ହଳବେଳେ ଜମିରୁ ବାହାରିଲେ ଭଗବାନ…

କଣାସ,୧୫।୭(ସ୍ବ.ପ୍ର.)-କଣାସ ବ୍ଲକ ଅନ୍ତର୍ଗତ ସାହୁପଡା ପଞ୍ଚାୟତର ଟଣମଣ ଗ୍ରାମରେ ବୁଧବାର ଜଣେ ଚାଷୀ ଜମିରେ ହଳ କରୁଥିବା ସମୟରେ ଏକ ଶିବ ଲିଙ୍ଗ ବାହାରିଥିବା ଜଣାପଡିଛି। ସୂଚନାମୁତାବକ, ଉକ୍ତ ଗ୍ରାମର କାଳୁଚରଣ ପରିଡ଼ା ବୁଧବାର ମଧ୍ୟାହ୍ନ ସମୟରେ ନିଜ ଚାଷ ଜମିରେ ହଳ କରୁଥିଲେ। ଏହି ସମୟରେ ହଠାତ୍‌ ଲଙ୍ଗଳରେ କୌଣସି କଠିନ ପଦାର୍ଥ ବାଜିଥିଲା। କାଳୁଚରଣ ହଳକୁ ରଖି ଉକ୍ତ ସ୍ଥାନକୁ ଖୋଳିବାରୁ ଏକ ଶିବ ଲିଙ୍ଗ ବାହାରିଥିଲା। ଏହି କଥା ସେ ସ୍ଥାନୀୟ ଲୋକ ଓ ଗ୍ରାମବାସୀଙ୍କୁ ଜଣାଇଥିଲେ। ଏହି ଖବର ଗ୍ରାମରେ ପ୍ରଚାର ହେବା ମାତ୍ରେ ଆଖପାଖ ଗ୍ରାମର ଶତାଧିକରୁ ଊର୍ଦ୍ଧ୍ୱ ବ୍ୟକ୍ତି ଶିବଲିଙ୍ଗଙ୍କୁ ଦେଖିବା ପାଇଁ ଭିଡ଼ ଜମାଇ ଥିଲେ। ଏହାସହ ଅନ୍ୟ କେତେଜଣ ଲୋକ ଶିବଲିଙ୍ଗକୁ ସଫା କରି କପଡ଼ା ଲଗାଇ ପୂଜାର୍ଚ୍ଚନା କରୁଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri