ଝଲସିବ ଥୁଆମୂଳ-ରାମପୁର ମାଣିକେଶ୍ୱରୀ ପୀଠ

ଭୁବନେଶ୍ୱର, ୨୫ା୧୨(ବ୍ୟୁରୋ): ଝଲସିବ କଳାହାଣ୍ଡି ଜିଲା ଥୁଆମୂଳ-ରାମପୁରର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀ ପୀଠ। ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ବିଶ୍ୱାସର ପ୍ରତୀକ ପାଲଟିଥିବା ଏହି ମନ୍ଦିର ନୂଆ ରୂପ ପାଇବ। ଏଥିରେ ଖର୍ଚ୍ଚ ହେବ ୨ କୋଟି ଟଙ୍କା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଶୁକ୍ରବାର ଏହି ବିକାଶ ପ୍ରକଳ୍ପ କାର୍ଯ୍ୟର ଶିଳାନ୍ୟାସ କରିଛନ୍ତି। ଉନ୍ନୟନମୂଳକ କାର୍ଯ୍ୟ ସମ୍ପୂର୍ଣ୍ଣ ହେଲେ ମା’ଙ୍କ ପୀଠର ମହିମା ଆହୁରି ବଢ଼ିବ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି।
ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଲେ, ୫-ଟି ଅଧୀନରେ ଏହି ପୀଠର ବିକାଶ କାମ ଆରମ୍ଭ ହୋଇଛି। ମା’ ମାଣିକେଶ୍ୱରୀଙ୍କ ଆଶୀର୍ବାଦ ସମସ୍ତଙ୍କ ଉପରେ ରହିଛି। କଳାହାଣ୍ଡିବାସୀଙ୍କ ଉଦ୍ୟମ ଜିଲାର ରୂପାନ୍ତର ଆଣିଛି। ପ୍ରତି ପରିବାର ଓ ପ୍ରତି ଲୋକଙ୍କ ଅବଦାନରେ କଳାହାଣ୍ଡି ନୂଆ ପରିଚୟ ନେଇ ଆଗକୁ ବଢୁଛି। ଜିଲାର ଚାଷୀ ସାରା ଦେଶକୁ ଖାଦ୍ୟ ଯୋଗାଉଛନ୍ତି। କପାର ଚାହିଦା ବଢିଛି। ଶିଳ୍ପ ପାଇଁ ନୂଆ ସୁଯୋଗ ଆଣିଛି। ଭିତ୍ତିଭୂମି ମଜଭୁତ ହୋଇଛି। କଳାହାଣ୍ଡି ୟୁନିଭର୍‌ସିଟି, ସରକାରୀ ମେଡିକାଲ କଲେଜ, ସରକାରୀ ଇଂଜିନିୟରିଂ କଲେଜ ନୂଆ ପରିଚୟ ଆଣିଛି। ବିଜୁଳି ଯୋଗାଣରେ ଉନ୍ନତି ହୋଇଛି। କଳାହାଣ୍ଡିକୁ ସେ ସ୍ବତନ୍ତ୍ର ଗୁରୁତ୍ୱ ଦେଇଆସିଛନ୍ତି। ଚଳିତବର୍ଷ ୨ଥର ଜିଲା ଗସ୍ତ କରି ବହୁ ବିକାଶମୂଳକ କାମ ଆରମ୍ଭ କରିଛନ୍ତି। ଜିଲାବାସୀଙ୍କ ଅକୁଣ୍ଠ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀ କୃତଜ୍ଞତା ଜଣାଇବା ସହ ଲୋକଙ୍କ ବିଶ୍ୱାସକୁ ସାଥିରେ ଧରି ବିକାଶ ଧାରା ଆଗକୁ ବଢ଼ିବ ବୋଲି କହିଛନ୍ତି।
କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ, ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ନେୃତୃତ୍ୱ ଏବଂ କଳାହାଣ୍ଡିର ବିକାଶ ବିଷୟରେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। କଳାହାଣ୍ଡି ଜିଲାପାଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଲାଞ୍ଜିଗଡ ବିଧାୟକ ପ୍ରଦୀପ କୁମାର ଦିଶାରୀ ଧନ୍ୟବାଦ ଅର୍ପଣ କରିଥିଲେ। ଏମ୍‌ପି ସୁଜିତ କୁମାରଙ୍କ ସମେତ ଜିଲାର ବିଧାୟକମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri