ଝଲସିବ ଥୁଆମୂଳ-ରାମପୁର ମାଣିକେଶ୍ୱରୀ ପୀଠ

ଭୁବନେଶ୍ୱର, ୨୫ା୧୨(ବ୍ୟୁରୋ): ଝଲସିବ କଳାହାଣ୍ଡି ଜିଲା ଥୁଆମୂଳ-ରାମପୁରର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀ ପୀଠ। ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ବିଶ୍ୱାସର ପ୍ରତୀକ ପାଲଟିଥିବା ଏହି ମନ୍ଦିର ନୂଆ ରୂପ ପାଇବ। ଏଥିରେ ଖର୍ଚ୍ଚ ହେବ ୨ କୋଟି ଟଙ୍କା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଶୁକ୍ରବାର ଏହି ବିକାଶ ପ୍ରକଳ୍ପ କାର୍ଯ୍ୟର ଶିଳାନ୍ୟାସ କରିଛନ୍ତି। ଉନ୍ନୟନମୂଳକ କାର୍ଯ୍ୟ ସମ୍ପୂର୍ଣ୍ଣ ହେଲେ ମା’ଙ୍କ ପୀଠର ମହିମା ଆହୁରି ବଢ଼ିବ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି।
ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଲେ, ୫-ଟି ଅଧୀନରେ ଏହି ପୀଠର ବିକାଶ କାମ ଆରମ୍ଭ ହୋଇଛି। ମା’ ମାଣିକେଶ୍ୱରୀଙ୍କ ଆଶୀର୍ବାଦ ସମସ୍ତଙ୍କ ଉପରେ ରହିଛି। କଳାହାଣ୍ଡିବାସୀଙ୍କ ଉଦ୍ୟମ ଜିଲାର ରୂପାନ୍ତର ଆଣିଛି। ପ୍ରତି ପରିବାର ଓ ପ୍ରତି ଲୋକଙ୍କ ଅବଦାନରେ କଳାହାଣ୍ଡି ନୂଆ ପରିଚୟ ନେଇ ଆଗକୁ ବଢୁଛି। ଜିଲାର ଚାଷୀ ସାରା ଦେଶକୁ ଖାଦ୍ୟ ଯୋଗାଉଛନ୍ତି। କପାର ଚାହିଦା ବଢିଛି। ଶିଳ୍ପ ପାଇଁ ନୂଆ ସୁଯୋଗ ଆଣିଛି। ଭିତ୍ତିଭୂମି ମଜଭୁତ ହୋଇଛି। କଳାହାଣ୍ଡି ୟୁନିଭର୍‌ସିଟି, ସରକାରୀ ମେଡିକାଲ କଲେଜ, ସରକାରୀ ଇଂଜିନିୟରିଂ କଲେଜ ନୂଆ ପରିଚୟ ଆଣିଛି। ବିଜୁଳି ଯୋଗାଣରେ ଉନ୍ନତି ହୋଇଛି। କଳାହାଣ୍ଡିକୁ ସେ ସ୍ବତନ୍ତ୍ର ଗୁରୁତ୍ୱ ଦେଇଆସିଛନ୍ତି। ଚଳିତବର୍ଷ ୨ଥର ଜିଲା ଗସ୍ତ କରି ବହୁ ବିକାଶମୂଳକ କାମ ଆରମ୍ଭ କରିଛନ୍ତି। ଜିଲାବାସୀଙ୍କ ଅକୁଣ୍ଠ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀ କୃତଜ୍ଞତା ଜଣାଇବା ସହ ଲୋକଙ୍କ ବିଶ୍ୱାସକୁ ସାଥିରେ ଧରି ବିକାଶ ଧାରା ଆଗକୁ ବଢ଼ିବ ବୋଲି କହିଛନ୍ତି।
କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ, ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ନେୃତୃତ୍ୱ ଏବଂ କଳାହାଣ୍ଡିର ବିକାଶ ବିଷୟରେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। କଳାହାଣ୍ଡି ଜିଲାପାଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଲାଞ୍ଜିଗଡ ବିଧାୟକ ପ୍ରଦୀପ କୁମାର ଦିଶାରୀ ଧନ୍ୟବାଦ ଅର୍ପଣ କରିଥିଲେ। ଏମ୍‌ପି ସୁଜିତ କୁମାରଙ୍କ ସମେତ ଜିଲାର ବିଧାୟକମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri