ପାନୀୟ ଜଳରୁ ବଞ୍ଚିତ ଗୋଛାବାଡ଼ି ଗ୍ରାମବାସୀ

ଜଗନ୍ନାଥପ୍ରସାଦ,୯ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଝାଡ଼ଭୂମି ଗ୍ରାମ ପଞ୍ଚାୟତର ଗୋଛାବାଡି ଗ୍ରାମରେ ଦୀର୍ଘ ଦିନ ଧରି ପାନୀୟ ଜଳ ଯୋଗାଣ ବନ୍ଦ ରହିଛି। ଏ ନେଇ ଗ୍ରାମବାସୀ ଶୁକ୍ରବାର ସକାଳେ ୨୧ନମ୍ବର ରାଜ୍ୟ ରାଜପଥକୁ ଅବରୋଧ କରିବା ସହ ପ୍ରଶାସନ ବିରୋଧରେ ସ୍ଲୋଗାନ ଦେଇଥିଲେ। ଗ୍ରାମବାସୀ ଜଳଯୋଗାଣ ପାଇଁ ସ୍ଥାନୀୟ ପ୍ରଶାସନ, ଉପଜିଲାପାଳ ଭଞ୍ଜନଗର ଠାରୁ ଆରମ୍ଭ କରି ଗଞ୍ଜାମ ଜିଲାପାଳଙ୍କୁ ବହୁବାର ଗୁହାରିକରି କରି ଥକିଗଲେଣି, କିନ୍ତୁ ଏହାର ସମାଧାନ ହୋଇପାରୁନାହିଁ। ଶେଷରେ ୫-ଟି ସଚିବ ଭିକେ ପାଣ୍ଡିଆନଙ୍କୁ ମଧ୍ୟ ଗ୍ରାମର ପାନୀୟ ଜଳ ସମସ୍ୟା କଥା ଲିଖିତ ଦେଇଥିଲେ, କିନ୍ତୁ ଫଳ ଶୂନ। ଏଣୁ ଗ୍ରାମର ଶତାଧିକ ମହିଳା ଗୋଛାବାଡି ଛକ ଠାରେ ରାସ୍ତାରୋକ କରିଥିଲେ। କାଠ ଗଣ୍ଡି, ପିଚୁ ଡ୍ରମ ଓ ଦଉଡି ବାନ୍ଧି ମହିଳା ଓ ପୁରୁଷ ରାସ୍ତା ଉପରେ ବସିରହିବା ଯୋଗୁଁ ଭଞ୍ଜନଗର ଭୁବନେଶ୍ୱର ରାସ୍ତାରେ ଗାଡିଚଳାଚଳ ସମ୍ପୂର୍ଣ୍ଣ ଭାବେ ଠପ ହୋଇଥିଲା। ରାସ୍ତାର ଦୁଇ ପାର୍ଶ୍ୱରେ ଶହଶହ ଗାଡି ଅଟକି ରହିଥିଲା। ପରିସ୍ଥିତିକୁ ଦୃଷ୍ଟିରେ ରଖି ବିଡ଼ିଓ ଅନୁପ ପଣ୍ଡା, ପୋଲିସ ଏସଡିପିଓ ବିଶ୍ୱାମିତ୍ର ହରିପଲ, ଏସଆଇ ପ୍ରଭାତ କୁମାର ସୁବୁଦ୍ଧି, ଅତିରିକ୍ତ ତହସିଲଦାର ବାରିଆଲ ମୁର୍ମୁ ପହଞ୍ଚତ୍ ଉପଜିଲାପାଳ ସହ ଫୋନରେ ଯୋଗାଯୋଗ ପରେ ତୁରନ୍ତ ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଦେବା ପରେ ଲୋକେ ରାସ୍ତାରୁ ଓହରିଥିଲେ। ୧୫ତାରିଖ ସୁଦ୍ଧା ଏହା କାର୍ଯ୍ୟକାରୀ ନହେଲେ ଲୋକେ ପୁଣି ରାସ୍ତାରୋକ କରିବେ
ବୋଲି ପ୍ରଶାସନଙ୍କୁ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମ ନବମୀ ପାଇଁ ଚଳଚଞ୍ଚଳ ଦିଗପହଣ୍ଡି: ଯୋଗଦେଲେ ଡ.ସିଦ୍ଧାନ୍ତ ମହାପାତ୍ର, ବିଶ୍ବହିନ୍ଦୁ ପରିଷଦ….

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର): ଆଜି ପବିତ୍ର ଶ୍ରୀରାମ ନବମୀ। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଚଳଚଞ୍ଚଳ ହୋଇ ଉଠିଛି। ତେବେ ଗୁରୁବାର ସାରେ ଶ୍ରୀରାମ ନବମୀ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

ବଚସା ହେଲା କାଳ…ସ୍ତ୍ରୀକୁ ସିଲିଣ୍ଡର ଛେଚି ହତ୍ୟା କଲେ ସ୍ବାମୀ

ଚଣ୍ଡିଗଡ଼,୨୭।୩: ହରିୟାଣାର ଗୁରୁଗ୍ରାମ ଜିଲାରୁ ଏକ ହୃଦୟ ବିଦାରକ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁସାରେ, ଗୁରୁଗ୍ରାମର ଚୌମା ଗାଁରେ, ଗୁଞ୍ଜନ ନାମକ ଜଣେ ୨୨ ବର୍ଷୀୟା…

ଭାରତ୍ତୋଳନରେ ଦୀପାରାଣୀଙ୍କୁ ରୌପ୍ୟ

ଚିକିଟି, ୨୭ା୩ (ପ୍ରକାଶ ଚନ୍ଦ୍ର ସାହୁ ): ଛତିଶଗଡ ରାଇପୁର ସ୍ଥିତ ପଣ୍ଡିତ ରବି ଶଙ୍କର ବିଶ୍ୱ ବିଦ୍ୟାଳୟର ଖେଳ ପଡ଼ିଆ ପରିସରରେ ଗୁରୁବାର ଜାତୀୟସ୍ତରୀୟ ଉଦ୍‌ଘାଟିତ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ ମହାରାଷ୍ଟ୍ରର ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ଜଳାଶୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri