Posted inଜାତୀୟ

ଶିକ୍ଷାଦାନ ପ୍ରଣାଳୀକୁ ପୁନର୍ଜୀବିତ କରିବା ଏନ୍‌ଇପିର ଲକ୍ଷ୍ୟ: ରାଷ୍ଟ୍ରପତି

ନୂଆଦିଲ୍ଲୀ, ୧୯।୯: ଶିକ୍ଷା ବ୍ୟବସ୍ଥାର ସୁଧାର ପାଇଁ ସରକାରଙ୍କ ପକ୍ଷରୁ ରାଷ୍ଟ୍ରୀୟ ଶିକ୍ଷା ନୀତି(ଏନ୍‌ଇପି)-୨୦୦ର ପ୍ରଚଳନ କରାଯାଇଛି। ଏହାଦ୍ୱାରା ସମାଜରେ ଗୁଣବତ୍ତାଯୁକ୍ତ ଶିକ୍ଷାର ପ୍ରସାର ସମ୍ଭବ ହେବ। ଏନ୍‌ଇପି ଶିକ୍ଷା ପ୍ରଣାଳୀକୁ ପୁନର୍ଜୀବିତ କରିବାକୁ ସକ୍ଷମ ହେବ ବୋଲି ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ଶନିବାର ପ୍ରକାଶ କରିଛନ୍ତି। ଏହା ଏକବିଂଶ ଶତାବ୍ଦୀର ଶିକ୍ଷା ଅବାଶ୍ୟକତା ପୂରଣ କରିବାକୁ ସକ୍ଷମ ହେବ। ଭଲ ନମ୍ବର ଏବଂ ଗ୍ରେଡ୍‌ ରଖିବା ପାଇଁ ଏହି ନୂତନ ଶିକ୍ଷା ନୀତି ଶିକ୍ଷାର୍ଥିଙ୍କୁ ହତୋତ୍ସାହିତ କରିବ। ଘୋଷି ଘୋଷି ପାଠକୁ ମନେରଖିବା ଦ୍ୱାରା ଅନ୍ତନିର୍ହିତ ଜ୍ଞାନର ବିକାଶ ହୋଇ ନ ଥାଏ। ସୃଜନଶୀଳତାର ବିକାଶ କରାଇବା ନୂତନ ଶିକ୍ଷାର ମୂଳ ଲକ୍ଷ୍ୟ। ମହତ୍ତ୍ୱପୂର୍ଣ୍ଣ ଚିନ୍ତାଧାରା ଏବଂ ପରୀକ୍ଷା ନିରୀକ୍ଷାକୁ ନୂତନ ଶିକ୍ଷାନୀତିରେ ପ୍ରୋସାହିତ କରାଯିବ। ଯାହାଦ୍ୱାରା ଶିକ୍ଷାର୍ଥୀଙ୍କ ଜ୍ଞାନ ବିକାଶ ସମ୍ଭବ ହୋଇପାରିବ। ପ୍ରାଚୀନ କାଳରେ ଭାରତ ବିଶ୍ୱସ୍ତରରେ ଗୁଣବତ୍ତାଯୁକ୍ତ ଶିକ୍ଷାଦାନର ପ୍ରମୁଖ କେନ୍ଦ୍ର ଥିଲା। ସେତେବେଳେ ତକ୍ଷଶୀଳା ଏବଂ ନାଳନ୍ଦା ବିଶ୍ୱବିଦ୍ୟାଳୟ ଉତ୍କର୍ଷତାର ଶୀର୍ଷରେ ପହଞ୍ଚିଥିଲା। ଏବେ ଭାରତ ଶିକ୍ଷାଦାନ କ୍ଷେତ୍ରରେ ଉଚ୍ଚତମସ୍ତରରେ ନାହିଁ ବୋଲି ରାଷ୍ଟ୍ରପତି କହିଛନ୍ତି। ଏନ୍‌ଇପି ଦ୍ୱାରା ପୁଣିଥରେ ଭାରତକୁ ଶିକ୍ଷାଦାନ କ୍ଷେତ୍ରରେ ଉଚ୍ଚତମସ୍ତରରେ ପହଞ୍ଚାଇବା ଲାଗି ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଶିକ୍ଷାର୍ଥୀଙ୍କ ବୌଦ୍ଧିକ ବିକାଶକୁ ନିଶ୍ଚିତ କରାଇବା ଏନ୍‌ଇପିର ମୁଖ୍ୟ ଲକ୍ଷ୍ୟ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri