Posted inଖେଳ

ଗୋଆରେ ହେବ ଆଇଏସ୍‌ଏଲ୍‌-୭

ନୂଆଦିଲ୍ଲୀ, ୧୭।୮(ପି.ଟି.)- ଇଣ୍ଡିଆନ ସୁପରଲିଗ୍‌(ଆଇଏସ୍‌ଏଲ୍‌)ର ସପ୍ତମ ସଂସ୍କରଣ ଗୋଆର ୩ଟି ଭେନ୍ୟୁରେ ଅନୁଷ୍ଠିତ ହେବ। କରୋନା ଭାଇରସ ଜନିତ ସ୍ବାସ୍ଥ୍ୟ ଓ ସୁରକ୍ଷାକୁ ଦୃଷ୍ଟିରେ ରଖାଯାଇ ଏହା ଆସନ୍ତା ନଭେମ୍ବରରେ ଆୟୋଜିତ ହେବା ସମ୍ଭାବନା ରହିଛି ବୋଲି ରବିବାର ଆୟୋଜକଙ୍କ ପକ୍ଷରୁ ପ୍ରକାଶ କରାଯାଇଛି। କରୋନା ମହାମାରୀ ଯୋଗୁ ଆଇଏସଏଲ ଆୟୋଜକମାନେ ଏଥର ପ୍ରତିଯୋଗିତାକୁ ଗୋଟିଏ ରାଜ୍ୟରେ ସୀମିତ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। କେରଳ ପ୍ରତିଯୋଗିତା ଆୟୋଜନ ଦୌଡ଼ରେ ଥିଲେ ହେଁ ଶେଷରେ ଗୋଆକୁ ମନୋନୀତ କରାଯାଇଥିଲା। ଖେଳାଳି, ସପୋର୍ଟ ଷ୍ଟାଫ୍‌ ଏବଂ ଦର୍ଶକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଫୁଟବଲ ଡେଭଲପ୍‌ମେଣ୍ଟ ଲିମିଟେଡ(ଏଫ୍‌ଏସଡିଏଲ) ଏଥର ଆଇଏସଏଲକୁ ଗୋଆରେ ସୀମିତ ରଖିବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ଏକ ବିବୃତିରେ ପ୍ରକାଶ କରାଯାଇଛି। ମାର୍ଗାଓ ଫତୋର୍ଦାର ଜବାହରଲାଲ ନେହେରୁ ଷ୍ଟାଡିୟମ, ଭାସ୍କୋ ଡା ଗାମାସ୍ଥିତ ତିଳକ ନଗର ଷ୍ଟାଡିୟମ ଏବଂ ବାମବୋଲିମ୍‌ସ୍ଥିତ ଜିଏମସି ଆଥଲେଟିକ୍‌ ଷ୍ଟାଡିୟମରେ ମ୍ୟାଚଗୁଡ଼ିକ ଖେଳାଯିବ। ଟ୍ରେନିଂ ସମୟରେ ସାମାଜିକ ଦୂରତ୍ୱ ପ୍ରୋଟୋକଲକୁ କଡ଼ାକଡ଼ି ପାଳନ କରାଯିବ। ଆଇ-ଲିଗ୍‌ ମ୍ୟାଚଗୁଡ଼ିକ କୋଲକାତାରେ ହେବ ବୋଲି ସର୍ବଭାରତୀୟ ଫୁଟବଲ ଫେଡେରେଶନ(ଏଆଇଏଫ୍‌ଏଫ୍‌) ଘୋଷଣା କରିବାର ଗୋଟିଏ ଦିନପରେ ଆଇଏସ୍‌ଏଲ୍‌ ସମ୍ପର୍କରେ ନିଷ୍ପତ୍ତି ନିଆଯାଇଛି। ଆଇଏସ୍‌ଏଲ୍‌ ଏବେ ଦେଶରେ ଶୀର୍ଷ ଫୁଟବଲ ଲିଗ୍‌ର ମାନ୍ୟତା ପାଉଛି। ଆଇ-ଲିଗ୍‌ ଦ୍ୱିତୀୟ ଶ୍ରେଣୀୟ ଘରୋଇ ପ୍ରତିଯୋଗିତା ବିବେଚିତ ହେଉଛି। ଆଇଏସ୍‌ଏଲ୍‌ ବିଜେତା ଏଏଫ୍‌ସି ଚାମ୍ପିୟନ୍ସ ଲିଗ୍‌ ପାଇଁ ଯୋଗ୍ୟତା ଅର୍ଜନ କରିବ। ଆଇ-ଲିଗ୍‌ ବିଜେତା ଦ୍ୱିତୀୟ ଟାୟାର ଏଏଫ୍‌ସି କପ୍‌ ପାଇଁ ଯୋଗ୍ୟ ବିବେଚିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri