ମହଙ୍ଗା ପଡିଲା ଛେଳି ଚୋରି : କଙ୍ଗାରୁ କୋର୍ଟରେ ଛେଚା ଖାଇଲେ ଦୁଇ ଯୁବକ

ମୋରଡା,୧୦।୧୦(ସ୍ମାରକ ମାଜୀ): ମହଙ୍ଗା ପଡିଲା ଛେଳି ଚୋରି। ଛେଳି ଚୋରି ଅଭିଯୋଗରେ କଙ୍ଗାରୁ କୋର୍ଟରେ ଗ୍ରାମବାସୀଙ୍କ ଦ୍ୱାରା ନିର୍ଧୁମ ମାଡ଼ ଖାଇଲେ ଚୋର । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ମୋରଡା ଥାନା ଅଧୀନ ଧଡ଼ାସାହି ପଞ୍ଚାୟତର ସାହାରଯୋଡି ଗାଁରେ।
ଘଟଣା ମୁତାବକ,ପଶ୍ଚିମବଙ୍ଗ ବେଲଦା ଅଞ୍ଚଳର ଦୁଇଜଣ ଯୁବକ ସାକିଲ ଖାଁ ଓ଼ ଜୁମାନ ଖାଁ ମୋରଡା ଥାନା ଅଧୀନ ଖୁରୁଣ୍ଟିଆ ଛକରୁ ଏକ ବାଇକ(ଡବ୍ଲ୍ୟୁବି-୩୪-ବିଆର-୧୭୮୮)ରେ ଏକ ଛେଳିକୁ ବସାଇ ନେଇ ଯାଉଥିଲେ। ଏହି ସମୟରେ ବାଦଲ ସିଂ ନାମକ ଜଣେ ଯୁବକ ଉକ୍ତ ଦୁଇଜଣଙ୍କୁ ଦେଖି ସନ୍ଦେହ ହେବାରୁ ସାହାରଯୋଡି ଗ୍ରାମ ନିକଟରେ ଗ୍ରାମବାସୀଙ୍କ ଦ୍ୱାରା ଅଟକାଇ ଥିଲେ ଏବଂ ପଚରାଉଚରା କରିବାରୁ ଛେଳି ଚୋରି କରିଥିବାର ଜଣାପଡ଼ିଥିଲା। ଫଳରେ ଉତ୍ତ୍ୟକ୍ତ ଗ୍ରାମବାସୀ ସାକିଲ ଓ଼ ଜୁମାନଙ୍କୁ ଏକ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିଥିଲେ। ପରେ ପରେ ମୋରଡା ପୋଲିସକୁ ଘଟଣା ସମ୍ପର୍କରେ ଗ୍ରାମବାସୀ ଜଣାଇଥିଲେ । ଖବର ପାଇ ମୋରଡା ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ସହିତ ଉକ୍ତ ଦୁଇ ଯୁବକଙ୍କୁ ଉଦ୍ଧାର କରି ଥାନାରେ ଅଟକ ରଖିଛି ଏବଂ ଏନେଇ ୨୫୬/୧୦ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର ପ୍ରଧାନକୁ ଜନ୍ମଦିନ ଉପହାର ପଠାଇଲେ ଅଭିଜିତ୍ ଦୀପକେ, ପ୍ଲିଜ ଆପଣ…

ନୂଆଦିଲ୍ଲୀ, ୨୬।୬: ‘କକ୍ରୋଚ୍ ଜନତା ପାର୍ଟି’ ଲଗାତାର ଷଷ୍ଠ ଦିନ ପାଇଁ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ପ୍ରତିବାଦ ଜାରି ରଖିଛି । CJP ପ୍ରତିଷ୍ଠାତା ଅଭିଜିତ୍…

ପାପ କରିନ୍ତି ଧର୍ମେନ୍ଦ୍ର ପ୍ରଧାନ, ଇସ୍ତଫା ଦିଅନ୍ତୁ: ଖେରା

ଭୁବନେଶ୍ୱର,୨୬।୬(ରବିନାରାୟଣ ଜେନା):ସାଧାରଣ ପରୀକ୍ଷା କିଭଳି କରାଯାଏ ତାହା ଜଣା ନ ଥିବା ଲୋକ ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ଜ୍ଞାନ ବାଣ୍ଟୁଛନ୍ତି। ପୁଣି ଯାହାଙ୍କ ଡିଗ୍ରୀ ଉପରେ ପ୍ରଶ୍ନବାଚୀ ଚି଼ହ୍ନ…

ମୁହଁ ଖୋଲିଲେ ସିୟା ଅଗ୍ରଓ୍ବାଲ୍‌ଙ୍କ ପିତା: ଯଦି ମୋ ଝିଅ କେତନଙ୍କୁ ମାରିଛି ତେବେ…

ପୁଣେ,୨୬।୬: ମହାରାଷ୍ଟ୍ରର ପୁଣେରେ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ମୃତ୍ୟୁ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏହି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ପ୍ରେମିକା ସିୟା ଗୋୟଲ ଏବଂ ତାଙ୍କ ପ୍ରେମିକ…

ବଲାଙ୍ଗୀରରେ ବଡ଼ ଧରଣର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ମାର୍କେଟ କମ୍ପ୍ଲେକ୍ସ

ବଲାଙ୍ଗୀର,୨୬ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡା ଠାରେ ଥିବା ଏକ ଘରୋଇ ମାର୍କେଟ କମ୍ପ୍ଲେକ୍ସରେ କୌଣସି କାରଣରୁ ନିଆଁ ଲାଗିଯାଇଛି । ଅଗ୍ନିକାଣ୍ଡରେ ୮ରୁ ଅଧିକ…

ପଛକୁ ପଛ ୨ଟି ଘୂର୍ଣ୍ଣିବଳୟ,ଝଡବର୍ଷା ସମ୍ଭାବନା : ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୬ା୬(ବନ୍ଦନା ସେଠୀ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲା ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ଅପରପକ୍ଷେ ଉପକୂଳ ଓଡ଼ିଶାର କିଛି ଜିଲାରେ ଗତ…

ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କଲେ ରାହୁଲ: ଘଟଣା ଜଣାପଡ଼ିବା ପରେ…

ଦେବଗଡ,୨୬।୬(ଶଶାଙ୍କ ଶେଖର ଝାଙ୍କର):ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ଦେବଗଡ ଆଦର୍ଶ ଥାନା ପୋଲିସ କାଲକାଠ ଗ୍ରାମର ଯୋଗେଶ୍ୱର ପାତ୍ରଙ୍କ ପୁଅ ରାହୁଲ ପାତ୍ର (୧୯)କୁ…

କ୍ରିଷ୍ଣା ବିକାଶ ଗ୍ରୁପର ଅଭୂତପୂର୍ବ ସଫଳତା: ଶିକ୍ଷାନୁଷ୍ଠାନ ପାଇଁ ଗୌରବ ଆଣିଲେ ୬୦ଜଣ ଛାତ୍ରୀଛାତ୍ର

ବରଗଡ଼,୨୬୬(ପ୍ରେମାନନ୍ଦ ଖମାରୀ):ଚଳିତବର୍ଷ ପ୍ରକାଶିତ କମନ୍‌ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ(ସିୟୁଇଟି) ପରୀକ୍ଷାରେ କ୍ରିଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବରଗଡ଼ ସହର ଉପକଣ୍ଠ ବିକାଶ ଆବାସିକ ବିଦ୍ୟାଳୟ ଓ ବିକାଶ…

ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ, ଉଦବେଗ ପ୍ରକାଶ କଲେ ଗଜପତି ମହାରାଜା

ଭୁବନେଶ୍ୱର,୨୬।୬(ବନ୍ଦନା ସେଠୀ): ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ ଦେଖାଦେଇଛି। ଭୁବନେଶ୍ୱରସ୍ଥିତ ଏଲି ଆନିମେସନ୍ସ ପ୍ରାଇଭେଟ ଲିମିଟେଡ୍‌ ପକ୍ଷରୁ ନିର୍ମିତ ଏହି ଚଳଚ୍ଚିତ୍ରର ଅଫିସିଆଲ ଟ୍ରେଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri