ପୁନରୁଦ୍ଧାର ଅପେକ୍ଷାରେ ଗୋବରୀ ନଦୀ

ପଟ୍ଟାମୁଣ୍ଡାଇ, ୨୪।୫ (କଳ୍ପତରୁ ନାୟକ):ଦିନ ଥିଲା ଗୋବରୀ ନଦୀ ପାଇଁ ୯ ପଞ୍ଚାୟତ ଶସ୍ୟ ଶ୍ୟାମଳା ହେଉଥିଲା। ପାଶର୍‌ବବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା। ଏଥିଯୋଗୁ ଲୋକେ ନିଜର ଗୁଜୁରାଣ ମେଣ୍ଟାଇବାକୁ ସକ୍ଷମ ହେଉଥିଲେ। ହେଲେ ସମୟ ବଦଳିବା ସାଙ୍ଗକୁ ନଦୀର ନକ୍ସା ବି ବଦଳି ଯାଇଛି। ପଟ୍ଟାମୁଣ୍ଡାଇ ବ୍ଲକର ୫ ପଞ୍ଚାୟତ ଓ ପୌରାଞ୍ଚଳ ଦେଇ ଯାଇଥିବା ଏହି ନଦୀ ଏବେ ବିଭିନ୍ନସ୍ଥାନରେ ପୋତି ହୋଇପଡ଼ିଥିବା ବେଳେ ଦଳ ଓ ଘାସରେ ପରିପୂର୍ଣ୍ଣ। ପୁନରୁଦ୍ଧାର ଦିଗରେ କୌଣସି ପଦକ୍ଷେପ ନିଆଯାଉ ନ ଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଦେଇ ପ୍ରବାହିତ ହେଉଥିବା ଗୋବରୀ ନଦୀ କ୍ରମଶଃ ପୋତି ହୋଇପଡିଛି। ଏହି ନଦୀ ୬୦ ଦଶନ୍ଧି ପୂର୍ବରୁ ଚିରସ୍ରୋତା ବ୍ରାହ୍ମଣୀ ନଦୀରୁ ବାହାରି ପ୍ରାୟ ୩୦ କିମି ଅତିକ୍ରମ କଲା ପରେ ବଙ୍ଗୋପସାଗରରେ ମିଶିଛି। ଏହି ନଦୀ ଚିରସ୍ରୋତା ସହ ନୌକା ଚଳାଚଳ ପରିବହନ ପାଇଁ ଉଦ୍ଦିଷ୍ଟ ଥିଲା। ମାତ୍ର ୧୮୬୦ ମସିହାରେ କଟକ-ଚାନ୍ଦବାଲି ରାସ୍ତା ତିଆରି ହେବା ସମୟରେ ପଟ୍ଟାମୁଣ୍ଡାଇଠାରେ ବ୍ରାହ୍ମଣୀ ଗୋବରୀ ନଦୀର ସଂଯୋଗ ପଥକୁ ବନ୍ଦ କରି ଦିଆଯାଇଥିଲା। ତେବେ ପଟ୍ଟାମୁଣ୍ଡାଇଠାରୁ ଗଣ୍ଡାକିଆ ପର୍ଯ୍ୟନ୍ତ ପ୍ରାୟ ୧୬ କିମି ବ୍ୟାପୀ ଗୋବରୀ ନଦୀ କ୍ରମଶଃ ପୋତି ହୋଇପଡ଼ିଥିବାରୁ ଜବରଦଖଲକାରୀଙ୍କ କବ୍‌ଜାକୁ ଚାଲିଯାଇଛି। ଫଳରେ ଗୋବରୀ ନଦୀ ଉପରେ ନିର୍ଭର କରୁଥିବା ଉଭୟପାର୍ଶ୍ୱର ହଜାର ହଜାର ଏକର ଉର୍ବର ଚାଷଜମି ପାଣି ବିନା ପଡିଆ ପଡୁଛି। ଏଥିଯୋଗୁ ଲୋକମାନଙ୍କର ଅର୍ଥନୈତିକ ଓ ସାମାଜିକ ବିକାଶ ହୋଇପାରୁନାହିଁ। ଏହାର ପାଶର୍‌ବବର୍ତ୍ତୀ ଅଞ୍ଚଳର ଜନସାଧାରଣଙ୍କ ସଚେତନତା ଅଭାବ ସାଙ୍ଗକୁ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଆନ୍ତରିକତା ନ ଥିବାରୁ ଗୋବରୀ ନଦୀ ଆଜି ନିଜର ପରିଚୟ ହରାଇଛି। କେନ୍ଦ୍ରାପଡ଼ା ଓ ପଟ୍ଟାମୁଣ୍ଡାଇ ବ୍ଲକର ୯ଟି ପଞ୍ଚାୟତ ଅଧିବାସୀମାନେ ନଦୀ ପାଇଁ ବିଶେଷ ଉପକୃତ ହେଉଥିଲେ। ବିଭିନ୍ନ ପନିପରିବା ଚାଷ ସହ ରବି ଧାନ କରିବାକୁ ଚାଷୀମାନେ ସକ୍ଷମ ହେଉଥିଲେ। ପାଶର୍‌ବବର୍ତ୍ତୀ ଅଞ୍ଚଳ ଏହି ନଦୀ ପାଇଁ ସବୁଜିମାରେ ହସିଉଠୁଥିଲା। ସମୟାନୁକ୍ରମେ ନଦୀ ଉଭୟପାଶର୍‌ବରୁ ପୋତି ହେବା ଆରମ୍ଭ ହୋଇଥିଲା। ଫଳରେ ନଦୀର ଗଭୀରତା ମଧ୍ୟ କମି ଯାଇଥିଲା। କିଛି ସ୍ଥାନରେ ଅଧାରୁ ଅଧିକ ପୋତି ହୋଇପଡ଼ିଛି। ଏହାର ପୁନରୁଦ୍ଧାର ଦିଗରେ କୌଣସି ଆଖିଦୃଶିଆ ପଦକ୍ଷେପ ନିଆଯାଇନାହିଁ। କିଛିବର୍ଷ ପୂର୍ବେ କେନ୍ଦ୍ରାପଡ଼ା ଡ୍ରେନେଜ ବିଭାଗ ଦୁଇ ଦୁଇ ଥର ନଦୀ ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡି ନଦୀକୁ କେତେକ ସ୍ଥାନରେ ଖୋଳା ଯାଇଥିଲା। ମାତ୍ର କାର୍ଯ୍ୟ ସନ୍ତୋଷଜନକ ହୋଇ ନ ଥିବାରୁ ନଦୀ ପୂର୍ବ ଅବସ୍ଥାରେ ଅର୍ଥାତ୍‌ ପୋତି ହୋଇପଡ଼ିଛି। ବିଭିନ୍ନ ଚାଷୀ ସଙ୍ଗଠନ ପକ୍ଷରୁ ନଦୀର ପୁନରୁଦ୍ଧାର ପାଇଁ ଦାବି ହୋଇଥିଲେ ମଧ୍ୟ ତାହା ପୂରଣ ହୋଇ ପାରିନାହିଁ। ଏ ସମ୍ପର୍କରେ ଡ୍ରେନେଜ ବିଭାଗ ଯନ୍ତ୍ରୀ ନୀହାର ରାଉତରାୟଙ୍କୁ ପଚାରିବାରୁ ଉକ୍ତ ନଦୀର ପୁନରୁଦ୍ଧାର ପାଇଁ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିକଟକୁ ପ୍ରସ୍ତାବ ପଠାଯାଇଛି। ଅନୁମୋଦନ ମିଳିଲେ କାର୍ଯ୍ୟ ଆରମ୍ଭ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯେତେ ମୁଣ୍ଡ ଯାଉଛି ଯାଉ କମ୍ପାନୀ ହାତରେ କୁଟ୍ରୁ ମାଳି ଟେକି ଦେବୁ ନାହିଁ’

ଥୁଆମୂଳ ରାମପୁର,୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ କେରପାଇ ପଞ୍ଚାୟତ କୁଟ୍ରୁ ମାଳି ପାହାଡ଼ରେ ରବିବାର ଏକ ସଂଗ୍ରାମୀ ସଭା ଅନୁଷ୍ଠିତ...

ଭଡାଘରୁ ମିଳିଲା ବରିଷ୍ଠ କିରାଣୀଙ୍କ ମୃତଦେହ

ରେଢାଖୋଲ,୧୬ା୬(ଅଚ୍ୟୁତାନନ୍ଦ ପୁରୋହିତ): ସମ୍ବଲପୁର ଜିଲା ନାକଟୀଦେଉଳ ତହସିଲ ଅଫିସର ବରିଷ୍ଠ କିରାଣୀ କ୍ଷିରୋଦ କୁମାର ବଳ(୫୦)ଙ୍କ ମୃତଦେହ ରେଢାଖୋଲ ଏନଏସି ୱାର୍ଡ ନଂ ୮ ଗଣେଷନଗରସ୍ଥିତ...

କାର୍‌-ବାଇକ୍‌ ମୁହାଁମୁହିଁ ଧକ୍କା, ଚାଲିଗଲା ୨ ସାଙ୍ଗଙ୍କ ଜୀବନ

ଖଲ୍ଲିକୋଟ,୧୬।୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅଧୀନ ନିର୍ମଳଝରଠାରେ ଏକ କାର୍‌-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବାଇକ୍‌ ଆରୋହୀ ୨...

ମେଳାରେ ବୃଦ୍ଧଙ୍କୁ ମରଣାନ୍ତକ ଆକ୍ରମଣ

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡ଼ା ପଞ୍ଚାୟତ ଜକମେରୀପଲ୍ଲୀ ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗ୍ରାମର ନରସିଂହ ବେହେରା ନାମକ ଜଣେ...

ରଜରେ ମିଳିଲାନି ଦରମା, କର୍ମଚାରୀ ଅସନ୍ତୋଷ

କେନ୍ଦୁଝର,୧୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌରପାଳିକାରେ ବିଭିନ୍ନ ପାର୍କମାନଙ୍କରେ ନିଯୁକ୍ତି ପାଇଥିବା ସିକ୍ୟୁରିଟି ଗାର୍ଡ ଏବଂ ସୁଇପରମାନଙ୍କୁ ଗତମାସର ଦରମା ଅଦ୍ୟାବଧି ମିଳି ନାହିଁ ।ଫଳରେ...

ମମିତା ମେହେର ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଦାବି

କଣ୍ଟାବାଞ୍ଜି,୧୬ା୬: ପୁଣି ଥରେ ମମିତା ମେହେର ହତ୍ୟାକାଣ୍ଡ ଘଟଣାର ତଦନ୍ତ ପାଇଁ ଦାବି ହୋଇଛି। ମମିତାଙ୍କ ପରିବାରକୁ ରବିବାର ଭେଟିଛନ୍ତି ନବ ନିର୍ବାଚିତ ବିଧାୟକ ଲକ୍ଷ୍ମଣ...

ଜଳିଗଲା ୪ବଖରା ଘର

କେନ୍ଦ୍ରାପଡ଼ା,୧୬।୬: କେନ୍ଦ୍ରାପଡ଼ା ଜିଲା ଆଳି ଥାନା ବଡ଼ମାନୁପୁର ଗାଁରେ ରବିବାର କ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୪ ବଖରା ଚାଳଛପର ଘର ପୋଡି ସମ୍ପୂର୍ଣ୍ଣ ନଷ୍ଟ...

ବାର୍‌ହା ଶିକାରୀ ଗିରଫ

ଭୁବନ,୧୬ା୬(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବନ ବିଭାଗ ପକ୍ଷରୁ ରବିବାର ଚଢ଼ାଉ କରାଯାଇ ବାର୍‌ହା ମୃତଦେହ ଜବତ କରାଯିବା ସହିତ ଅଭିଯୁକ୍ତଙ୍କୁ ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri