Posted inଜାତୀୟ

ସାଧାରଣ ଭୋଟର ତାଲିକା ଦ୍ୱାରା ‘ଏକ ରାଷ୍ଟ୍ର ଏକ ନିର୍ବାଚନ’ ଲକ୍ଷ୍ୟ…

ନୂଆଦିଲ୍ଲୀ, ୨୨।୧୨: ଦେଶରେ ସାଧାରଣ ଭୋଟର ତାଲିକା (କମନ୍‌ ଇଲୋକ୍ଟ୍ରାର ରୋଲ୍‌) ପ୍ରସ୍ତୁତ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ଏହା ପ୍ରଧାନମନ୍ତ୍ରୀଙ୍କର ଏକ ଡ୍ରିମ୍‌ ପ୍ରୋଜେକ୍ଟ ବୋଲି ଚର୍ଚ୍ଚା ହେଉଛି। ଏହି ତାଲିକା ପ୍ରସ୍ତୁତି ନେଇ ରାଜ୍ୟ ସଭାରେ ନିର୍ବାଚନ ସଂଶୋଧନ ଆଇନ-୨୦୨୧ ରାଜ୍ୟ ସଭାରେ ପାରିତ ହୋଇଛି।

ଦେଶରେ ହେଉଥିବା ସମସ୍ତ ନିର୍ବାଚନ ପାଇଁ ଏକ ସାଧାରଣ ଭୋଟର ତାଲିକା ପ୍ରସ୍ତୁତ କରିବା ଏହାର ମୂଳ ଲକ୍ଷ୍ୟ। ଏହା ଦ୍ୱାରା ‘ଏକ ରାଷ୍ଟ୍ର ଏକ ନିର୍ବାଚନ’ ଲକ୍ଷ୍ୟ ହାସଲ କରିବା ଲାଗି କେନ୍ଦ୍ର ସରକାର ଯୋଜନା କରିଥିବା କୁହାଯାଉଛି। ଏନେଇ ଦେଶର ସାଧାରଣ ଜନତାଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଲାଗି ଭାଜପା ପକ୍ଷରୁ ଏହାର କର୍ମକର୍ତ୍ତାଙ୍କୁ ପରାମର୍ଶ ଦିଆଯାଇଛି। ଦେଶରେ ଲୋକ ସଭା ଏବଂ ବିଧାନସଭା ନିର୍ବାଚନ ଏକ ସାଙ୍ଗରେ କରାଯିବା ଏହାର ମୁଖ୍ୟ ଉଦ୍ଦେଶ୍ୟ। ୨୦୧୮ରେ ପ୍ରଧାନମନ୍ତ୍ରୀ ନୀତି ଆୟୋଗ ସହିତ ଏକ ବୈଠକରେ ଏ ସମ୍ପର୍କରେ ସୂଚନା ଦେଇଥିଲେ। ଦେଶର ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ ଏନେଇ ଆଲୋଚନା କରିବାକୁ ପ୍ରଧାନମନ୍ତ୍ରୀ କହିଥିଲେ।

ପଞ୍ଚାୟତ, ନଗରପାଳିକା, ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ପାଇଁ ଭିନ୍ନ ଭିନ୍ନ ଭୋଟର ତାଲିକା ପ୍ରସ୍ତୁତ କରିବା ଦ୍ୱାରା ଅଧିକ ଅର୍ଥ ବ୍ୟୟ ହେଉଛି। ତେଣୁ ଏକ ସାଧାରଣ ଭୋଟର ତାଲିକା ପ୍ରସ୍ତୁତ ହେଲେ ଅଯଥା ଖର୍ଚ୍ଚ ହେବନାହିଁ ବୋଲି ସରକାରଙ୍କ ପକ୍ଷରୁ କୁହାଯାଉଛି।

ଗତ ୨୦୧୯ ଅଗଷ୍ଟ ୧୩ରେ ପ୍ରଧାନମନ୍ତ୍ରୀଙ୍କ କାଯର୍ର୍‌ୟାଳୟ ପକ୍ଷରୁ ଏକ ବୈଠକରେ ଅନୁଚ୍ଛେଦ ୨୪୩-କେ ଏବଂ ୨୪୩-ଜେଡ୍‌-ଏର ସାମ୍ବିଧାନିକ ସଂଶୋଧନ କରାଯିବା ଲାଗି ପ୍ରସ୍ତାବ ଆଗତ କରାଯାଇଥିଲା। ଏହାଦ୍ୱାରା ଦେଶର ସମସ୍ତ ନିର୍ବାଚନ ଲାଗି ଗୋଟିଏ ସାଧାରଣ ଭୋଟର ତାଲିକା ପ୍ରସ୍ତୁତ କରିବା ଅନିବାର୍ଯ୍ୟ ହୋଇଯିବ। ଏଥିଲାଗି ସମସ୍ତ ରାଜ୍ୟ ସରକାରଙ୍କୁ ରାଜି କରାଇବାକୁ କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଜିତ, ସୌରଭ, ଆଶୁତୋଷ ହେପାଜତରେ; ସେମାନଙ୍କୁ କେତେ ସମୟ ପର୍ଯ୍ୟନ୍ତ ଅଟକ ରଖାଯିବ? ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୦।୧୦: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରିବା ଏବଂ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କରିବାକୁ ପହଞ୍ଚିଥିବା ‘କକରୋଚ ଜନତା ପାର୍ଟି’ର ନେତା…

ନାଗସାପ ସହ ରିଲ୍ସ କରିବାବେଳେ ମାରିଲା ଚୋଟ, ଚାଲିଗଲା ଯୁବକଙ୍କ ଜୀବନ

ପୁରୀ,୧୦ା୧୦(ଅଜିତ୍‌ କୁମାର ମହାନ୍ତି): ସୋସିଆଲ ମିଡିଆରେ ରିଲ୍ସ କରିବା ନିଶା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ନାଗ ସାପକୁ ଧରି ରିଲ୍ସ କରୁଥିବା ବେଳେ ସାପ…

ଦୁର୍ଭାଗ୍ୟଶାଳୀ ସଞ୍ଜୁ ସାମସନ: ପ୍ରଥମଥର ପାଇଁ ଜଣେ ଖେଳାଳି ଭାବେ ସାମ୍ନା କଲେ ଏମିତି ଅବସ୍ଥା

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ସଞ୍ଜୁ ସାମସନ ଚମତ୍କାର ବ୍ୟାଟିଂ କରି ୪୧ଟି ବଲରୁ ୮୨ ରନ ସଂଗ୍ରହ କରିଥିଲେ। ୯ଟି ଚୌକା ଓ…

ମୁହଁ ଖୋଲିଲେ ଦୀପକେଙ୍କ ମାଆ, ସିଧା କହିଲେ ଦେଖିନେବି…

ନୂଆଦିଲ୍ଲୀ,୧୦।୧୦: କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଦିଲ୍ଲୀ ବିମାନବନ୍ଦରରେ ଅଟକ ରଖାଯିବା ଘଟଣାକୁ ନେଇ ତାଙ୍କ ପିତାମାତା ସରକାରଙ୍କ ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛନ୍ତି।…

ସିଜେପି ଆନ୍ଦୋଳନକୁ ମିଳିଲା ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ, CJI କହିଲେ…

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀରେ କକରୋଚ ଜନତା ପାର୍ଟି(ସିଜେପି)ର ପ୍ରଦର୍ଶନକୁ ମିଳିଛି ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ।ଫଳରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାରଙ୍କ ବିରୋଧରେ ଜାରି ଆନ୍ଦୋଳନ ଆହୁରି ତୀବ୍ର…

ଦିଲ୍ଲୀ ଆନ୍ଦୋଳନ ସମୟରେ ଅଭିଜିତ ଦୀପ୍‌କେଙ୍କ ଘରୁ ଆସିଲା ଏହି ଦୁଃଖଦ ଖବର, ଭାଙ୍ଗିପଡ଼ିଛନ୍ତି ପୂରା ପରିବାର

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀର ଜନ୍ତରମନ୍ତରଠାରେ କକ୍ରୋଚ୍ ଜନତା ପାର୍ଟି (ସିଜେପି ) ପକ୍ଷରୁ ଚାଲିଥିବା ଆନ୍ଦୋଳନ ଏବଂ ଗିରଫଦାରୀ ମଧ୍ୟରେ ସିଜେପି ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେଙ୍କ ପରିବାରରୁ ଏକ…

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

IND vs WI: ବୋଲରଙ୍କ କ୍ୟାରିୟର ବରବାଦ…! କାହା ଉପରେ ରାଗି ଏମିତି କହିଲେ ଗୌତମ ଗମ୍ଭୀର? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଦଶ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ, ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ପିଚକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଗତ ରାତିରେ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?