ଖୁବ୍‌ ଶୀଘ୍ର କାର୍ଯ୍ୟକାରୀ ହେବ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’

ଭୁବନେଶ୍ୱର,୬।୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ପ୍ରାଥମିକ ଶିକ୍ଷାର ଉନ୍ନତିକରଣ ପାଇଁ ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରୁ ଜଣାଯାଇଛି ଯେ, ରାଜ୍ୟରେ ଖୁବ୍ ଶୀଘ୍ର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭ କରାଯିବ। ଏହି ଯୋଜନା ଅନୁଯାୟୀ ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରାଯିବ। ସମୁଦାୟ ୬,୭୯୪ଟି ବିଦ୍ୟାଳୟ ନିର୍ମାଣ କରାଯିବ।

ସତ୍ୟବାଦୀ ବନ ବିଦ୍ୟାଳୟରେ ଯେପରି ଏକ ଆଦର୍ଶ ଶିକ୍ଷା ପରିବେଶ ଥିଲା, ସେହିଭଳି ଏହି ବିଦ୍ୟାଳୟ ଗୁଡିକରେ ମଧ୍ୟ ପିଲାମାନଙ୍କ ପାଇଁ ଆଦର୍ଶ ଶିକ୍ଷା ପରିବେଶ ସୃଷ୍ଟି କରିବାକୁ ଲକ୍ଷ୍ୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିରେ ବିଶେଷ କରି ପିଲାମାନଙ୍କର ଭାଷା ଜ୍ଞାନ ଓ ମୌଳିକ ଗାଣିତିକ ଜ୍ଞାନ ଉପରେ ଗୁରୁତ୍ୱ ଆରୋପ କରାଯିବ। ଏହା ଦ୍ୱାରା ପିଲାମାନେ ଉଚ୍ଚତର ଶ୍ରେଣୀରେ ସହଜରେ ଶିକ୍ଷା ଗ୍ରହଣ କରି ପାରିବେ। ଉନ୍ନତ ଭିତ୍ତିଭୂମି, ଗୁଣାତ୍ମକ ଶିକ୍ଷା ଓ ସାମଗ୍ରୀକ ବିକାଶ ଉପରେ ଗୁରୁତ୍ୱ ପ୍ରଦାନ କରାଯାଇ ପିଲାମାନଙ୍କର ମୌଳିକ ଜ୍ଞାନ ଓ ବୌଦ୍ଧିକ ବିକାଶକୁ ସୁଦୃଢ କରିବା ଦିଗରେ ପଦକ୍ଷେପ ନିଆଯିବ।

ଏହି ଯୋଜନାରେ ନୂଆ କ୍ଲାସ ରୁମ୍, ବାଳକ ଓ ବାଳିକାମାନଙ୍କ ପାଇଁ ପୃଥକ ଟଏଲଟର ବ୍ୟବସ୍ଥା, ପ୍ରାଚୀର ନିର୍ମାଣ, ସବୁଜ ପରିବେଶ, ଡିଜିଟାଲ ଲାଇବ୍ରେରୀ ଓ ଲାଙ୍ଗୁଏଜ୍ ଲ୍ୟାବ୍, ଖେଳ ପଡିଆ, ଡାଇନିଙ୍ଗ ହଲ୍, କମ୍ପ୍ୟୁଟର, ସ୍ମାର୍ଟ ବୋର୍ଡ ଆଦିର ବ୍ୟବସ୍ଥା କରାଯିବ। ଏହା ସହିତ କ୍ରୀଡା, ଶାରୀରିକ ବ୍ୟାୟମ ଏବଂ ସାମାଜିକ ଓ ସାଂସ୍କୃତିକ ଶିକ୍ଷା ଉପର ମଧ୍ୟ ଗୁରୁତ୍ୱ ଦିଆଯିବ।

ବୈଠକରେ ଐତିହ୍ୟ ବିଦ୍ୟାଳୟ ଗୁଡିକର ବିକାଶ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା। ଏହି ଯୋଜନାରେ ରାଜ୍ୟର ୧୦୦ ବର୍ଷରୁ ଉର୍ଦ୍ଧ୍ୱ ପୁରାତନ ବିଦ୍ୟାଳୟ କିମ୍ବା ସ୍ୱାଧୀନତା ପୂର୍ବ ସମୟର ପୁରାତନ ବିଦ୍ୟାଳୟ ଗୁଡିକର ବିକାଶ କରାଯାଇ ଏହାର ଐତିହ୍ୟ ଓ ଐତିହାସିକ ଗୌରବର ପୁନଃପ୍ରତିଷ୍ଠା କରିବା ପାଇଁ ପଦକ୍ଷେପ ନିଆଯିବ। ଏହି ଯୋଜନାରେ ସମୁଦାୟ ୪୫ଟି ଐତିହ୍ୟ ବିଦ୍ୟାଳୟର ବିକାଶ କରାଯିବ। ବିଦ୍ୟାଳୟରେ ଶିକ୍ଷକତା କରିଥିବା ବା ଶିକ୍ଷା ଗ୍ରହଣ କରିଥିବା ବିଶିଷ୍ଟ ବ୍ୟକ୍ତିମାନଙ୍କ ଅବଦାନକୁ ମଧ୍ୟ ସ୍ମରଣୀୟ କରାଯିବ।

ବୈଠକରେ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା ଏବଂ ଓଡିଶା ଆଦର୍ଶ ବିଦ୍ୟାଳୟର ଉନ୍ନତିକରଣ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା।

ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଶାଲିନୀ ପଣ୍ଡିତ, ଓଡିଶା ଆଦର୍ଶ ବିଦ୍ୟାଳୟର ପ୍ରକଳ୍ପ ନିର୍ଦ୍ଦେଶିକା ଯାମିନୀ ଷଡଙ୍ଗୀ, ଓସେପାର ପ୍ରକଳ୍ପ ନିର୍ଦ୍ଦେଶିକା ଅନନ୍ୟା ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭାରେ କୋକେଇ ଶୋଭାଯାତ୍ରା:‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ପରିସର

ଭୁବନେଶ୍ୱର,୧୮।୩: ବିଧାନସଭାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖାଯାଇଛି। SCB ଟ୍ରାଜେଡିକୁ ଦେଇ ଗୃହରେ କମ୍ପିଛନ୍ତି ବିରୋଧୀ। ବିଧାନସଭାରେ ପ୍ରତିକାତ୍ମକ କୋକେଇ ଶୋଭାଯାତ୍ରା ବାହାର କରିଛନ୍ତି ବିରୋଧୀ…

ଏହି ୬ ସହରରେ ଆରମ୍ଭ ହେଲା ଇଣ୍ଡିଆ ପୋଷ୍ଟ’ର ୨୪ ଘଣ୍ଟିଆ ଗ୍ୟାରେଣ୍ଟେଡ୍‌ ଡେଲିଭରି ସେବା

ନୂଆଦିଲ୍ଲୀ ,୧୮ା୩:ଭାରତୀୟ ଡାକ ସେବା ପକ୍ଷରୁ ଦେଶର ୬ ସହରରେ ୨୪ ଘଣ୍ଟିଆ ନିଶ୍ଚିତ ଡେଲିଭରି(ସ୍ପିଡ୍‌ପୋଷ୍ଟ) ସେବା ଆରମ୍ଭ ହୋଇଛି। କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ…

ଘଟିବ କି କିଛି ଅଶୁଭ: ପୁଣି ନୀଳଚକ୍ର ଉପରେ ବସିଲା ଚିଲ

ପୁରୀ,୧୮ା୩(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ନୀଳଚକ୍ର ଉପରେ ମଙ୍ଗଳବାର ଅପରାହ୍ନରେ କିଛି ସମୟ ଧରି ଚିଲ ବସିଥିବା ଦେଖିବାକୁ ମିଳିଥିଲା। କିଛିଦିନ ହେବ ଲଗାତର ଏପରି ଘଟଣା ଦେଖିବାକୁ…

ରାତିରେ ଶୋଇଥିଲେ ସାଙ୍ଗ, ଛୁରି ଭୁସିଦେଲେ ଗଣ୍ଡ: ବିଶ୍ୱାସଘାତକତାର କରୁଣ ପରିଣତି

ଔପଦା, ୧୮।୩(ଧରିତ୍ରୀ ପଣ୍ଡା): ପୂର୍ବ ଶତ୍ରୁତାର ପ୍ରତିଶୋଧ ନେବାକୁ ଯାଇ ଜଣେ ବ୍ୟକ୍ତି ନିଜ ବନ୍ଧୁଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ଔପଦା…

ଡାକ୍ତରଖାନା ଆଗରେ ଜେଏମ୍‌ଏମ୍‌ର ଧାରଣା  

ମୋରଡ଼ା,୧୮ା୩(ସ୍ମାରକ ମାଜୀ):ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌) ତରଫରୁ ୨ ଦଫା ଦାବି ନେଇ ମଙ୍ଗଳବାରଠାରୁ…

ସ୍କୁଲ ଗଡାଣି ନିକଟରେ ଓଲଟିଲା ଅଟୋ

ନନ୍ଦପୁର,୧୮।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଦେଗନ୍ଧନା ଗ୍ରାମ ସ୍କୁଲ ଗଡାଣି ନିକଟରେ ଭାରସାମ୍ୟ ହରାଇ ଅଟୋ ଓଲଟି ୧୦ ଯାତ୍ରୀ ମଙ୍ଗଳବାର…

୩ ମହଲା କୋଠାରେ ଲାଗିଲା ନିଆଁ: ୭ ଜଣ ଜୀବନ୍ତ ଜଳିଗଲେ

ଇନ୍ଦୋର,୧୮।୩: ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ସର୍ଟସର୍କିଟ ଯୋଗୁ ଘଟିଥିଲା। ରିପୋର୍ଟ ଅନୁଯାୟୀ, ଘର ବାହାରେ…

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri