Posted inଜାତୀୟ

ନିର୍ବାଚନ ପୂର୍ବରୁ ଜୀବନରୁ ମାରିଦେବାକୁ ଯୋଜନା, କେଜ୍‌ରିଓ୍ବାଲ କହିଲେ- ‘ଯେଉଁ ଦିନ ଲାଇଫଲାଇନ୍‌ ସରିଯିବ ସେଦିନ…’

ନୂଆଦିଲ୍ଲୀ,୧୫।୧: ଆମ ଆଦ୍‌ମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଆକ୍ରମଣ କରିବାକୁ ଏକ ଖଲିସ୍ତାନୀ ସମର୍ଥକଙ୍କ ଗୋଷ୍ଠୀ ଯୋଜନା କରୁଥିବା ନେଇ ଗୁଇନ୍ଦା ରିପୋର୍ଟ ହସ୍ତଗତ ହୋଇଛି। ଏହାକୁ ନେଇ କେଜ୍‌ରିଓ୍ବାଲ ବୁଧବାର ପ୍ରତିକ୍ରିୟା ଦେଇ ଭଗବାନ ତାଙ୍କୁ ବଞ୍ଚାଇବେ ବୋଲି କହିଛନ୍ତି। ଫେବୃଆରୀ ୫ରେ ହେବାକୁ ଥିବା ନିର୍ବାଚନ ଲାଗି ନୂଆଦିଲ୍ଲୀ ଆସନରୁ ନାମାଙ୍କନପତ୍ର ଦାଖଲ କରିବା ପରେ ଖବରଦାତାଙ୍କୁ ସମ୍ବୋଧିତ କରି କେଜ୍‌ରିଓ୍ବାଲ ଏଭଳି କହିଛନ୍ତି।

ଯାହାକୁ ଭଗବାନ ରଖିବେ ତାକୁ କେହି ମାରିପାରିବେ ନାହିଁ। ଭଗବାନ ମୋ ସହ ଅଛନ୍ତି। ଯେପର୍ଯ୍ୟନ୍ତ ଲାଇଫଲାଇନ୍‌(ଜୀବନରେଖା) ଅଛି, ସେ ଯାଏ ମୁଁ ବଞ୍ଚିବି। ଯେଉଁଦିନ ଲାଇଫଲାଇନ୍‌ ଶେଷ ହେବ, ଭଗବାନ ତାଙ୍କୁ ନେଇଯିବେ ବୋଲି କେଜରିଓ୍ବାଲ କହିଛନ୍ତି।

ଅପରପକ୍ଷେ ଦିଲ୍ଲୀ ପୋଲିସ କହିଛି, ଗୁଇନ୍ଦା ରିପୋର୍ଟରୁ ଜଣାପଡ଼ିଛି ଯେ ଦୁଇରୁ ତିନି ଜଣ ଆତଙ୍କବାଦୀଙ୍କ ଗୋଷ୍ଠୀ, ରାଜଧାନୀରେ ହେବାକୁ ଥିବା ଆଗାମୀ ବିଧାନସଭା ନିର୍ବାଚନ ସମୟରେ କେଜରିଓ୍ବାଲଙ୍କୁ ଟାର୍ଗେଟ କରିବା ଲାଗି ଦିଲ୍ଲୀ ଆସିପାରନ୍ତି। ଏହାକୁ ଦୃଷ୍ଟିରେ ରଖି ତାଙ୍କ ସୁରକ୍ଷାକୁ ବଢ଼ାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?