Posted inଜାତୀୟ

ଈଶ୍ୱରକୃତ ନା ଜାଲିଆତି

ଅହମଦାବାଦ, ୧ା୧୧: ଗୁଜରାଟର ମୋର୍‌ବିସ୍ଥିତ ମାଛୁ ନଦୀରେ ରବିବାର ଝୁଲାପୋଲ ଭାଙ୍ଗିବା ଘଟଣାରେ ବିରୋଧୀ ରାଜ୍ୟରେ ଥିବା ଭାଜପା ସରକାର ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ବରିଷ୍ଠ କଂଗ୍ରେସ ନେତା ଦିଗ୍‌ବିଜୟ ସିଂ ପୋଲ ଭୁଶୁଡ଼ିବା ଉପରେ ପ୍ରଶ୍ନ ଉଠାଇଛନ୍ତି। ଏହା ବାସ୍ତବରେ ଈଶ୍ୱରକୃତ ନା ଜାଲିଆତିର ପରିଣାମ ବୋଲି ସେ ପଚାରିଛନ୍ତି। ୨୦୧୬ରେ ପଶ୍ଚିମବଙ୍ଗରେ ବିବେକାନନ୍ଦ ରୋଡ୍‌ ଫ୍ଲାଏଓଭର ଭାଙ୍ଗିବା ଯୋଗୁ ଅନେକଙ୍କ ମୃତ୍ୟୁ ଘଟିଥିଲା। ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ରାଲିରେ ମମତା ବାନାର୍ଜୀଙ୍କ ସରକାରକୁ ସମାଲୋଚନା କରିଥିଲେ। ଅନୁରୂପ ଘଟଣା ଗୁଜରାଟରେ ଘଟିଥିବାବେଳେ ଏଥିପାଇଁ କିଏ ଦାୟୀ ବୋଲି ଦିଗ୍‌ବିଜୟ ପ୍ରଶ୍ନ କରିଛନ୍ତି। ଗୁଜରାଟରେ ୨୭ ବର୍ଷ ହେଲା ଭାଜପା କ୍ଷମତାରେ ରହିଛି। ଚଳିତ ବର୍ଷ ଜୁଲାଇରେ କୁଚ୍‌ ଜିଲାରେ ନର୍ମଦା କେନାଲ ଖୋଳାଯାଇଥିବବେଳେ ପରୀକ୍ଷଣର ପ୍ରଥମ ଦିନରେ ହିଁ ତାହା ଭାଙ୍ଗିଯାଇଥିଲା। ସେହିପରି ଭୁଜରେ ୮/୯ ବର୍ଷ ସମୟ ଲାଗି ନିର୍ମାଣ ହୋଇଥିବା ଏକ ଓଭରବ୍ରିଜ୍‌ର ମାତ୍ର ବର୍ଷକରେ ମରାମତି ଆବଶ୍ୟକ କଲାଣି ବୋଲି ଦିଗ୍‌ବିଜୟ କହିଥିଲେ। ତେଣୁ ସଦ୍ୟ ଘଟଣାରେ ସବୁଦିଗରୁ ତଦନ୍ତ କରାଯିବାକୁ ସେ ଦାବି କରିଛନ୍ତି।
କଂଗ୍ରେସ ନେତା ରଣଦୀପ ସୂର୍ଯ୍ୟଓ୍ବୋଲା କହିଛନ୍ତି, ବିନା ଫିଟ୍‌ନେସ ସାର୍ଟିଫିକେଟରେ ଉକ୍ତ ବ୍ରିଜ୍‌ ଖୋଲାଯାଯାଇଥିଲା। ଭାଜପା ସରକାର କିପରି ତାହାକୁ ଖୋଲିବାକୁ ଅନୁମତି ଦେଇଥିଲେ। ଏହା ଏକ ଷଡ଼ଯନ୍ତ୍ର ନୁହେଁ କି ବୋଲି ସେ ପ୍ରଶ୍ନ କରିଛନ୍ତି। ନବନିର୍ବାଚିତ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ କହିଛନ୍ତି, ମାତ୍ର ୫ ଦିନ ତଳେ ଉକ୍ତ ବ୍ରିଜ୍‌ ଖୋଲାଯାଇଥିଲା। ରବିବାର ସେଠାକୁ ଏତେ ସଂଖ୍ୟାରେ ଲୋକଙ୍କୁ ପ୍ରବେଶ ପାଇଁ କାହିଁକି ଏବଂ କିଏ ଅନୁମତି ଦେଇଥିଲା ତାହା ତଦନ୍ତ ସାପେକ୍ଷ। ସୁପ୍ରିମକୋର୍ଟ କିମ୍ବା ହାଇକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ତତ୍ତ୍ୱାବଧାନରେ ଏହାର ଯାଞ୍ଚ ହେବା ଉଚିତ ବୋଲି ସେ କହିଛନ୍ତି। ଏହା ଏକ ଆପରାଧିକ ଅବହେଳା। ଦୋଷୀଙ୍କ ବିରୋଧରେ ତ୍ୱରିତ ଭିତ୍ତିରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବାକୁ ସେ ଦାବି କରିଛନ୍ତି। ଭାଜପା ସରକାରର ଏହା ଏକ ବଡ଼ ଅବହେଳା ବୋଲି ସିବିଆଇ ଏମ୍‌ପି ବିନୟ ବିଶ୍ୱମ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri