Posted inଖେଳ

ଗୋଆରେ ହେବ ଆଇଏସ୍‌ଏଲ୍‌-୭

ନୂଆଦିଲ୍ଲୀ, ୧୭।୮(ପି.ଟି.)- ଇଣ୍ଡିଆନ ସୁପରଲିଗ୍‌(ଆଇଏସ୍‌ଏଲ୍‌)ର ସପ୍ତମ ସଂସ୍କରଣ ଗୋଆର ୩ଟି ଭେନ୍ୟୁରେ ଅନୁଷ୍ଠିତ ହେବ। କରୋନା ଭାଇରସ ଜନିତ ସ୍ବାସ୍ଥ୍ୟ ଓ ସୁରକ୍ଷାକୁ ଦୃଷ୍ଟିରେ ରଖାଯାଇ ଏହା ଆସନ୍ତା ନଭେମ୍ବରରେ ଆୟୋଜିତ ହେବା ସମ୍ଭାବନା ରହିଛି ବୋଲି ରବିବାର ଆୟୋଜକଙ୍କ ପକ୍ଷରୁ ପ୍ରକାଶ କରାଯାଇଛି। କରୋନା ମହାମାରୀ ଯୋଗୁ ଆଇଏସଏଲ ଆୟୋଜକମାନେ ଏଥର ପ୍ରତିଯୋଗିତାକୁ ଗୋଟିଏ ରାଜ୍ୟରେ ସୀମିତ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। କେରଳ ପ୍ରତିଯୋଗିତା ଆୟୋଜନ ଦୌଡ଼ରେ ଥିଲେ ହେଁ ଶେଷରେ ଗୋଆକୁ ମନୋନୀତ କରାଯାଇଥିଲା। ଖେଳାଳି, ସପୋର୍ଟ ଷ୍ଟାଫ୍‌ ଏବଂ ଦର୍ଶକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଫୁଟବଲ ଡେଭଲପ୍‌ମେଣ୍ଟ ଲିମିଟେଡ(ଏଫ୍‌ଏସଡିଏଲ) ଏଥର ଆଇଏସଏଲକୁ ଗୋଆରେ ସୀମିତ ରଖିବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ଏକ ବିବୃତିରେ ପ୍ରକାଶ କରାଯାଇଛି। ମାର୍ଗାଓ ଫତୋର୍ଦାର ଜବାହରଲାଲ ନେହେରୁ ଷ୍ଟାଡିୟମ, ଭାସ୍କୋ ଡା ଗାମାସ୍ଥିତ ତିଳକ ନଗର ଷ୍ଟାଡିୟମ ଏବଂ ବାମବୋଲିମ୍‌ସ୍ଥିତ ଜିଏମସି ଆଥଲେଟିକ୍‌ ଷ୍ଟାଡିୟମରେ ମ୍ୟାଚଗୁଡ଼ିକ ଖେଳାଯିବ। ଟ୍ରେନିଂ ସମୟରେ ସାମାଜିକ ଦୂରତ୍ୱ ପ୍ରୋଟୋକଲକୁ କଡ଼ାକଡ଼ି ପାଳନ କରାଯିବ। ଆଇ-ଲିଗ୍‌ ମ୍ୟାଚଗୁଡ଼ିକ କୋଲକାତାରେ ହେବ ବୋଲି ସର୍ବଭାରତୀୟ ଫୁଟବଲ ଫେଡେରେଶନ(ଏଆଇଏଫ୍‌ଏଫ୍‌) ଘୋଷଣା କରିବାର ଗୋଟିଏ ଦିନପରେ ଆଇଏସ୍‌ଏଲ୍‌ ସମ୍ପର୍କରେ ନିଷ୍ପତ୍ତି ନିଆଯାଇଛି। ଆଇଏସ୍‌ଏଲ୍‌ ଏବେ ଦେଶରେ ଶୀର୍ଷ ଫୁଟବଲ ଲିଗ୍‌ର ମାନ୍ୟତା ପାଉଛି। ଆଇ-ଲିଗ୍‌ ଦ୍ୱିତୀୟ ଶ୍ରେଣୀୟ ଘରୋଇ ପ୍ରତିଯୋଗିତା ବିବେଚିତ ହେଉଛି। ଆଇଏସ୍‌ଏଲ୍‌ ବିଜେତା ଏଏଫ୍‌ସି ଚାମ୍ପିୟନ୍ସ ଲିଗ୍‌ ପାଇଁ ଯୋଗ୍ୟତା ଅର୍ଜନ କରିବ। ଆଇ-ଲିଗ୍‌ ବିଜେତା ଦ୍ୱିତୀୟ ଟାୟାର ଏଏଫ୍‌ସି କପ୍‌ ପାଇଁ ଯୋଗ୍ୟ ବିବେଚିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

୩ୟ T20: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି; ବୁମରା-ଅକ୍ଷର ବାଦ୍

ଧର୍ମଶାଳା,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ T20 ସିରିଜର ତୃତୀୟ ମୁକାବିଲା ରବିବାର ଧର୍ମଶାଳାରେ ଖେଳାଯାଉଛି। ଭାରତୀୟ ଦଳର...

WWEରୁ ଅବସର ନେଲେ ଜନ୍ ସିନା, ଜାରି ରହିବ ଫିଲ୍ମ କ୍ୟାରିୟର

ନୂଆଦିଲ୍ଲୀ,୧୪।୧୨: ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି WWE ରିଙ୍ଗରେ ରାଜ କରିଥିବା ଜନ୍ ସିନା ଶେଷରେ ତାଙ୍କ କ୍ୟାରିଅରକୁ ବିଦାୟ ଦେଇଛନ୍ତି । ୪୮ବର୍ଷ...

ମେସିଙ୍କ ସହ ସେଲ୍‌ଫି ନେବାକୁ ଚାହୁଁଥିଲେ ବିକ୍ରି କରିବାକୁ ପଡ଼ିପାରେ ଆପଣଙ୍କ ଘର! ଟିକେଟର ଦାମ ଶୁଣିଲେ…

ନୂଆଦିଲ୍ଲୀ,୧୪।୧୨: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି ବର୍ତ୍ତମାନ ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ସେ ପ୍ରଥମେ କୋଲକାତାରେ ପହଞ୍ଚିଥିଲେ, ତା’ପରେ ହାଇଦ୍ରାବାଦରେ ପହଞ୍ଚିଥିଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri