Posted inଜାତୀୟ

ଉତ୍ପଳ ପାରିକରଙ୍କୁ ଭାଜପାର ଅନୁରୋଧ

ପଣଜି,୨୪ ।୧: ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି(ଭାଜପା)ର ବରିଷ୍ଠ ନେତା ସ୍ୱର୍ଗତ ମନୋହର ପାରିକରଙ୍କର ପୁଅ ଉତ୍ପଳ ପାରିକରଙ୍କୁ ଏଥର ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦିତା ଲାଗି ଟିକେଟ ମିଳିନାହିଁ । ଏଥିରେ ଅସନ୍ତୁଷ୍ଟ ହୋଇ ସେ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନରେ ଲଢିବେ ବୋଲି ଗତ ସପ୍ତାହରେ ଘୋଷଣା କରିଛନ୍ତି । ଏବେ ଭାଜପାର ଜେନେରାଲ ସେକ୍ରେଟାରୀ ସିଟି ରବି ଉତ୍ପଳଙ୍କୁ ସ୍ୱାଧିନ ଭାବେ ନ ଲଢିବା ପାଇଁ ଅନୁରୋଧ କରିଛନ୍ତି । ଉତ୍ପଳ ତାଙ୍କ ମତ ବଦଳାଇ ଦିଅନ୍ତୁ ଓ ତାଙ୍କ ପିତାଙ୍କ ସ୍ୱପ୍ନକୁ ପୂରଣ କରନ୍ତୁ ବୋଲି ରବି କହିଛନ୍ତି । ସୂଚନାଯୋଗ୍ୟ, ଗୋଆ ବିଧାନସଭା ନିର୍ବାଚନ ଲାଗି ଭାଜପା ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ୩୪ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଥିବା ବେଳେ ସେଥିରେ ଉତ୍ପଳଙ୍କ ନାଁ ନ ଥିଲା । ଏହାସହ ସେ ପଣଜିରୁ ବିର୍ନାଚନ ଲଢିବାକୁ ଆଶା ରଖିଥିଲେ । ହେଲେ ପ୍ରଥମ ପର୍ଯ୍ୟାୟରେ ଭାଜପା ତାଙ୍କୁ ସମ୍ପୂର୍ଣ୍ଣ ଭାବେ କାଟି ଦେଇଛି । ଭାଜପା ପାଇଁ ଅନେକ ଶ୍ରମ ଦେଇ ଶେଷ ଜୀବନ ପର୍ଯ୍ୟନ୍ତ କାର୍ଯ୍ୟ କରିଥିବା ମନୋହର ପାରିକରଙ୍କ ପୁଅସହ ଭାଜପାର ଏଭଳି ମନୋଭାବକୁ ନେଇ ଅନ୍ୟ ରାଜନୈତିକ ଦଳମାନେ ଚର୍ଚ୍ଚା କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିଦେଶରେ ଭାରତୀୟ ଛାତ୍ରଙ୍କ ଉପରେ ମରଣାନ୍ତକ ଆକ୍ରମଣ

ମସ୍କୋ,୮।୨: ଋଷର ବାଶକୋର୍ଟୋସ୍ତାନ ଗଣରାଜ୍ୟରେ ଶନିବାର ବିଦେଶୀ ଛାତ୍ରଙ୍କ ପାଇଁ ଏକ ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ଛୁରୀ ଆକ୍ରମଣରେ ଚାରି ଜଣ ଭାରତୀୟ ଛାତ୍ରଙ୍କ ସମେତ ଛଅ ଜଣ…

ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଛାତ୍ରାବାସରୁ ଛାତ୍ର ନିଖୋଜ

ଦାରିଙ୍ଗବାଡି, ୮।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୁଣି ଆଉ ଏକ ଅଘଟଣ ଘଟିଛି । ଜଣେ ନବମ ଶ୍ରେଣୀ…

ମାର୍ଚ୍ଚ ପୂର୍ବରୁ ବୋତୋସ୍ବାନାରୁ ଆସିବେ ଚିତା

ନୂଆଦିଲ୍ଲୀ,୮|୨(ପି.ଟି.): ବୋତୋସ୍ବାନାରୁ ପ୍ରଥମ ପର୍ଯ୍ୟାୟରେ କେତେକ ଚିତାବାଘ ଚଳିତ ମାସ ଶେଷ ସୁଦ୍ଧା ଭାରତରେ ଆସି ପହଞ୍ଚତ୍ବେ ବୋଲି ଆଶା କରାଯାଉଥିବା କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର…

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri