଶ ଓ ରାଜ୍ୟ ବାହାରୁ ଲୋକଙ୍କ ସୂଅ ଛଟିଥାଏ। କିନ୍ତୁ କରୋନା ମହାମାରୀ ସଙ୍କଟ ଯୋଗୁ ମାର୍ଚ୍ଚ ପରଠାରୁ ପର୍ଯ୍ୟଟଙ୍କ ଲାଗି ଗୋଆ ବାରଣ କରାଯାଇଥିଲା। ହେଲେ ଜୁଲାଇ ୨ ଅର୍ଥାତ୍‌ ଗୁରୁବାରଠାରୁ ପର୍ଯ୍ୟଟକଙ୍କ ପାଇଁ ଗୋଆ ପର୍ଯ୍ୟଟନ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ରାଜ୍ୟରେ ପର୍ଯ୍ୟଟନ ଗତିବିଧି ଆରମ୍ଭ କରିବା ପାଇଁ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି ବୋଲି ପର୍ଯ୍ୟଟନ ମନ୍ତ୍ରୀ ମନୋହର ଅଜଗାଓ୍ବଁକର ସୂଚନା ଦେଇଛନ୍ତି। ତେବେ ପର୍ଯ୍ୟଟନ ସ୍ଥଳୀ ଆରମ୍ଭ କରିବା ସହ ପର୍ଯ୍ୟଟକଙ୍କ ପାଇଁ କିଛି ନିୟମାବଳୀ ଲାଗୁ କରାଯାଇଛି। ଏହି ନିୟମ ଅନୁସାରେ ଗୋଆ ଆସୁଥିବା ଯାତ୍ରୀମାନେ ପୂର୍ବରୁ ହିଁ ହୋଟେଲ ବୁକ୍‌ କରିବେ। ଆଉ ନିଶ୍ଚିତ କରିବେ କି, ବୁକ୍‌ କରାଯାଇଥିବା ହୋଟେଲକୁ ପର୍ଯ୍ୟଟନ ବିଭାଗରୁ ଅନୁମତି ମିଳିଛି କି ନାହିଁ। ଏଥିସହ ରାଜ୍ୟରେ ପ୍ରବେଶ କରିବା ପୂର୍ବରୁ ସବୁ ପର୍ଯ୍ୟଟଙ୍କ ପାଖରେ କୋଭିଡ-୧୯ ନେଗେଟିଭ୍‌ ପ୍ରମାଣପତ୍ର ରହିବା ଆବଶ୍ୟକ। ଏହାକୁ ରାଜ୍ୟ ସୀମାରେ ଯାଞ୍ଚ କରାଇବାକୁ ପଡ଼ିବ। ଯାଞ୍ଚର ପରିଣାମ ନ ଆସିବା ଯାଏଁ ରାଜ୍ୟ ଦ୍ୱାରା ପରିଚାଳିତ ହେଉଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ସେମାନଙ୍କୁ ରଖାଯିବ। ଯଦି ରିପୋର୍ଟ ପଜିଟିଭ ଆସେ ତେବେ ସଂକ୍ରମିତ ବ୍ୟକ୍ତିଙ୍କ ନିକଟରେ ନିଜ ରାଜ୍ୟରେ କିମ୍ବା ଗୋଆରେ ଚିକିତ୍ସା କରାଇବାର ବିକଳ୍ପ ରହିବ। ସୂଚନାଯୋଗ୍ୟ, ଗୋଆରେ ଏପର୍ଯ୍ୟନ୍ତ ୧୩୧୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୭୧୬ଜଣଙ୍କ ଚିକିତ୍ସା ଚାଲିଥିବା ବେଳେ ୫୯୬ଜଣ ସୁସ୍ଥ ଓ ୩ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?