ଛେଳିବେପାରୀଙ୍କୁ ଗୁଳିକରି ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୭ଗିରଫ

ଲେଫ୍ରିପଡା,୨୯।୪(ଡିଏନଏ): ସୁନ୍ଦରଗଡ ଜିଲା ଲେଫ୍ରିପଡା ଥାନା ଅନ୍ତର୍ଗତ ସୁରୁଗୁଡା ତାରିଣୀ ମନ୍ଦିର ନିକଟରେ ଗତ ୧୩ ତାରିଖରେ ଛେଳିବେପାରୀ ପ୍ରଭାତ ନାଏକଙ୍କୁ ଗୁଳି କରି ହତ୍ୟା କରାଯିବା ସହ ୯ଲକ୍ଷ ଟଙ୍କା ଲୁଟ୍‌ କରାଯାଇଥିଲା। ଏହି ଘଟଣାରେ ପୋଲିସ ମୁଖ୍ୟ ଅପରାଧୀ ସମେତ ୭ଜଣଙ୍କୁ ଶନିବାର ଗିରଫ କରିଛି।
ଗିରଫ ମୁଖ୍ୟ ଅଭିଯୁକ୍ତ ଝାଡ଼ଖଣ୍ଡ ଗୁମଲା ଅଞ୍ଚଳର ବୋଲି ସୁନ୍ଦରଗଡ ଏସ ପି ପ୍ରତ୍ୟୁଷ ଦିବାକର ସୂଚନା ଦେଇଛନ୍ତି। ଲେଫ୍ରିପଡା ଥାନା ପରିସରରେ ଶନିବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଏସ ପି ସୂଚନା ଦେଇ କହିଛନ୍ତି ଯେ, ଗିରଫ ଅପରାଧୀମାନେ ଝାଡ଼ଖଣ୍ଡ ଏବଂ ଓଡିଶାର ଅନେକ ଲୁଟ୍‌ ଓ ଅପରାଧିକ ଘଟଣାରେ ସଂପୃକ୍ତ ଅଛନ୍ତି। ହେଲେ ଗତ ୧୩ତାରିଖ ଛେଳିବେପାରୀଙ୍କ ହତ୍ୟା ଘଟଣାର ମାଷ୍ଟର ମାଇଣ୍ଡ କୁହାଯାଉଥିବା ଅରୁଣ ଓରାମ(୩୨)ଜଣେ ଭିନ୍ନକ୍ଷମ ବ୍ୟକ୍ତି। ମୁଖ୍ୟ ଅଭିଯୁକ୍ତ ଅରୁଣଙ୍କ ସମେତ ଅନ୍ୟ ଗିରଫ ଅଭିଯୁକ୍ତମାନେ ହେଲେ ସୁନ୍ଦରଗଡ ଜିଲା ଚାଉଁରଢାଲ ଗ୍ରାମର ସୁଧୀର କିଷାନ(୩୦), ବଡଗୁଢିଆଲି ଗ୍ରାମର ପ୍ରମୋଦ ମାଝି(୩୦) ସୁଜିତ୍‌ ମାଝି ଏବଂ ପ୍ରଦୀପ ସିଂ, ସପ୍ରଘାଟ ଗ୍ରାମର କେଶ୍ୱର ଗୋପେ(୩୦), ଶାଳଙ୍ଗବାହଲ ଗ୍ରାମର ମହାନ୍ତି ବୈଦିକ(୩୪)। ପୋଲିସ ଏହି ଡକାୟତଙ୍କ ନିକଟରୁ ୨ଟି ଦେଶୀ ରିଭଲଭର, ୬ଟି ଅଫୁଟା ଗୁଳି ସହ ଭୂଜାଲି ଓ ଅନ୍ୟାନ୍ୟ ମାରଣାସ୍ତ୍ର, ମୋବାଇଲ ଫୋନ , ୨ଟି ବାଇକ, ଲାଠି ଓ ନଗଦ ୬ହଜାର ଟଙ୍କା ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଆଦିବାସୀ ଝିଅ ପୂର୍ଣ୍ଣିମା, ସମଗ୍ର କୋକସରା ଅଞ୍ଚଳରେ ଖୁସିର ଲହରୀ

କୋକସରା,୨୫।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଗ୍ରାମର ମେଧାବୀ ଆଦିବାସୀ ଝିଅ ପୂର୍ଣ୍ଣିମା ପୁଝାରୀ ସର୍ବଭାରତୀୟ ନିଟ୍ (NEET UG) ପରୀକ୍ଷାରେ ସଫଳତା…

କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ

ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ବିନା କୋଚିଂରେ ନିଟ୍‌ରେ ସଫଳ ହେଲେ ସୁବ୍ରତ, ଭୀମ ଭୋଇ ମେଡିକାଲ କଲେଜରେ ପଢ଼ିବେ…

କର୍ଲାମୁଣ୍ଡା,୨୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ରେଙ୍ଗାଲି ଗ୍ରାମର ମେଧାବୀ ଛାତ୍ର ସୁବ୍ରତ ଶେଖର ରଣା ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri