ଗୋଶାଳା, ମାଛ ମାର୍କେଟ ପ୍ରସ୍ତାବରେ ମୋହର

ଢେଙ୍କାନାଳ ଅଫିସ,୨୨।୪: ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ବିଧାୟକ ସୁଧୀର କୁମାର ସାମଲ ଯୋଗଦେଇ ଦଳମତ ନିର୍ବିଶେଷରେ ସହରର ବିକାଶ ଓ ସମସ୍ୟାର ସମାଧାନ ପାଇଁ ସମସ୍ତେ ଏକାଠି ହୋଇ କାର୍ଯ୍ୟ କରିବାକୁ ଆହ୍ବାନ ଦେଇଥିଲେ। ବୈଠକରେ ପୌରାଞ୍ଚଳରେ ପ୍ରସ୍ତାବିତ ଅତ୍ୟାଧୁନିକ ମାଛ ମାର୍କେଟ ଓ ନୂତନ ଗୋଶାଳା ନିର୍ମାଣ ପ୍ରସ୍ତାବରେ ମୋହର ବାଜିଛି। ସେହିପରି ଷ୍ଟେଶନ ରୋଡ୍‌ ଅଞ୍ଚଳରେ ଥିବା ପୁରାତନ ଅଳସୁଆ ହାଟକୁ ଡେଲି ମାର୍କେଟରେ ପରିଣତ କରିବା ପାଇଁ ନିଷ୍ପତ୍ତି ହୋଇଛି। ଏଥିସହ ପୌର କାର୍ଯ୍ୟାଳୟରେ ୧୦ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି କାର୍ଯ୍ୟରତ କର୍ମଚାରୀଙ୍କୁ ସ୍ଥାୟୀ କରିବା ଦିଗରେ ପଦକ୍ଷେପ ନେବାକୁ ଆଲୋଚନା ହୋଇଛି।
ଗ୍ରୀଷ୍ମପ୍ରବାହ ସମୟରେ ପାନୀୟ ଜଳ ଯୋଗାଣ ସୁନିଶ୍ଚିତ କରିବା, ଅଚଳ ନଳକୂପ ମରାମତି, ସହରାଞ୍ଚଳର ଡ୍ରେନ୍‌ ସଫେଇ ଏବଂ ଆବଶ୍ୟକସ୍ଥଳେ ଏହାର ମରାମତି କରିବା, ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ, ତାର ବ୍ୟବସ୍ଥିତ କରିବା ଲାଗି ବିଭାଗୀୟ ଅଧିକାରୀଙ୍କୁ କଡ଼ା ତାଗିଦା କରାଯାଇଛି। ମୁକ୍ତା ଯୋଜନାରେ ହୋଇଥିବା କାର୍ଯ୍ୟର ସମୀକ୍ଷା କରିବା ଓ ପ୍ରକଳ୍ପଗୁଡ଼ିକୁ ଶୀଘ୍ର କାର୍ଯ୍ୟକ୍ଷମ କରିବା ଉପରେ ଗୁରୁତ୍ୱାରୋପ କରାଯାଇଛି। ପୌର ଉପାଧ୍ୟକ୍ଷ ପ୍ରକାଶ ଚନ୍ଦ୍ର କୁଅଁର ସହରବାସୀଙ୍କ ପାଇଁ ଉଦ୍ଦିଷ୍ଟ ଯୋଜନାଗୁଡ଼ିକୁ କାର୍ଯ୍ୟକ୍ଷମ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି ଅବସରରେ ବୈଠକରେ ପୌର ପରିଷଦ ବଜେଟ୍‌ ଗୃହୀତ ହୋଇ ଅନୁମୋଦନ କରାଯାଇଥିଲା।
ନିର୍ବାହୀ ଅଧିକାରୀ ତରୁଣ କୁମାର ମହାପାତ୍ର ପୂର୍ବ ବୈଠକର ବିବରଣୀ ଉପସ୍ଥାପନ କରିଥିଲେ। ପୌରଯନ୍ତ୍ରୀ ରଶ୍ମିତା ମିଶ୍ର ପୌରାଞ୍ଚଳରେ ନିର୍ମାଣ ଚାଲିଥିବା ପ୍ରକଳ୍ପ ସମ୍ପର୍କରେ ସୂଚନା ଦେଇଥିଲେ। ଏମ୍‌ପିଙ୍କ ପ୍ରତିନିଧି ରୁଦ୍ରାନ୍ତ ଦଳେଇଙ୍କ ସମେତ ସମସ୍ତ କାଉନ୍‌ସିଲର, ଜନସ୍ବାସ୍ଥ୍ୟ ବିଭାଗ, ବିଦ୍ୟୁତ୍‌ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri