ଜଙ୍ଗଲ ଭ୍ରମ ସୃଷ୍ଟି କରୁଛି ଗୋବରୀ ନଦୀ

କେନ୍ଦ୍ରାପଡ଼ା, ୧୫ା୨ (ଜଗନ୍ନାଥ ଧଳ)ପଟ୍ଟାମୁଣ୍ଡାଇରୁ ବ୍ରାହ୍ମଣୀ ନଦୀ ଓ କେନ୍ଦ୍ରାପଡ଼ା ବ୍ଲକ ଅଞ୍ଚଳର ଗୋବରୀ ନଦୀ ମଧ୍ୟରେ ଥିବା ସଂଯୋଗୀକରଣ ଜଳପଥ ଏବେ ବନ୍ଦ ହୋଇପଡ଼ିଛି। ଫଳରେ ଗୋବରୀ ନଦୀ ଜଳପଥ ପୋତି ହୋଇ ବଣୁଆ ଜଙ୍ଗଲରେ ପରିଣତ ହୋଇଛି। ଫଳରେ ଜଳସେଚନ ଅବ୍ୟବସ୍ଥାରୁ ୫ ହଜାରରୁ ଊର୍ଦ୍ଧ୍ୱ ଚାଷ ଜମିରେ ୩ ଫସଲ ଉତ୍ପାଦନ ହୋଇପାରୁନାହିଁ। ଏ ନେଇ ସ୍ଥାନୀୟ ଲୋକ ଉଦ୍‌ବେଗ ପ୍ରକାଶ କରି ରାଜ୍ୟ ସରକାରଙ୍କ ଜଳସମ୍ପଦ ବିଭାଗ ଉପରେ ୩ ବର୍ଷ ହେବ ମାମଲା କରିଛନ୍ତି। ମାମଲା ଶୁଣାଣି ହୋଇ ବିଭାଗକୁ ଅନୁଧ୍ୟାନ ସହ ସମସ୍ୟାର ନିରାକରଣ ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହାସତ୍ତ୍ୱେ ଜଳସମ୍ପଦ ବିଭାଗ ନୀରବଦ୍ରଷ୍ଟା ସାଜିଥିବା ଅଭିଯୋଗ ହେଉଛି।
ଏ ସମ୍ପର୍କରେ ମାମଲାର ଅଭିଯୋଗକାରୀ ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପିଏଲଭି ପ୍ରଫୁଲ୍ଲ କୁମାର ଦାସ, କ୍ଷୀରୋଦ ମଲ୍ଲିକ, ଅଶୋକ ବଳ, ଦେବାଶିଷ ପଣ୍ଡା ପ୍ରମୁଖ କହିଛନ୍ତି ଯେ, ଶିଳ୍ପ ବିହୀନ କେନ୍ଦ୍ରପଡ଼ାର ଅର୍ଥନୀତି କୃଷି ଭିତ୍ତିକ। ଏହାସତ୍ତ୍ୱେ ରାଜ୍ୟ ସରକାର ଏଥିରେ ଥିବା ଜଳସେଚନ ପରି ମୁଖ୍ୟ ସମସ୍ୟାକୁ ଦୂର କରୁନାହାନ୍ତି। ପୂର୍ବରୁ ଜିଲାରେ ପ୍ରବାହିତ ବ୍ରାହ୍ମଣୀ ସହିତ ଗୋବରୀ ନଦୀର ସଂଯୋଗୀକରଣ ଥିଲା। ଏଥିରେ ନୌବାଣିଜ୍ୟ ସହିତ ଚାଷ ପାଇଁ ପାଣି ମିଳୁଥିଲା। ତେବେ ୧୯୬୦ ଦଶକରେ କଟକ- ଚାନ୍ଦବାଲି ରାସ୍ତା ନିର୍ମାଣ ସମୟରେ ପଟ୍ଟାମୁଣ୍ଡାଇଠାରେ ଏହାର ସଂଯୋଗୀକରଣ ପଥକୁ ବନ୍ଦ କରି ଦିଆଗଲା। ଫଳରେ ପଟ୍ଟାମୁଣ୍ଡାଇଠାରୁ ଗଣ୍ଡାକିଆ ପର୍ଯ୍ୟନ୍ତ ୨୦ କିଲୋମିଟର ଜଳପଥ ଶୁଖିଲା ପଡିଛି। ଏହାର ଶଯ୍ୟା ପୋତି ହେବା ଫଳରେ ନିକଟବର୍ତ୍ତୀ ଗ୍ରାମବାସୀ ନିତ୍ୟ କର୍ମଠାରୁ କ୍ଷେତକୁ ଜଳସେଚନରୁ ବାଦ ପଡ଼ିଛନ୍ତି। ପୂର୍ବରୁ ଏହି ଅଞ୍ଚଳରେ ଅର୍ଥକାରୀ ଫସଲ ଉତ୍ପାଦନ ହେଉଥିବା ବେଳେ ଏଠାରେ ଏବେ ମରୁଡି ସମସ୍ୟା ଦେଖାଦେଇଛି। ଏ ନେଇ ସ୍ଥାନୀୟ ଅଧିବାସୀ ବ୍ଲକ ଓ ଜିଲାର ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ ସହ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ ମଧ୍ୟ କରିଥିଲେ। ଏଥିରୁ ସୁଫଳ ନ ମିଳିବାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ବ୍ରାହ୍ମଣୀ ସହିତ ଗୋବରୀ ନଦୀର ସଂଯୋଗୀକରଣ ପାଇଁ ନାଲସା (ଜାତୀୟ ଆଇନ ସେବା ପ୍ରଧିକରଣ)ରେ ୨୦୨୧ ଫେବୃଆରୀ ୧୪ରେ ଏକ ମାମଲା ହୋଇଥିଲା। ଏହି ମାମଲାକୁ କେନ୍ଦ୍ରପଡ଼ା ଜିଲା ଆଇନସେବା ପ୍ରାଧିକରଣ (ଡିଏଲ୍‌ଏସ୍‌ଏ) ପକ୍ଷରୁ ଶୁଣାଣି କରାଯାଇ ଭିତ୍ତିଭୂମିର ତଦନ୍ତ କରିବାକୁ ଜଳ ସମ୍ପଦ ବିଭାଗକୁ ନିର୍ଦ୍ଦେଶ ହୋଇଥିଲା। ତେବେ ତଦନ୍ତ ଓ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ଅଦ୍ୟାବଧି କୌଣସି ତପତ୍ରତା ପ୍ରକାଶ ପାଉନାହିଁ। ଜଳପଥ ସଂଯୋଗୀକରଣ କାର୍ଯ୍ୟ ତ୍ୱରାନ୍ବିତ ହେଲେ ଜଳପଥ ନିକଟ କ୍ଷେତରେ ୩ ପ୍ରକାର ଅର୍ଥକାରୀ ଫସଲ ଉପତ୍ାଦନ ହୋଇପାରିବ ବୋଲି ସେମାନେ ଆଶା ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଜଳ ସମ୍ପଦ ବିଭାଗ ନିର୍ବାହୀଯନ୍ତ୍ରୀ ଇଂ. ଉମେଶ ଚନ୍ଦ୍ର ସେଠୀଙ୍କୁ ପଚାରିବାରେ ଏନେଇ ପ୍ରାରମ୍ଭିକ ତଦନ୍ତ ହୋଇଛି। ଦୁଇ ଜଳପଥ ସଂଯୋଗୀକରଣ ହେଲେ ସ୍ଥାନୀୟ ଅଞ୍ଚଳର କୃଷି ଅର୍ଥନୀତିରେ ବିରାଟ ପରିବର୍ତ୍ତନ ଆସିବ। ଏହାକୁ ଦୃଷ୍ଟିରେ ରଖି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?