ଗୋବିନ୍ଦ ସାହୁ ମୃତ୍ୟୁ ଘଟଣା: ସିବିଆଇ ତଦନ୍ତ ଦାବି

ବଲାଙ୍ଗୀର ଅଫିସ,୨୧।୧୨: ମମତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଆତ୍ମହତ୍ୟା କରିଥିବା ଘଟଣାକୁ ସହଜରେ ଗ୍ରହଣ କରିପାରି ନାହାନ୍ତି ଗୋବିନ୍ଦଙ୍କ ପରିବାର ଲୋକେ। ମୃତ ଗୋବିନ୍ଦ ସାହୁଙ୍କ କକା ଶ୍ବଶୁର ମହେନ୍ଦ୍ର ସାହୁ ଓ ଶଳା ଟୁନା ସାହୁ ଗୁରୁତର ଅଭିଯୋଗ ଆଣିଛନ୍ତି। ଗୋବିନ୍ଦ ସାହୁଙ୍କୁ ଷଡ଼ଯନ୍ତ୍ର କରି ମାରି ଦିଆଯାଇଛି ଓ ଏହାର ସିବିଆଇ ତଦନ୍ତ କରାଗଲେ ସବୁ ରହସ୍ୟ ଜଣାପଡିବ ବୋଲି କହିଛନ୍ତି । ମଙ୍ଗଳବାର କଣ୍ଟାବାଞ୍ଜି ଜେଲ ଭିତରେ ଗୋବିନ୍ଦ ସାହୁଙ୍କ ପକେଟରୁ ଏକ ଦୁଇ ପେଜର ହାତଲେଖା ଚିଠି ମିଳିଥିବା ପୋଲିସ କହିଥିଲା । ମାତ୍ର ସେଥିରେ କ’ଣ ଲେଖା ଯାଇଥିଲା ପଢ଼ିବା ପାଇଁ ପୋଲିସ ଦେଇ ନ ଥିଲା । ଏଣୁ ଏହା ସୁଇସାଇଡାଲ ନୋଟ କି କ’ଣ ତାହା ଜଣାପଡିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ।...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri