Odisha Elections 2024

ଜାଇଲୋ ଗାଡ଼ିରେ ଛେଳି ଚୋରି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ବୁଡ଼େନ ଥାନା ଅନ୍ତର୍ଗତ ଦହିଗାଁ ଗ୍ରାମରୁ ଛେଳି ଚୋରି ଘଟଣାରେ ଏକ ଜାଇଲୋ ଗାଡ଼ି ଜବତ ହୋଇଛି। ସୋମବାର ବିଳମ୍ବିତ ରାତିରେ ଉକ୍ତ ଗ୍ରାମର କାର୍ତ୍ତିକ ବରିହାଙ୍କ ଘରୁ ୩ଟି ଛେଳି ଚୋରି କରି ଏକ ଜାଇଲୋ ଗାଡ଼ି (ନଂ.ଓଡ଼ି୦୨ଜି ୯୯୫୦)ରେ ଦୁର୍ବୃତ୍ତମାନେ ଖସି ପଳାଉଥିଲେ। ଯିବା ବାଟରେ ଜାଇଲୋ ଗାଡ଼ିଟି ଏକ ଡ୍ରେନରେ ଫସି ଯାଇଥିଲା। ଏହାପରେ ଅଭିଯୁକ୍ତମାନେ ଛେଳି ବୋଝେଇ ହୋଇଥିବା ସେହି ଗାଡ଼ି ସମେତ ଅନ୍ୟ ଏକ ବ୍ୟବହୃତ ବାଇକ୍‌ (ନଂ.ଓଆର୧୭ଏନ/୬୮୫୨)କୁ ଘଟଣାସ୍ଥଳରେ ଛାଡ଼ି ଫେରାର ହୋଇଯାଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଜାଇଲୋ ଗାଡ଼ି ଏବଂ ବାଇକ୍‌କୁ ଜବତ ହୋଇଥିଲା। ତେବେ ଜବତ ଗାଡ଼ି ନମ୍ବର ପ୍ଲେଟ୍‌ରେ ଭାରତ ସରକାର ଏବଂ ବିଏସ୍‌ଏଫ୍‌ ଲେଖା ହୋଇଥିବାରୁ ଏହା ସାଧାରଣରେ ଆଲୋଚନାର ବିଷୟ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡବଲ ଇଞ୍ଜିନ ସରକାର ଗଠନ ପାଇଁ ଭୋଟରଙ୍କୁ ଅନୁରୋଧ କଲେ ଆସାମ ମୁଖ୍ୟମନ୍ତ୍ରୀ

ଭେଡେନ,୧୬ା୫(ସୁଦନ ମହାକୁର): ବରଗଡ଼ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀ ଭେଡେନ ବ୍ଲକ ଡାଳବ ପଞ୍ଚାୟତ ଅନ୍ତର୍ଗତ ବାନିପାଲି ଖେଳ ପଡ଼ିଆରେ ଗୁରୁବାର ଭାଜପାର ବିଜୟ ସଙ୍କଳ୍ପ...

ଅଚ୍ୟୁତ ସାମନ୍ତଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଲେ ସବ୍ୟର୍ଚ୍ଚିତା

ଜି.ଉଦୟଗିରି,୧୬ା୫(ଶିଶିର ପଟ୍ଟନାୟକ): ଜି.ଉଦୟଗିରି ସହରରେ ଗୁରୁବାର ବିଜୁ ଜନତା ଦଳର ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ ଓ କନ୍ଧମାଳ ଏମ୍‌ପି ପ୍ରାର୍ଥୀ ଅଚ୍ୟୁତ ସାମନ୍ତଙ୍କ ପାଇଁ...

ରତ୍ନ ଭଣ୍ଡାର ଚାବି ମିଳିବାର ଅଛି ତ ଭାଜପାକୁ ଭୋଟ୍‌ ଦିଅନ୍ତୁ: ନଡ୍ଡା

ପଦ୍ମପୁର,୧୬।୫: ପଦ୍ମପୁରରେ ଭାଜପା ସଭାପତି ଜେପି ନଡ୍ଡା ବିଜେଡି ଉପରେ ବର୍ଷିଛନ୍ତି। ନଡ୍ଡା କହିଛନ୍ତି, ରତ୍ନଭଣ୍ଡାର ଚାବି ହଜିଛି, ଚାବି କୁଆଡ଼େ ଗଲା। ରତ୍ନ ଭଣ୍ଡାର...

ସାଲୁଗାଙ୍କ ପାଇଁ ପ୍ରଚାର କଲେ ସବ୍ୟ-ଅର୍ଚ୍ଚିତା

ରାଇକିଆ,୧୬ା୫(ପ୍ରଦୀପ ବେହେରା): ଆସନ୍ତା ୨୦ରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ପାଇଁ କନ୍ଧମାଳ ଜିଲା ରାଇକିଆଠାରେ ବିଭିନ୍ନ ରାଜନୈତିକ ଦଳର ପ୍ରଚାର ଜୋର୍‌ ଧରିଛି। ଗୁରୁବାର...

ଧାରଣାସ୍ଥଳରେ ପୋଲିସର ଲାଠିଚାର୍ଜ, ଛତ୍ରଭଙ୍ଗ ଦେଲେ ଲୋକେ

ଖଲ୍ଲିକୋଟ,୧୬ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଖଲ୍ଲିକୋଟ ଥାନା ଆଗରେ ସକାଳ ୯ଟାରୁ ଭାଜପା ସମର୍ଥକଙ୍କ ଧାରଣା ଜାରି ରହିଥିଲା। ୧.୩୦ ସମୟରେ ଗିରଫ ଅଭିଯୁକ୍ତଙ୍କୁ କୋର୍ଟ...

ଖଲ୍ଲିକୋଟ ପରେ ପୋଲସରାରେ ରାଜନୈତିକ ହିଂସା: ଫୁଟିଲା ଗୁଳି, ଜଣେ ଗୁରୁତର

ପୋଲସରା,୧୬।୫: ନିର୍ବାଚନ ଭିତରେ ତେଜୁଛି ନିର୍ବାଚନୀ ହିଂସା। ଖଲ୍ଲିକୋଟ ଭଳି ପୋଲସରାରେ ବି ଦେଖିବାକୁ ମିଳିଛି ରାଜନୈତିକ ହିଂସା । ପୋଲସରାରେ ବି ଫୁଟିଛି ଗୁଳି...

ଖଲ୍ଲିକୋଟ ହିଂସାକାଣ୍ଡ: ପୋଲିସକୁ ପଥର ମାଡ଼ କଲେ ଉତ୍ତ୍ୟକ୍ତ ଲୋକ, ଲାଠି ଚାର୍ଜ କଲା ପୋଲିସ

ଖଲ୍ଲିକୋଟ,୧୬।୫: ଗଞ୍ଜାମ ଖଲ୍ଲିକୋଟ ହିଂସାକାଣ୍ଡକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଘଟଣାରେ ପୋଲିସ ୮ଜଣଙ୍କୁ ଗିରଫ କରିଛି। ତେବେ ଅଭିଯୁକ୍ତଙ୍କୁ ଥାନାରୁ ନେବା ବେଳେ...

ଘରକୁ ଘର ବୁଲି ପ୍ରାର୍ଥୀଙ୍କ ପ୍ରଚାର

ହାଟଡିହୀ,୧୬ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ହାଟଡିହୀ ବ୍ଲକର ୩୭ନଂ ଜୋନ୍‌ରେ ଭାଜପା କାର୍ଯ୍ୟକର୍ତ୍ତା ଏବଂ କର୍ମୀମାନେ ବିଭିନ୍ନ ପଞ୍ଚାୟତ ଗସ୍ତକରି ପ୍ରଚାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri