ଜଙ୍ଗଲ ଭ୍ରମ ସୃଷ୍ଟି କରୁଛି ଗୋବରୀ ନଦୀ

କେନ୍ଦ୍ରାପଡ଼ା, ୧୫ା୨ (ଜଗନ୍ନାଥ ଧଳ)ପଟ୍ଟାମୁଣ୍ଡାଇରୁ ବ୍ରାହ୍ମଣୀ ନଦୀ ଓ କେନ୍ଦ୍ରାପଡ଼ା ବ୍ଲକ ଅଞ୍ଚଳର ଗୋବରୀ ନଦୀ ମଧ୍ୟରେ ଥିବା ସଂଯୋଗୀକରଣ ଜଳପଥ ଏବେ ବନ୍ଦ ହୋଇପଡ଼ିଛି। ଫଳରେ ଗୋବରୀ ନଦୀ ଜଳପଥ ପୋତି ହୋଇ ବଣୁଆ ଜଙ୍ଗଲରେ ପରିଣତ ହୋଇଛି। ଫଳରେ ଜଳସେଚନ ଅବ୍ୟବସ୍ଥାରୁ ୫ ହଜାରରୁ ଊର୍ଦ୍ଧ୍ୱ ଚାଷ ଜମିରେ ୩ ଫସଲ ଉତ୍ପାଦନ ହୋଇପାରୁନାହିଁ। ଏ ନେଇ ସ୍ଥାନୀୟ ଲୋକ ଉଦ୍‌ବେଗ ପ୍ରକାଶ କରି ରାଜ୍ୟ ସରକାରଙ୍କ ଜଳସମ୍ପଦ ବିଭାଗ ଉପରେ ୩ ବର୍ଷ ହେବ ମାମଲା କରିଛନ୍ତି। ମାମଲା ଶୁଣାଣି ହୋଇ ବିଭାଗକୁ ଅନୁଧ୍ୟାନ ସହ ସମସ୍ୟାର ନିରାକରଣ ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହାସତ୍ତ୍ୱେ ଜଳସମ୍ପଦ ବିଭାଗ ନୀରବଦ୍ରଷ୍ଟା ସାଜିଥିବା ଅଭିଯୋଗ ହେଉଛି।
ଏ ସମ୍ପର୍କରେ ମାମଲାର ଅଭିଯୋଗକାରୀ ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପିଏଲଭି ପ୍ରଫୁଲ୍ଲ କୁମାର ଦାସ, କ୍ଷୀରୋଦ ମଲ୍ଲିକ, ଅଶୋକ ବଳ, ଦେବାଶିଷ ପଣ୍ଡା ପ୍ରମୁଖ କହିଛନ୍ତି ଯେ, ଶିଳ୍ପ ବିହୀନ କେନ୍ଦ୍ରପଡ଼ାର ଅର୍ଥନୀତି କୃଷି ଭିତ୍ତିକ। ଏହାସତ୍ତ୍ୱେ ରାଜ୍ୟ ସରକାର ଏଥିରେ ଥିବା ଜଳସେଚନ ପରି ମୁଖ୍ୟ ସମସ୍ୟାକୁ ଦୂର କରୁନାହାନ୍ତି। ପୂର୍ବରୁ ଜିଲାରେ ପ୍ରବାହିତ ବ୍ରାହ୍ମଣୀ ସହିତ ଗୋବରୀ ନଦୀର ସଂଯୋଗୀକରଣ ଥିଲା। ଏଥିରେ ନୌବାଣିଜ୍ୟ ସହିତ ଚାଷ ପାଇଁ ପାଣି ମିଳୁଥିଲା। ତେବେ ୧୯୬୦ ଦଶକରେ କଟକ- ଚାନ୍ଦବାଲି ରାସ୍ତା ନିର୍ମାଣ ସମୟରେ ପଟ୍ଟାମୁଣ୍ଡାଇଠାରେ ଏହାର ସଂଯୋଗୀକରଣ ପଥକୁ ବନ୍ଦ କରି ଦିଆଗଲା। ଫଳରେ ପଟ୍ଟାମୁଣ୍ଡାଇଠାରୁ ଗଣ୍ଡାକିଆ ପର୍ଯ୍ୟନ୍ତ ୨୦ କିଲୋମିଟର ଜଳପଥ ଶୁଖିଲା ପଡିଛି। ଏହାର ଶଯ୍ୟା ପୋତି ହେବା ଫଳରେ ନିକଟବର୍ତ୍ତୀ ଗ୍ରାମବାସୀ ନିତ୍ୟ କର୍ମଠାରୁ କ୍ଷେତକୁ ଜଳସେଚନରୁ ବାଦ ପଡ଼ିଛନ୍ତି। ପୂର୍ବରୁ ଏହି ଅଞ୍ଚଳରେ ଅର୍ଥକାରୀ ଫସଲ ଉତ୍ପାଦନ ହେଉଥିବା ବେଳେ ଏଠାରେ ଏବେ ମରୁଡି ସମସ୍ୟା ଦେଖାଦେଇଛି। ଏ ନେଇ ସ୍ଥାନୀୟ ଅଧିବାସୀ ବ୍ଲକ ଓ ଜିଲାର ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ ସହ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ ମଧ୍ୟ କରିଥିଲେ। ଏଥିରୁ ସୁଫଳ ନ ମିଳିବାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ବ୍ରାହ୍ମଣୀ ସହିତ ଗୋବରୀ ନଦୀର ସଂଯୋଗୀକରଣ ପାଇଁ ନାଲସା (ଜାତୀୟ ଆଇନ ସେବା ପ୍ରଧିକରଣ)ରେ ୨୦୨୧ ଫେବୃଆରୀ ୧୪ରେ ଏକ ମାମଲା ହୋଇଥିଲା। ଏହି ମାମଲାକୁ କେନ୍ଦ୍ରପଡ଼ା ଜିଲା ଆଇନସେବା ପ୍ରାଧିକରଣ (ଡିଏଲ୍‌ଏସ୍‌ଏ) ପକ୍ଷରୁ ଶୁଣାଣି କରାଯାଇ ଭିତ୍ତିଭୂମିର ତଦନ୍ତ କରିବାକୁ ଜଳ ସମ୍ପଦ ବିଭାଗକୁ ନିର୍ଦ୍ଦେଶ ହୋଇଥିଲା। ତେବେ ତଦନ୍ତ ଓ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ଅଦ୍ୟାବଧି କୌଣସି ତପତ୍ରତା ପ୍ରକାଶ ପାଉନାହିଁ। ଜଳପଥ ସଂଯୋଗୀକରଣ କାର୍ଯ୍ୟ ତ୍ୱରାନ୍ବିତ ହେଲେ ଜଳପଥ ନିକଟ କ୍ଷେତରେ ୩ ପ୍ରକାର ଅର୍ଥକାରୀ ଫସଲ ଉପତ୍ାଦନ ହୋଇପାରିବ ବୋଲି ସେମାନେ ଆଶା ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଜଳ ସମ୍ପଦ ବିଭାଗ ନିର୍ବାହୀଯନ୍ତ୍ରୀ ଇଂ. ଉମେଶ ଚନ୍ଦ୍ର ସେଠୀଙ୍କୁ ପଚାରିବାରେ ଏନେଇ ପ୍ରାରମ୍ଭିକ ତଦନ୍ତ ହୋଇଛି। ଦୁଇ ଜଳପଥ ସଂଯୋଗୀକରଣ ହେଲେ ସ୍ଥାନୀୟ ଅଞ୍ଚଳର କୃଷି ଅର୍ଥନୀତିରେ ବିରାଟ ପରିବର୍ତ୍ତନ ଆସିବ। ଏହାକୁ ଦୃଷ୍ଟିରେ ରଖି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri