ଶୁଭାରମ୍ଭ ହେଲା ଗୋଦାବରୀଶ ମିଶ୍ର ଆଦର୍ଶ ଯୋଜନା, ଛତ୍ରପୁର….

ଛତ୍ରପୁର,୮ା୧(ଦିଲ୍ଲୀପ ସାମଲ): ଖୋର୍ଦ୍ଧା ଜିଲ୍ଲାର ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଜନ୍ମମାଟି ବାଣପୁରରୁ ୩୦ ଜିଲାରେ ପ୍ରଥମ ପର୍ଯ୍ୟାୟରେ ୧୧୮ ଗୋଟି ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେଥିମଧ୍ୟରୁ ଛତ୍ରପୁର ବ୍ଲକ୍ ଅନ୍ତର୍ଗତ ଅଗସ୍ତିନୂଆଗାଁ ଗ୍ରାମପଞ୍ଚାୟତର ନୋଳିଆନୂଆଗାଁ ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ନିମନ୍ତେ ଶିଳାନ୍ୟାସ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଯୋଗ ଦେଇ ଶିଶୁମାନଙ୍କର ଉଜ୍ଜଳ ଭବିଷ୍ୟତ, ଉତ୍ତମ ଶିକ୍ଷା ଓ ସଶକ୍ତ ଓଡ଼ିଶା ଗଢ଼ିବା ନେଇ ମତପୋଷଣ କରିଥିଲେ।

ଏଥିରେ ଜିଲ୍ଲା ଶିକ୍ଷାଧୂକାରୀ ଅଜୟ କୁମାର ପାତ୍ର, ବ୍ଳକ୍ ଶିକ୍ଷାଧୂକାରୀ ସୁଜିତ କୁମାର ପାଢ଼ୀ, ବରିଷ୍ଠ ବୈଷୟିକ ପରାମର୍ଶଦାତା ମନୋଜ କୁମାର ବେହେରା, ବୈଷୟିକ ପରାମର୍ଶଦାତା ଦିପ୍ତିମୟୀ ନାୟକ, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ଶିକ୍ଷୟିତ୍ରୀ, ଗ୍ରାମବାସୀ, ଛାତ୍ରଛାତ୍ରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଗଞ୍ଜାମ ଜିଲାର ଅନ୍ୟ ବିଦ୍ୟାଳୟ ମଧ୍ୟରେ ବେଲଗୁଣ୍ଠା, ବୁଗୁଡ଼ା, କବିସୁର୍ଯ୍ୟନଗର, ସାନଖେମୁଣ୍ଡି ଓ ସୋରଡ଼ା ବ୍ଲକର ଗୋଟାଏ ଗୋଟାଏ ବିଦ୍ୟାଳୟକୁ ପ୍ରଥମ ପର୍ଯ୍ୟାୟରେ ହାତକୁ ନିଆଯାଇଛି । ଆଗାମୀ ୪ ବର୍ଷରେ ରାଜ୍ୟରେ ମୋଟ ୨୨ଶହ ଆଦର୍ଶ ବିଦ୍ୟାଳୟ ସ୍ଥାପନ ହେବାକୁ ଥିବାବେଳେ ଏଥିପାଇଁ ୧୨ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri