Posted inଖେଳ

ଗୋଆ, ତେଲଙ୍ଗାନା, ରାଜସ୍ଥାନ ସେମିରେ

ଅନୁଗୋଳ ଅଫିସ, ୫ା୧୧: ଅନୁଗୋଳ ସହର କଦମ ପଡ଼ିଆଠାରେ ବାଜି ରାଉତ କପ୍‌ ଜାତୀୟ ଫୁଟବଲ ଟୁର୍ନାମେଣ୍ଟର ୩ଟି କ୍ୱାର୍ଟର ଫାଇନାଲ ମ୍ୟାଚ୍‌ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଚର୍ଚ୍ଚିଲ ବ୍ରଦର୍ସ ଏଫ୍‌ସି ଗୋଆ, ଶ୍ରୀନିଧି ଡେକାନ୍‌ ଏଫ୍‌ସି ତେଲଙ୍ଗାନା ଓ ରାଜସ୍ଥାନ ୟୁନାଇଟେଡ୍‌ ଏଫ୍‌ସି ବିଜୟ ଲାଭ କରି ସେମିଫାଇନାଲରେ ପ୍ରବେଶ କରିଛନ୍ତି।
ସର୍ବଭାରତୀୟ ଫୁଟବଲ ସଂଘ ସହଯୋଗରେ ତଥା ଆମେ ଓଡ଼ିଆ ଫାଉଣ୍ଡେଶନ ଟ୍ରଷ୍ଟ ପକ୍ଷରୁ ଆୟୋଜିତ ଏହି ପ୍ରତିଯୋଗିତାର ଉଦ୍‌ଘାଟନୀ ତଥା ପ୍ରଥମ କ୍ୱାର୍ଟର ଫାଇନାଲ ମ୍ୟାଚ ଗୁରୁବାର ଢେଙ୍କାନାଳରେ ଖେଳାଯାଇଥିଲା। ଦ୍ୱିତୀୟ ଦିବସରେ ଅନୁଗୋଳ କଦମ ପଡ଼ିଆରେ ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ କ୍ୱାର୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ଦ୍ୱିତୀୟ କ୍ୱାର୍ଟର ଫାଇନାଲ ମ୍ୟାଚରେ ଚର୍ଚ୍ଚିଲ ବ୍ରଦର୍ସ ଏଫ୍‌ସି ଗୋଆ ଓ ଗୋକୁଲମ୍‌ ଏଫ୍‌ସି କେରଳ ଟିମ୍‌ ମୁହଁାମୁହଁି ହୋଇଥିଲେ। ଉଭୟ ଦଳ ୧-୧ ଗୋଲ ସ୍କୋର କରିବାରୁ ପେନାଲଟି ଶୁଟ୍‌ଆଉଟ୍‌ର ସହାୟତା ନିଆଯାଇଥିଲା। ଏଥିରେ ଚର୍ଚ୍ଚିଲ ବ୍ରଦର୍ସ ଗୋଆ ୫-୪ ଗୋଲରେ ବିଜୟୀ ହୋଇଥିଲା। ଚମତ୍କାର ଗୋଲ୍‌ରକ୍ଷଣ ପାଇଁ ଗୋଆ ଗୋଲକିପର ନୋରା ଫର୍ନାଡିସ୍‌ଙ୍କୁ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର ପ୍ରଦାନ କରାଯାଇଥିଲା। ତୃତୀୟ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ ଶ୍ରୀନିଧି ଡେକାନ୍‌ ଏଫ୍‌ସି ତେଲଙ୍ଗାନା ଓ ଦିଲ୍ଲୀ ଏଫ୍‌ସି ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏହି ମ୍ୟାଚରେ ଡେକାନ୍‌ ଏଫ୍‌ସି ତେଲଙ୍ଗାନା ୨-୧ରେ ବିଜୟୀ ହୋଇଥିଲା। ବିଜୟୀ ଦଳର ଏମ୍‌ଡି ଆୱଲଙ୍କୁ ମ୍ୟାନ ଅଫ୍‌ ଦି ମ୍ୟାଚ ଘୋଷଣା କରାଯାଇଥିଲା। ଚତୁର୍ଥ ତଥା ଶେଷ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ରାଜସ୍ଥାନ ୟୁନାଇଟେଡ୍‌ ଏଫ୍‌ସି ଓ ମହମ୍ମଡାନ୍‌ ସ୍ପୋର୍ଟିଂ କ୍ଲବ କୋଲକାତା ମୁହଁାମୁହିଁ ହୋଇଥିଲେ। ବଢ଼ିଆ ଖେଳ ପ୍ରଦର୍ଶନ କରି ରାଜସ୍ଥାନ ୟୁନାଇଟେଡ୍‌ ଏକତରଫା ଭାବେ ୨-୦ ଗୋଲରେ କୋଲକାତାକୁ ପରାସ୍ତ କରିଥିଲା। ରାଜସ୍ଥାନ ଦଳ ପକ୍ଷରୁ ମାର୍ଟିନ୍‌ ଚାବେଶ ଶ୍ରେଷ୍ଠ ପ୍ରଦର୍ଶନ କରିଥିବାରୁ ତାଙ୍କୁ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ ଭାବେ ପୁରସ୍କୃତ କରାଯାଇଥିଲା। ଜିଲାର ବହୁ କ୍ରୀଡ଼ାପ୍ରେମୀ, ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ର ଉପସ୍ଥିତ ରହି ଖେଳାଳିମାନଙ୍କୁ ଉସତ୍ାହିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri