ଗୋଶାଳା, ମାଛ ମାର୍କେଟ ପ୍ରସ୍ତାବରେ ମୋହର

ଢେଙ୍କାନାଳ ଅଫିସ,୨୨।୪: ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ବିଧାୟକ ସୁଧୀର କୁମାର ସାମଲ ଯୋଗଦେଇ ଦଳମତ ନିର୍ବିଶେଷରେ ସହରର ବିକାଶ ଓ ସମସ୍ୟାର ସମାଧାନ ପାଇଁ ସମସ୍ତେ ଏକାଠି ହୋଇ କାର୍ଯ୍ୟ କରିବାକୁ ଆହ୍ବାନ ଦେଇଥିଲେ। ବୈଠକରେ ପୌରାଞ୍ଚଳରେ ପ୍ରସ୍ତାବିତ ଅତ୍ୟାଧୁନିକ ମାଛ ମାର୍କେଟ ଓ ନୂତନ ଗୋଶାଳା ନିର୍ମାଣ ପ୍ରସ୍ତାବରେ ମୋହର ବାଜିଛି। ସେହିପରି ଷ୍ଟେଶନ ରୋଡ୍‌ ଅଞ୍ଚଳରେ ଥିବା ପୁରାତନ ଅଳସୁଆ ହାଟକୁ ଡେଲି ମାର୍କେଟରେ ପରିଣତ କରିବା ପାଇଁ ନିଷ୍ପତ୍ତି ହୋଇଛି। ଏଥିସହ ପୌର କାର୍ଯ୍ୟାଳୟରେ ୧୦ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି କାର୍ଯ୍ୟରତ କର୍ମଚାରୀଙ୍କୁ ସ୍ଥାୟୀ କରିବା ଦିଗରେ ପଦକ୍ଷେପ ନେବାକୁ ଆଲୋଚନା ହୋଇଛି।
ଗ୍ରୀଷ୍ମପ୍ରବାହ ସମୟରେ ପାନୀୟ ଜଳ ଯୋଗାଣ ସୁନିଶ୍ଚିତ କରିବା, ଅଚଳ ନଳକୂପ ମରାମତି, ସହରାଞ୍ଚଳର ଡ୍ରେନ୍‌ ସଫେଇ ଏବଂ ଆବଶ୍ୟକସ୍ଥଳେ ଏହାର ମରାମତି କରିବା, ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ, ତାର ବ୍ୟବସ୍ଥିତ କରିବା ଲାଗି ବିଭାଗୀୟ ଅଧିକାରୀଙ୍କୁ କଡ଼ା ତାଗିଦା କରାଯାଇଛି। ମୁକ୍ତା ଯୋଜନାରେ ହୋଇଥିବା କାର୍ଯ୍ୟର ସମୀକ୍ଷା କରିବା ଓ ପ୍ରକଳ୍ପଗୁଡ଼ିକୁ ଶୀଘ୍ର କାର୍ଯ୍ୟକ୍ଷମ କରିବା ଉପରେ ଗୁରୁତ୍ୱାରୋପ କରାଯାଇଛି। ପୌର ଉପାଧ୍ୟକ୍ଷ ପ୍ରକାଶ ଚନ୍ଦ୍ର କୁଅଁର ସହରବାସୀଙ୍କ ପାଇଁ ଉଦ୍ଦିଷ୍ଟ ଯୋଜନାଗୁଡ଼ିକୁ କାର୍ଯ୍ୟକ୍ଷମ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି ଅବସରରେ ବୈଠକରେ ପୌର ପରିଷଦ ବଜେଟ୍‌ ଗୃହୀତ ହୋଇ ଅନୁମୋଦନ କରାଯାଇଥିଲା।
ନିର୍ବାହୀ ଅଧିକାରୀ ତରୁଣ କୁମାର ମହାପାତ୍ର ପୂର୍ବ ବୈଠକର ବିବରଣୀ ଉପସ୍ଥାପନ କରିଥିଲେ। ପୌରଯନ୍ତ୍ରୀ ରଶ୍ମିତା ମିଶ୍ର ପୌରାଞ୍ଚଳରେ ନିର୍ମାଣ ଚାଲିଥିବା ପ୍ରକଳ୍ପ ସମ୍ପର୍କରେ ସୂଚନା ଦେଇଥିଲେ। ଏମ୍‌ପିଙ୍କ ପ୍ରତିନିଧି ରୁଦ୍ରାନ୍ତ ଦଳେଇଙ୍କ ସମେତ ସମସ୍ତ କାଉନ୍‌ସିଲର, ଜନସ୍ବାସ୍ଥ୍ୟ ବିଭାଗ, ବିଦ୍ୟୁତ୍‌ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏନେଇ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍‌ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ...

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri