ଖୁବ୍‌ ଶୀଘ୍ର କାର୍ଯ୍ୟକାରୀ ହେବ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’

ଭୁବନେଶ୍ୱର,୬।୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ପ୍ରାଥମିକ ଶିକ୍ଷାର ଉନ୍ନତିକରଣ ପାଇଁ ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରୁ ଜଣାଯାଇଛି ଯେ, ରାଜ୍ୟରେ ଖୁବ୍ ଶୀଘ୍ର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭ କରାଯିବ। ଏହି ଯୋଜନା ଅନୁଯାୟୀ ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରାଯିବ। ସମୁଦାୟ ୬,୭୯୪ଟି ବିଦ୍ୟାଳୟ ନିର୍ମାଣ କରାଯିବ।

ସତ୍ୟବାଦୀ ବନ ବିଦ୍ୟାଳୟରେ ଯେପରି ଏକ ଆଦର୍ଶ ଶିକ୍ଷା ପରିବେଶ ଥିଲା, ସେହିଭଳି ଏହି ବିଦ୍ୟାଳୟ ଗୁଡିକରେ ମଧ୍ୟ ପିଲାମାନଙ୍କ ପାଇଁ ଆଦର୍ଶ ଶିକ୍ଷା ପରିବେଶ ସୃଷ୍ଟି କରିବାକୁ ଲକ୍ଷ୍ୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିରେ ବିଶେଷ କରି ପିଲାମାନଙ୍କର ଭାଷା ଜ୍ଞାନ ଓ ମୌଳିକ ଗାଣିତିକ ଜ୍ଞାନ ଉପରେ ଗୁରୁତ୍ୱ ଆରୋପ କରାଯିବ। ଏହା ଦ୍ୱାରା ପିଲାମାନେ ଉଚ୍ଚତର ଶ୍ରେଣୀରେ ସହଜରେ ଶିକ୍ଷା ଗ୍ରହଣ କରି ପାରିବେ। ଉନ୍ନତ ଭିତ୍ତିଭୂମି, ଗୁଣାତ୍ମକ ଶିକ୍ଷା ଓ ସାମଗ୍ରୀକ ବିକାଶ ଉପରେ ଗୁରୁତ୍ୱ ପ୍ରଦାନ କରାଯାଇ ପିଲାମାନଙ୍କର ମୌଳିକ ଜ୍ଞାନ ଓ ବୌଦ୍ଧିକ ବିକାଶକୁ ସୁଦୃଢ କରିବା ଦିଗରେ ପଦକ୍ଷେପ ନିଆଯିବ।

ଏହି ଯୋଜନାରେ ନୂଆ କ୍ଲାସ ରୁମ୍, ବାଳକ ଓ ବାଳିକାମାନଙ୍କ ପାଇଁ ପୃଥକ ଟଏଲଟର ବ୍ୟବସ୍ଥା, ପ୍ରାଚୀର ନିର୍ମାଣ, ସବୁଜ ପରିବେଶ, ଡିଜିଟାଲ ଲାଇବ୍ରେରୀ ଓ ଲାଙ୍ଗୁଏଜ୍ ଲ୍ୟାବ୍, ଖେଳ ପଡିଆ, ଡାଇନିଙ୍ଗ ହଲ୍, କମ୍ପ୍ୟୁଟର, ସ୍ମାର୍ଟ ବୋର୍ଡ ଆଦିର ବ୍ୟବସ୍ଥା କରାଯିବ। ଏହା ସହିତ କ୍ରୀଡା, ଶାରୀରିକ ବ୍ୟାୟମ ଏବଂ ସାମାଜିକ ଓ ସାଂସ୍କୃତିକ ଶିକ୍ଷା ଉପର ମଧ୍ୟ ଗୁରୁତ୍ୱ ଦିଆଯିବ।

ବୈଠକରେ ଐତିହ୍ୟ ବିଦ୍ୟାଳୟ ଗୁଡିକର ବିକାଶ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା। ଏହି ଯୋଜନାରେ ରାଜ୍ୟର ୧୦୦ ବର୍ଷରୁ ଉର୍ଦ୍ଧ୍ୱ ପୁରାତନ ବିଦ୍ୟାଳୟ କିମ୍ବା ସ୍ୱାଧୀନତା ପୂର୍ବ ସମୟର ପୁରାତନ ବିଦ୍ୟାଳୟ ଗୁଡିକର ବିକାଶ କରାଯାଇ ଏହାର ଐତିହ୍ୟ ଓ ଐତିହାସିକ ଗୌରବର ପୁନଃପ୍ରତିଷ୍ଠା କରିବା ପାଇଁ ପଦକ୍ଷେପ ନିଆଯିବ। ଏହି ଯୋଜନାରେ ସମୁଦାୟ ୪୫ଟି ଐତିହ୍ୟ ବିଦ୍ୟାଳୟର ବିକାଶ କରାଯିବ। ବିଦ୍ୟାଳୟରେ ଶିକ୍ଷକତା କରିଥିବା ବା ଶିକ୍ଷା ଗ୍ରହଣ କରିଥିବା ବିଶିଷ୍ଟ ବ୍ୟକ୍ତିମାନଙ୍କ ଅବଦାନକୁ ମଧ୍ୟ ସ୍ମରଣୀୟ କରାଯିବ।

ବୈଠକରେ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା ଏବଂ ଓଡିଶା ଆଦର୍ଶ ବିଦ୍ୟାଳୟର ଉନ୍ନତିକରଣ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା।

ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଶାଲିନୀ ପଣ୍ଡିତ, ଓଡିଶା ଆଦର୍ଶ ବିଦ୍ୟାଳୟର ପ୍ରକଳ୍ପ ନିର୍ଦ୍ଦେଶିକା ଯାମିନୀ ଷଡଙ୍ଗୀ, ଓସେପାର ପ୍ରକଳ୍ପ ନିର୍ଦ୍ଦେଶିକା ଅନନ୍ୟା ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri