Posted inଜାତୀୟ

‘ଭଗବାନ ଆମକୁ ଦ୍ୱିତୀୟ ଜୀବନ ଦେଲେ‘

କୋଲକାତା,୩ା୬: ଶୁକ୍ରବାର ରାତିରେ ଓଡ଼ିଶାର ବାଲେଶ୍ୱରରେ ଘଟିଥିବା ଏକ ଭୟଙ୍କର ଟ୍ରେନ ଦୁର୍ଘଟଣାରୁ ମୃତ୍ୟୁକୁ ସାମ୍ନା କରି ଗୋଟିଏ ପରିବାରର ମା’-ବାପା ଏବଂ ପୁଅ ଅଳ୍ପକେ ବଞ୍ଚି ଯାଇଛନ୍ତି। ଏହି ଦୁର୍ଘଟଣାରୁ ବର୍ତ୍ତି ସୁରକ୍ଷିତ ଭାବରେ ପଶ୍ଚିମବଙ୍ଗର ନିଜ ଘରକୁ ଫେରିଛନ୍ତି।

କରମଣ୍ଡଳ ଏକ୍ସପ୍ରେସ ଏବଂ ବେଙ୍ଗାଲୁରୁ-ହାଓ୍ବଡ଼ା ଏକ୍ସପ୍ରେସ୍‌ ଓଡ଼ିଶାର ବାହାନଗା ଷ୍ଟେଶନ ନିକଟରେ ଏକ ମାଲବାହୀ ଟ୍ରେନ୍‌ ସହିତ ଧକ୍କା ହେବା ପରେ ପଶ୍ଚିମବଙ୍ଗ ପୂର୍ବ ମେଦିନୀପୁର ମହିସାଦଳ ବାସିନ୍ଦା ସୁବ୍ରତ ପାଲ, ସ୍ତ୍ରୀ ଦେବଶ୍ରୀ ପାଲ ଏବଂ ସେମାନଙ୍କ ୧୦ ବର୍ଷର ପୁଅ ଟ୍ରେନ୍‌ରେ ଯାତ୍ରା କରୁଥିଲେ।
ଏହି ଦମ୍ପତି ତାଙ୍କ ପୁଅକୁ ଡାକ୍ତର ଦେଖାଇବା ପାଇଁ ଚେନ୍ନାଇ ନେଇ ନେଉଥିଲେ। ସୁବ୍ରତ କହିଛନ୍ତି, ଗତକାଲି ଆମେ ଖଡ଼ଗପୁର ଷ୍ଟେଶନରୁ ଚେନ୍ନାଇ ଅଭିମୁଖେ ଯାତ୍ରା କରିଥିଲୁ। ବାଲେଶ୍ୱର ଷ୍ଟେଶନ ପରେ ଟ୍ରେନ୍‌ ଏକ ଭୟଙ୍କର ସ୍ଥିତିର ସମ୍ମୁଖୀନ ହେଲା। ତା’ପରେ ଆମେ ଦେଖିଲୁ କମ୍ପାର୍ଟମେଣ୍ଟ ଧୂଆଁରେ ଭରିଯାଉଛି। ମୁଁ କାହାକୁ ଦେଖି ପାରିଲି ନାହିଁ। ସ୍ଥାନୀୟ ଲୋକମାନେ ମୋତେ ସାହାଯ୍ୟ କରିବାକୁ ଆସିଥିଲେ ଏବଂ ସେମାନେ ମୋତେ ଧ୍ୱଂସାବଶେଷରୁ ଟାଣି ନେଇଥିଲେ। ଏହା ଯେପରି ଭଗବାନ ଆମକୁ ଦ୍ୱିତୀୟ ଜୀବନ ଦେଇଛନ୍ତି ବୋଲି ସୁବ୍ରତ କହିଛନ୍ତି। ଏମାନେ ସାମାନ୍ୟ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?